Posted inଜାତୀୟ

ଉତ୍ତରପୂର୍ବାଞ୍ଚଳ ସ୍ଥିତି ସଙ୍ଗିନ

ଗୁଆହାଟୀ,୨ା୬: ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଲଗାଣ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରିଛି। ପ୍ରବଳ ବର୍ଷାଜନିତ ଅଚାନକ ବନ୍ୟା ଓ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୩୧ରେ ପହଞ୍ଚତ୍ଥିବାବେଳେ ସ୍ଥିତି ସଙ୍ଗିନ ରହିଛି। ଗତ ୪୮ ଘଣ୍ଟା ମଧ୍ୟରେ ଆସାମ ଓ ଅରୁଣାଚଳପ୍ରଦେଶରେ ୯ ଜଣ ଲେଖାଏ ପ୍ରାଣ ହରାଇଥିବାବେଳେ ମେଘାଳୟରେ ୬, ମିଜୋରାମରେ ୫, ନାଗାଲାଣ୍ଡ ଓ ତ୍ରିପୁରାରେ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି। ଅରୁଣାଚଳପ୍ରଦେଶର ଇଷ୍ଟ କାମେଙ୍ଗ ଜିଲାରେ ଭୂସ୍ଖଳନ ଯୋଗୁ ଏକ ଗାଡ଼ି ଖାତକୁ ଖସିପଡ଼ିବାରୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଲୋୟର ସୁବନସିରି ଜିଲାରେ ଭୂସ୍ଖଳନରେ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨ ଜଣଙ୍କୁ ଉଦ୍ଧାର କରାଯାଇଛି।
ଆସାମରେ ଲଗାଣ ବର୍ଷା ଜାରି ରହିଥିବାରୁ ସଡ଼କ ପରିବହନ ଓ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ୧୫ ଜିଲାର ୭୮,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଛନ୍ତି। ବ୍ରହ୍ମପୁତ୍ର ଓ ବାରାକ ସମେତ ୧୦ଟି ବଡ଼ ନଦୀ ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ଗମ୍ଭୀର ବନ୍ୟା ସ୍ଥିତି ସୃଷ୍ଟି ହେବା ନେଇ ସତର୍କ କରାଇଛି। ଭୂସ୍ଖଳନଜନିତ ରାସ୍ତା ଅବରୋଧ ଯୋଗୁ ଉତ୍ତର ସିକିମ୍‌ରେ ପ୍ରାୟ ୧,୫୦୦ ପର୍ଯ୍ୟଟକ ବିଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ରବିବାର ଆସାମ, ଅରୁଣାଚଳପ୍ରଦେଶ ଓ ସିକିମ୍‌ ମୁଖ୍ୟମନ୍ତ୍ରୀଙ୍କ ସମେତ ମଣିପୁର ରାଜ୍ୟପାଳଙ୍କ ସହ କଥା ହୋଇ ବର୍ଷାବିତ୍ପାତ ସ୍ଥିତିର ମୁକାବିଲା ପାଇଁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?