ଭାସ୍କୋ, ୨୭ା୨: ସ୍ଥାନୀୟ ତିଳକ ମୈଦାନରେ ଶୁକ୍ରବାର ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍ର ଏକ ମ୍ୟାଚରେ ନର୍ଥଇଷ୍ଟ ୟୁନାଇଟେଡ ୨-୦ ଗୋଲରେ କେରଳ ବ୍ଲାଷ୍ଟର୍ସ ଏଫ୍ସିକୁ ପରାସ୍ତ କରିଛି। ଏଥି ସହିତ ଦଳ ପ୍ଲେ-ଅଫ୍ରେ ସ୍ଥାନ ପକ୍କା କରିଛି। ଦଳ ପକ୍ଷରୁ ଭି.ପି. ସୁହେର (୩୪ତମ) ଓ ଲାଲେଙ୍ଗମାଓ୍ବିଆ (୪୫ତମ ମିନିଟ) ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ଏହାକୁ ମିଶାଇ ନର୍ଥଇଷ୍ଟ କ୍ରମାଗତ ୯ଟି ମ୍ୟାଚରେ ଅପରାଜେୟ ରହିଛି। କୋଚ୍ ଖଲିଦ ଜମିଲ ପ୍ରଥମ ଭାରତୀୟ ମ୍ୟାନେଜର ଭାବେ ୩ କିମ୍ବା ତା’ଠାରୁ ଅଧିକ ଲିଗ୍ ମ୍ୟାଚରେ ସଫଳତାର ସହ ଦାୟିତ୍ୱ ନିର୍ବାହ କରି ଇତିହାସ ସୃଷ୍ଟି କରିଛନ୍ତି। ପଏଣ୍ଟ ଟେବୁଲରେ ନର୍ଥଇଷ୍ଟ ୟୁନାଇଟେଡ୍ ତୃତୀୟ ସ୍ଥାନରେ ରହିଥିବାବେଳେ ଓଡ଼ିଶା ଏଫ୍ସି ଉପରେ କେରଳ ବ୍ଲାଷ୍ଟର୍ସ ୧୦ମ ସ୍ଥାନରେ ରହିଛି। ମ୍ୟାଚରେ କେରଳ ବ୍ଲାଷ୍ଟର୍ସ ୧୦ଟି କର୍ନର ପାଇଥିଲେ ମଧ୍ୟ ସେଥିରୁ ଫାଇଦା ଉଠାଇ ପାରି ନ ଥିଲା। ସେ ତୁଳନାରେ ନର୍ଥଇଷ୍ଟକୁ ମାତ୍ର ୩ଟି କର୍ନର ମିଳିଥିଲା। ମ୍ୟାଚ ପରେ ବିଜୟୀ ଦଳ କୋଚ୍ ଖଲିଦ କହିଛନ୍ତି, ଖାସା କାମରା ହେଉଛନ୍ତି ତାଙ୍କ ଦଳର ଜଣେ ପ୍ରମୁଖ ଖେଳାଳି। ତାଙ୍କୁ କୌଣସି ପରାମର୍ଶର ଆବଶ୍ୟକ ପଡ଼ି ନ ଥାଏ। ଗାଲେଗୋ ଶତ ପ୍ରତିଶତ ଫିଟ୍ ନ ଥିବାରୁ ତାଙ୍କୁ ବିଶ୍ରାମ ଦିଆଯାଇଥିଲା। ତାଙ୍କ ଖେଳାଳିମାନେ କଠିନ ପରିଶ୍ରମ କରିଥିବାରୁ ସେ ଖୁସି। ଫାଇନାଲରେ ପ୍ରବେଶ ପାଇଁ ଆମକୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଏପରିକି ଆମେ ଏଫ୍ସି ଗୋଆ ଓ ହାଇଦ୍ରାବାଦ ଏଫ୍ସି ସହ ମୁକାବିଳା ପାଇଁ ପ୍ରସ୍ତୁତ ଅଛୁ।
ଆର୍ସିବିକୁ ବଡ଼ ଝଟ୍କା, ଏହି କାରଣରୁ ଖେଳିବେ ନାହିଁ…
ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍କୁ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍
ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...
ଟି-୨୦ ବିଶ୍ୱକପରୁ ବାଦ୍ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…
ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...
ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା
ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ
ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...
ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍
ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...
Archives


