ଭାସ୍କୋ, ୨୭ା୨: ସ୍ଥାନୀୟ ତିଳକ ମୈଦାନରେ ଶୁକ୍ରବାର ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍ର ଏକ ମ୍ୟାଚରେ ନର୍ଥଇଷ୍ଟ ୟୁନାଇଟେଡ ୨-୦ ଗୋଲରେ କେରଳ ବ୍ଲାଷ୍ଟର୍ସ ଏଫ୍ସିକୁ ପରାସ୍ତ କରିଛି। ଏଥି ସହିତ ଦଳ ପ୍ଲେ-ଅଫ୍ରେ ସ୍ଥାନ ପକ୍କା କରିଛି। ଦଳ ପକ୍ଷରୁ ଭି.ପି. ସୁହେର (୩୪ତମ) ଓ ଲାଲେଙ୍ଗମାଓ୍ବିଆ (୪୫ତମ ମିନିଟ) ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ଏହାକୁ ମିଶାଇ ନର୍ଥଇଷ୍ଟ କ୍ରମାଗତ ୯ଟି ମ୍ୟାଚରେ ଅପରାଜେୟ ରହିଛି। କୋଚ୍ ଖଲିଦ ଜମିଲ ପ୍ରଥମ ଭାରତୀୟ ମ୍ୟାନେଜର ଭାବେ ୩ କିମ୍ବା ତା’ଠାରୁ ଅଧିକ ଲିଗ୍ ମ୍ୟାଚରେ ସଫଳତାର ସହ ଦାୟିତ୍ୱ ନିର୍ବାହ କରି ଇତିହାସ ସୃଷ୍ଟି କରିଛନ୍ତି। ପଏଣ୍ଟ ଟେବୁଲରେ ନର୍ଥଇଷ୍ଟ ୟୁନାଇଟେଡ୍ ତୃତୀୟ ସ୍ଥାନରେ ରହିଥିବାବେଳେ ଓଡ଼ିଶା ଏଫ୍ସି ଉପରେ କେରଳ ବ୍ଲାଷ୍ଟର୍ସ ୧୦ମ ସ୍ଥାନରେ ରହିଛି। ମ୍ୟାଚରେ କେରଳ ବ୍ଲାଷ୍ଟର୍ସ ୧୦ଟି କର୍ନର ପାଇଥିଲେ ମଧ୍ୟ ସେଥିରୁ ଫାଇଦା ଉଠାଇ ପାରି ନ ଥିଲା। ସେ ତୁଳନାରେ ନର୍ଥଇଷ୍ଟକୁ ମାତ୍ର ୩ଟି କର୍ନର ମିଳିଥିଲା। ମ୍ୟାଚ ପରେ ବିଜୟୀ ଦଳ କୋଚ୍ ଖଲିଦ କହିଛନ୍ତି, ଖାସା କାମରା ହେଉଛନ୍ତି ତାଙ୍କ ଦଳର ଜଣେ ପ୍ରମୁଖ ଖେଳାଳି। ତାଙ୍କୁ କୌଣସି ପରାମର୍ଶର ଆବଶ୍ୟକ ପଡ଼ି ନ ଥାଏ। ଗାଲେଗୋ ଶତ ପ୍ରତିଶତ ଫିଟ୍ ନ ଥିବାରୁ ତାଙ୍କୁ ବିଶ୍ରାମ ଦିଆଯାଇଥିଲା। ତାଙ୍କ ଖେଳାଳିମାନେ କଠିନ ପରିଶ୍ରମ କରିଥିବାରୁ ସେ ଖୁସି। ଫାଇନାଲରେ ପ୍ରବେଶ ପାଇଁ ଆମକୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଏପରିକି ଆମେ ଏଫ୍ସି ଗୋଆ ଓ ହାଇଦ୍ରାବାଦ ଏଫ୍ସି ସହ ମୁକାବିଳା ପାଇଁ ପ୍ରସ୍ତୁତ ଅଛୁ।
୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍ର ରେକର୍ଡ ରନ୍ ଚେଜ୍, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍
ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…
ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍ଙ୍କୁ ମିଳିବ…
ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…
ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ
ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…
ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ
ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…
ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ
ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…
ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ
ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…
ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ
ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…
ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

