ଧଳା ଘୋଡ଼ାରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ !

ପୋଙ୍ଗୟାଙ୍ଗ,୪ ।୨: କିମ ଜଙ୍ଗ ଉନ ଉତ୍ତର କୋରିଆର ଏକ ନୂଆ ପ୍ରଚାର ଭିଡିଓରେ ନଜର ଆସିଛନ୍ତି । ଏହି ଭିଡିଓରେ କିମଙ୍କୁ ଏକ ଧଳା ଘୋଡା ଉପରେ ଦେଖିବାକୁ ମିଳିବ । ଏହି ଭିଡଓ କିମଙ୍କ ଆର୍ଥିକ ନେତୃତ୍ୱକୁ ବଢାଇଚଢାଇ ଉପସ୍ଥାପନ କରୁଛି । ହେଲେ ଏଥିରେ ନିକଟ ଅତିତରେ କରାଯାଇଥିବା ମିଶାଇଲ ଟେଷ୍ଟକୁ ବାଦ୍ ଦିଆଯାଇଛି ।
ସୂଚନାଯୋଗ୍ୟ, ଚଳିତବର୍ଷ ଆରମ୍ଭରୁ ଉତ୍ତର କୋରିଆ ରେକର୍ଡ ପରିମାଣର ୭ ମିଶାଇଲ ପରୀକ୍ଷା କରି ସାରିଲାଣି । ଏଥିରେ ୨୦୧୭ ପରେ ସବୁଠାରୁ ଶକ୍ତିଶାଳୀ ମିଶାଇଲକୁ ବି ପରୀକ୍ଷା କରାଯାଇଛି । ଏହାପରେ ଚିନ୍ତା କରାଯାଉଛି କି କିମ ଜଙ୍ଗ ଉନ ଲମ୍ବା ଦୂରତା ବିଶିଷ୍ଟ ନ୍ୟୁକ୍ଲିୟର ମିଶାଇଲର ପୁନଃ ପରୀକ୍ଷଣ ଆରମ୍ଭ କରିପାରନ୍ତି । ଅନ୍ୟପଟେ ଉତ୍ତର କୋରିଆରେ ଖାଦ୍ୟ ସଙ୍କଟ ଥାଇ ବି ସରକାର ସଶସ୍ତ୍ର ବଳଙ୍କର ଆଧୁନିକିକରଣ କରିବାକୁ ଖୁବ୍ ଚେଷ୍ଟା ଚଳାଇଛନ୍ତି । ଉତ୍ତର କୋରିଆ ଅଧ୍ୟୟନ ବିଶ୍ୱବିଦ୍ୟାଳୟର ପ୍ରଫେସର ୟାଙ୍ଗ ମୁ-ଜିନ କହିଛନ୍ତି ଉକ୍ତ ଭିଡିଓ କିମଙ୍କ ମାନବୀୟତାକୁ ଦେଖାଇବାକୁ ଏକ ପ୍ରୟାସ । ସେ ଆହୁରି ମଧ୍ୟ କହିଛନ୍ତି ଭିଡିଓ କିମଙ୍କୁ ଏମିତି ଜଣେ ନେତା ରୂପେ ଚିତ୍ରିତ କରିବାକୁ ଚାହୁଁଛି ଯିଏ ଜନତାଙ୍କୁ ଖୁବ୍ ଭଲପାଉଛନ୍ତି ଓ ପରିଣାମ ସ୍ୱରୂପ ଅଧିକ କାମ କରି ଥକି ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri