ଉତ୍ତର କୋରିଆରେ ଆତ୍ମହତ୍ୟା ଉପରେ ପ୍ରତିବନ୍ଧକ, ଦାରିଦ୍ର ଏବଂ ଅନାହାର କାରଣରୁ ଲୋକ କରୁଛନ୍ତି ଆତ୍ମହତ୍ୟା

ପ୍ୟୋଙ୍ଗୟାଙ୍ଗ,୧୩।୬: ଉତ୍ତର କୋରିଆରେ କ୍ରମାଗତ ଭାବେ ଆତ୍ମହତ୍ୟା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଆତ୍ମହତ୍ୟାକୁ ଦେଶରେ ନିଷିଦ୍ଧ କରିଛନ୍ତି। ଏନେଇ ସେ ଏକ ଗୁପ୍ତ ଅଦେଶ ପାରି କରିଛନ୍ତି। ଆତ୍ମହତ୍ୟାକୁ ସେ ଦେଶଦ୍ରୋହ ବୋଲି ଅଭିହିତ କରିଛନ୍ତି। ଏହି ନିୟମକୁ କାର୍ଯ୍ୟକାରୀ କରିବା ପାଇଁ ସେ ଅଧିକାରୀମାନଙ୍କୁ ଦାୟିତ୍ୱ ଦେଇଛନ୍ତି। ଭବିଷ୍ୟତରେ ଏପରି ଘଟଣା ସାମ୍ନାକୁ ଆସିଲେ ଅଧିକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ହେବା ନେଇ ନିର୍ଦ୍ଦେଶ ଦିଆଯାଇଛି।

ଉତ୍ତର କୋରିଆର ଏକ ଗୁପ୍ତଚର ଏଜେନ୍ସି ଅନୁଯାୟୀ, ଗତ ବର୍ଷ ତୁଳନାରେ ଏହି ବର୍ଷ ଦେଶର ୪୦% ଅଧିକ ଆତ୍ମହତ୍ୟା ମାମଲା ରିପୋର୍ଟ କରାଯାଇଛି। କେବଳ ଚୋଙ୍ଗଜିନରେ ୩୫ଟି ଆତ୍ମହତ୍ୟା ମାମଲା ହୋଇଛି। ଏହି ମାମଲାଗୁଡ଼ିକ ମଧ୍ୟରୁ ଅଧିକାଂଶ ଘଟଣା ସମଗ୍ର ପରିବାର ଏକାଠି ଆତ୍ମହତ୍ୟା କରୁଥିବାର ଦେଖାଯାଇଛି। ଲୋକମାନେ ସୁଇସାଇଡ୍‌ ନୋଟ୍‌ରେ ଦେଶର ସାମାଜିକ ବ୍ୟବସ୍ଥାକୁ ସମାଲୋଚନା କରିଛନ୍ତି। ଦାରିଦ୍ରତା ଏବଂ ବେକାରୀକୁ ସେମାନେ ଆତ୍ମହତ୍ୟା ପାଇଁ ଦାୟୀ କରିଛନ୍ତି। ଦେଶରେ ହିଂସାତ୍ମକ ଅପରାଧିକ ମାମଲା ମଧ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି ବୋଲି ରିପୋର୍ଟରେ ଦର୍ଶାଯାଇଛି।

ଡବ୍ଲୁଏଚ୍‌ଓର ୨୦୧୯ରିପୋର୍ଟ ଅନୁଯାୟୀ, ଉତ୍ତର କୋରିଆର ପ୍ରତି ୧ଲକ୍ଷ ଲୋକଙ୍କ ମଧ୍ୟରେ ପ୍ରାୟ ୮.୨ପ୍ରତିଶତ ଲୋକ ଆତ୍ମହତ୍ୟା କରିଛନ୍ତି। ତେବେ କିମ୍‌ ଏପର୍ଯ୍ୟନ୍ତ ଆତ୍ମହତ୍ୟା ମାମଲାର ସରକାରୀ ତଥ୍ୟ ପ୍ରକାଶ କରିନାହାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri