ଉତ୍ତର କୋରିଆରେ କରୋନା ପ୍ରତିରକ୍ଷା ଦୁର୍ବଳ

ପୋଙ୍ଗୟାଙ୍ଗ,୧୭।୫: ଉତ୍ତର କୋରିଆରେ କରୋନା ଚିହ୍ନଟ ହେବା ପରେ ଜ୍ୱର ମାମଲା ଏବେ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ମଙ୍ଗଳବାର ଉତ୍ତର କୋରିଆରେ ୨,୬୯,୫୧୦ ଲୋକଙ୍କଠାରେ ଜ୍ୱରର ଲକ୍ଷଣ ଚିହ୍ନଟ କରାଯାଇଥିବା ବେଳେ ଆଉ ୬ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ଉତ୍ତର କୋରିଆରେ ବହୁ ସଂଖ୍ୟକ ଲୋକଙ୍କୁ ଟିକାକରଣ କରାଯାଇ ନାହିଁ। ଯାହାଫଳରେ ଉତ୍ତର କୋରିଆରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଛି ବୋଲି କୁହାଯାଉଛି। ଉତ୍ତର ଆଣ୍ଟି ଭାଇରସ ମୁଖ୍ୟାଳୟ ପକ୍ଷରୁ ଏକ ବିବୃତ୍ତି ଜାରି କରାଯାଇଛି ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ଜ୍ୱର ଯୋଗୁ ୫୬ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ଏପ୍ରିଲଠାରୁ ଏପର୍ଯ୍ୟନ୍ତ ୧୪.୮ ଲକ୍ଷ ଲୋକ ଅସୁସ୍ଥ ହୋଇଛନ୍ତି। ଉତ୍ତର କୋରିଆର ଅଧିକାଂଶ ଲୋକ କରୋନା କାରଣରୁ ଅସୁସ୍ଥ ରହିଥିବା ବିଶେଷଜ୍ଞ କହିଛନ୍ତି। କେବଳ ଏତିକି ନୁହେଁ ଦାରିଦ୍ରତା ଏବଂ ଦୁର୍ବଳ ସ୍ବାସ୍ଥ୍ୟ ବ୍ୟବସ୍ଥା ଯୋଗୁ ଉତ୍ତର କୋରିଆରେ କରୋନା ପରୀକ୍ଷା, ଟିକା ଏବଂ ଚିକିତ୍ସା ପାଇଁ କୌଣସି ସୁବିଧା ନାହିଁ। ଯାହାଫଳରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ସୂଚନାଯୋଗ୍ୟ, ଉତ୍ତର କୋରିଆରେ ବର୍ତ୍ତମାନ ୬୬୩,୯୧୦ ଲୋକ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ଉତ୍ତର କୋରିଆ ସ୍ପଷ୍ଟ କରିନାହିଁ ଯେ, ଜ୍ୱରରେ ପୀଡିତ ଥିବା ରୋଗୀଙ୍କ ମଧ୍ୟ କେତେ କରୋନା ଆକ୍ରାନ୍ତ ରହିଛନ୍ତି। ସେହିପରି ଉତ୍ତର କୋରିଆରେ କରୋନା ପରୀକ୍ଷା ସୁବିଧା ମଧ୍ୟ ନ ଥିବାରୁ ଆକ୍ରାନ୍ତ ଚିହ୍ନଟ ହୋଇପାରୁନାହାନ୍ତି। କେବଳ ଆଶ୍ରୟସ୍ଥଳରେ ରହୁଥିବା ଲକ୍ଷଣ ଥିବା ରୋଗୀଙ୍କ ଚିକିତ୍ସା କରାଯାଉଛି ବୋଲି ଜଣାପଡ଼ିଛି। ଉତ୍ତର କୋରିଆରେ ବଢ଼ୁଥିବା କରୋନା ମାମଲା ଏବେ ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?