Posted inଜାତୀୟ

କଂଗ୍ରେସକୁ ଗୋଟିଏ ବି ଭୋଟ ଦେବା ଉଚିତ୍‌ ନୁହେଁ: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିକଟରେ ଲଣ୍ଡନ ଗସ୍ତ କରିଥିଲେ। ସେଠାରେ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ସେ ଭାରତ ବିଷୟରେ ଅନେକ କଥା କହିଥିଲେ। ରାହୁଲଙ୍କ ସେହି ବିବୃତ୍ତିକୁ ନେଇ ଭାଜପା ଦୃଢ ବିରୋଧ କରୁଛି। ଏହି ସମୟରେ କର୍ନାଟକର ହବଲିରେ ଭାଜପା ସଙ୍କଳ୍ପ ଯାତ୍ରାକୁ ସମ୍ବୋଧିତ କରି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି, ୱାୟନାଡର ଏମ୍‌ପି ବିଦେଶରେ ତାଙ୍କ ମାତୃଭୂମିକୁ ଅପମାନିତ କରିଛନ୍ତି। ଏହି ଅପମାନ ବଦଳରେ ଲୋକମାନେ ତାଙ୍କ ଦଳକୁ ଗୋଟିଏ ବି ଭୋଟ ଦେବା ଉଚିତ୍‌ ନୁହେଁ। ରାହୁଲ ବିଦେଶୀ ମାଟିରେ ଦେଶକୁ ବଦନାମ କରିଛନ୍ତି। ତେଣୁ ନିର୍ବାଚନମଣ୍ଡଳୀରୁ କଂଗ୍ରେସ ଗୋଟିଏ ବି ଭୋଟ ନ ପାଇବା ଉଚିତ୍‌ ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି।

କେବଳ ଏତିକି ନୁହେଁ ଦିଲ୍ଲୀରେ ଅନୁଷ୍ଠିତ ଏକ ସମ୍ମିଳନୀରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ କହିଛନ୍ତି ଯେ, କଂଗ୍ରେସ ନେତାମାନେ ଜନସାଧାରଣଙ୍କୁ ବିଭ୍ରାନ୍ତ କରୁଛନ୍ତି। ରାହୁଲ ତାଙ୍କ ଅପମାନଜନକ ମନ୍ତବ୍ୟ ପାଇଁ କ୍ଷମା ମାଗିବା ଉଚିତ୍‌। କଂଗ୍ରେସ ନେତାଙ୍କ ଭାରତୀୟ ଗଣତନ୍ତ୍ରକୁ ସମାଲୋଚନା କରିବା ଏବଂ ଅପମାନିତ କରିବାର ଅଭ୍ୟାସ ରହିଛି। ରାହୁଲ ଗାନ୍ଧୀ ମଧ୍ୟ ଏହାକୁ ଅଭ୍ୟାସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri