Posted inଜାତୀୟ

ମେ’ ୯ରୁ ୨୮ ଟ୍ରେନ ବାତିଲ

ନୂଆଦିଲ୍ଲୀ,୬।୫: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୯ ତାରିଖରୁ ରାଜଧାନୀ ଦିଲ୍ଲୀରୁ ବିଭିନ୍ନ ରାଜ୍ୟକୁ ଚାଲୁଥିବା ୨୮ଟି ଟ୍ରେନକୁ ରେଳ ବିଭାଗ ବାତିଲ କରି ଦେଇଛି। ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ଟ୍ରେନ ଚଳାଚଳ ବନ୍ଦ ରହିବ। ରେଳ ବିଭାଗ ପକ୍ଷରୁ ବାତିଲ କରାଯାଇଥିବା ଟ୍ରେନ ତାଲିକାରେ ସ୍ଥାନ ପାଇ ନାହିଁ ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ।
ସୂଚନା ଯୋଗ୍ୟ, କରୋନା ସଂକ୍ରମଣ ବୃଦ୍ଧି ପାଇବା ପରେ ଟ୍ରେନରେ ଯାତ୍ରୀଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଏନେଇ ରେଳ ବିଭାଗ ଦିଲ୍ଲୀରୁ ବିଭିନ୍ନ ରାଜ୍ୟକୁ ଚାଲୁଥିବା ୨୮ଟି ଟ୍ରେନ ବାତିଲ କରାଯାଇଛି। ଅନ୍ୟପକ୍ଷେ ବିଭାଗ ପକ୍ଷରୁ ନୂତନ ଗାଇଡଲାଇନ ଜାରି ହୋଇଛି। ଷ୍ଟେଶନ ଓ ଟ୍ରେନକୁ କେବଳ ଟିକେଟ ସଂରକ୍ଷିତ ଥିବା ଯାତ୍ରୀ ପ୍ରବେଶ କରିପାରିବେ। ୱେଟିଂ ଲିଷ୍ଟରେ ଥିଲେ ମଧ୍ୟ ଷ୍ଟେଶନରେ ପ୍ରବେଶ କରିପାରିବେ ନାହିଁ। ଟ୍ରେନ କିମ୍ବା ଷ୍ଟେଶନରେ ମାସ୍କ ପିନ୍ଧି ନ ଥିଲେ ୫ ଶହ ଟଙ୍କା ଜରିମାନା ଦେବାକୁ ପଡ଼ିବ। ଯାତ୍ରା ସମୟରେ ଯାତ୍ରୀ ସାନିଟାଇଜର ବ୍ୟବହାର ସହ ସାମାଜିକ ଦୂରତା ରକ୍ଷା କରିବା ପାଇଁ ଗାଇଡଲାଇନରେ ଉଲ୍ଳେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri