ପତଳା ହୋଇଗଲେଣି କ୍ରୁର ଶାସକ

ପ୍ୟୋଙ୍ଗୟାଙ୍ଗ୍‌,୩୦।୧୨: ଉତ୍ତର କୋରିଆର କ୍ରୁର ଶାସକ କିମ୍‌ ଜୋଙ୍ଗ ଉନ୍‌ ନିଜ ଅଜବ ନିୟମ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। କିଛି ଦିନ ତଳେ ୧୧ ଦିନ ପାଇଁ ଦେଶର ନାଗରିକ ହସିବା, କାନ୍ଦିବା, ଶପିଂ କରିବା ଏବଂ ମଦ ପିଇବା ଉପରେ କିମ୍‌ ପ୍ରତିବନ୍ଧକ ଲଗାଇଥିଲେ। ତାଙ୍କ ପିତା କିମ୍‌ ଜୋଙ୍ଗ ଇଲଙ୍କ ମୃତ୍ୟୁ ୧୦ମ ବାର୍ଷିକୀ ପାଇଁ ସେଠାକାର ଲୋକଙ୍କୁ ଉପରେ ଏପରି ପ୍ରତିବନ୍ଧକ ଲଗାଯାଇଥିଲା। ନିକଟରେ କିମ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏଥିରେ କିମ୍‌ ଆଗ ଅପେକ୍ଷା ଅଧିକ ପତଳା ହୋଇଯାଇଛନ୍ତି।
ଉତ୍ତର କୋରିଆର କୋରିୟନ୍‌ ସେଣ୍ଟ୍ରାଲ୍‌ ନ୍ୟୁଜ ଏଜେନ୍ସି(କେସିଏନଏ) ଦ୍ୱାରା କିମ୍‌ଙ୍କ ପତଳା ହେବାର ଫଟୋ ଡିସେମ୍ବର ୨୮ରେ ଜାରି କରାଯାଇଥିଲା। ଏହି ଫଟୋରେ କିମ୍‌ ରୁଲିଂ ଓ୍ବାର୍କର୍ସ ପାର୍ଟିର ସେଣ୍ଟ୍ରାଲ୍‌ କମିଟିର ମିଟିଂ ସମୟରେ ପତଳା ଦେଖାଯାଉଥିଲେ। ସେ ପ୍ରାୟ ୪୦ ପାଉଣ୍ଡ୍‌ ଓଜନ କମ କରିଦେଇଛନ୍ତି।
ସରକାରୀ ଅଧିକାରୀଙ୍କ ମୁତାବକ,କିମ୍‌ ଜୋଙ୍ଗ ଦେଶରେ ଖାଦ୍ୟାଭାବ ଯୋଗୁ କମ୍‌ ଖାଦ୍ୟ ଖାଉଛନ୍ତି। ଦେଶର ପରିସ୍ଥିତି ନ ସୁଧୁରିବା ଯାଏ ସେ ଦେଶର ଲୋକଙ୍କୁ ମଧ୍ୟ କମ୍‌ ଖାଇବାକୁ ଅପିଲ୍‌ କରିଛନ୍ତି। ଏହାସହ କିମ୍‌ ସମ୍ପୂର୍ଣ୍ଣ ସୁ୍‌ସ୍ଥ ଥିବା କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri