Posted inଖେଳ

ନରଓ୍ବାଲଙ୍କ ନୂଆ ବିଶ୍ୱ ରେକର୍ଡ

ଅଲ୍‌ ଏନ୍‌ (ୟୁଏଇ), ୨୪ା୩ (ପି.ଟି.)-ଏଠାରେ ଚାଲିଥିବା ପାରା ଶୁଟିଂ ବିଶ୍ୱକପ୍‌ରେ ପି୪ ମିକ୍ସଡ ୫୦ମିଟର ପିସ୍ତଲ ଏସ୍‌ଏଚ୍‌୧ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ ସହ ନୂଆ ବିଶ୍ୱ ରେକର୍ଡ କରିଛନ୍ତି ଉଦୀୟମାନ ଶୁଟର ମନୀଷ ନରଓ୍ବାଲ। ଇଭେଣ୍ଟରେ ଭାରତର ଏହା ହେଉଛି ଦ୍ୱିତୀୟ ସ୍ବର୍ଣ୍ଣ ପଦକ। ପୂର୍ବରୁ ସିଂଘରାଜ ପି-୧ ପୁରୁଷ ୧୦ ମିଟର ପିସ୍ତଲ ଏସ୍‌ଏଚ୍‌ ୧ ଇଭେଣ୍ଟରେ ସ୍ବର୍ଣ୍ଣ ଜିତିଥିଲେ। ୨୦୧୯ ବିଶ୍ୱଚାମ୍ପିୟନଶିପ୍‌ ବ୍ରୋଞ୍ଜ ବିଜେତା ପ୍ରତିଯୋଗିତାରେ ଇରାନର ସାରେ ଜାଭାନମାର୍ଦ୍ଦି ଓ ୟୁକ୍ରେନର ଓଲେକ୍ସି ଡେନୁସୁଇକ୍‌ଙ୍କ ସମେତ ପାରାଅଲିମ୍ପିକ ଓ ବିଶ୍ୱ ଚାମ୍ପିୟନମାନଙ୍କୁ ପଛରେ ପକାଇ ୨୨୯.୧ ପଏଣ୍ଟ ସହ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଏଥିସହ ସେ ସର୍ବିୟାର ରାସ୍ତକୋ ଜୋକିକ (୨୨୮.୬)ଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିବା ବିଶ୍ୱ ରେକର୍ଡକୁ ଭଙ୍ଗ କରିଦେଇଥିଲେ। ୧୯ ବର୍ଷୀୟ ନରଓ୍ବାଲ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଜାଭାନମାର୍ଦ୍ଦିଙ୍କଠାରୁ ୫.୭ ପଏଣ୍ଟ ଆଗରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri