‘ସ୍ଲୋଗାନ ନୁହେଁ, ପ୍ରତିବଦ୍ଧତା’

ଭୁବନେଶ୍ୱର,୪।୧୨(ବ୍ୟୁରୋ): ମିଶନ ଶକ୍ତି ମହାସଂଘ(ଫେଡେରେଶନ)କୁ ଆହୁରି ମଜଭୁତ କରିବା ସହ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ରରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ପ୍ରତି ଜିଲାସ୍ତରୀୟ ମହାସଂଘକୁ ୧କୋଟି ଏବଂ ପ୍ରତ୍ୟେକ ବ୍ଲକସ୍ତରରେ ମହାସଂଘକୁ ୫୦ଲକ୍ଷ ଟଙ୍କାର ରିଭଲଭିଂ ପାଣ୍ଠି ଦିଆଯିବ ବୋଲି ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ମହିଳା ଉଦ୍ୟୋଗୀ ଅଧିବେଶନରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସେହିପରି ପଞ୍ଚାୟତସ୍ତରରେ ଥିବା ମହାସଂଘ ପାଇଁ ମାର୍କେଟ କମ୍ପ୍ଲେକ୍ସ ସହ ସ୍ବତନ୍ତ୍ର ଅଫିସ ଘର କରାଯିବ। ଏଥିସହିତ ମହିଳାମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟକୁ ସାକାର କରିବା ପାଇଁ ୩୦ ଜିଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଭୁବନେଶ୍ବରରେ ଚାଲିଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭରେ ଶନିବାର ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ, ୨୦୦୧ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି, ଆଜି ଓଡ଼ିଶାର ୭୦ ଲକ୍ଷ ସଶକ୍ତ ମା’ମାନଙ୍କ ଏକ ମହାଶକ୍ତିରେ ପରିଣତ ହୋଇଛି ବୋଲି କହିଛନ୍ତି। ରାଜ୍ୟ ସରକାରଙ୍କ ପାଇଁ ମହିଳା ସଶକ୍ତୀକରଣ କେବଳ ଏକ ସ୍ଲୋଗାନ୍‌ ନୁହେଁ, ଅଣ ଆଲୋଚିତ କୋଡ୍‌। ଏହା ଏକ ପବିତ୍ର ଦାୟିତ୍ୱ। ମୋର ଦୃଢ଼ ବିଶ୍ବାସ, ମା’ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ିପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାରେ ୬ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି) କାମ କରୁଛନ୍ତି। ଏସ୍‌ଏଚ୍‌ଜିଗୁଡ଼ିକୁ ଏସ୍‌ଏମ୍‌ଇରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏହା ସମ୍ଭବ କରିବାକୁ ଅତିରିକ୍ତ ମାଇଲ ଅତିକ୍ରମ କରିବାକୁ ଆମେ ପ୍ରସ୍ତୁତ (We are prepared to run the extra mile to make this happen)। ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମିଶନ ଶକ୍ତି ସଦସ୍ୟମାନଙ୍କୁ ବିନା ସୁଧରେ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ୱାରା ଓଡ଼ିଶାର ଲକ୍ଷ ଲକ୍ଷ ମା’ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୫ ବର୍ଷରେ ୫ ହଜାର କୋଟି ଟଙ୍କାର କାମ ମିଶନ ଶକ୍ତି ସଦସ୍ୟମାନଙ୍କୁ ଦେବା ପାଇଁ ଓଡ଼ିଶା କ୍ୟାବିନେଟ ନିଷ୍ପତ୍ତି ନେଇଥିଲା। ଏହାଦ୍ୱାରା ପ୍ରାୟ ୧ ଲକ୍ଷ ଏସ୍‌ଏଚ୍‌ଜି ଉପକାର ପାଉଛନ୍ତି। ଓଡ଼ିଶାର ରୂପାନ୍ତରଣରେ ମା’ମାନଙ୍କ ବଡ଼ ଭୂମିକା ରହିଛି। ସେମାନଙ୍କ ସାମଗ୍ରିକ ସଶକ୍ତୀକରଣ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଏକ କଫି ଟେବୁଲ ବୁକ୍‌, ମିଶନ ଶକ୍ତି ସ୍କେଲିଂ ଅପ୍‌ ଉନ୍ମୋଚନ କରିଥିଲେ। ଏପରି କି ଏସ୍‌ଏସ୍‌ଜି ମହିଳାମାନଙ୍କ ବିକାଶ ପାଇଁ ସରକାର ବିଭିନ୍ନ ସଂସ୍ଥା ସହ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଥିଲେ। କଟକ ମା’ ତାରିଣୀ ଏସ୍‌ଏଚ୍‌ଜିର କବିତା ସାହୁ, ସୁନ୍ଦରଗଡ଼ ଦିବ୍ୟଜ୍ୟୋତି ଏସ୍‌ଏଚ୍‌ଜିର ପ୍ରେମା ଦାସ ଓ ନୂଆପଡ଼ା ବନଦୁର୍ଗା ଏସ୍‌ଏଚ୍‌ଜିର ଗାୟତ୍ରୀ ସୁନାଇଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ। ସେହିପରି ଏସ୍‌ଏଚ୍‌ଜିମାନଙ୍କୁ ଋଣ ଦେବାରେ ଭଲ କାମ କରିଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା।
ଏହି ପରିପ୍ରେକ୍ଷୀରେ ମିଶନ ଶକ୍ତି ବିଭାଗର ସଚିବ ସୁଜାତା ଆର୍‌. କାର୍ତ୍ତିକେୟନ ଅତିଥି ପରିଚୟ ସାଙ୍ଗକୁ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ମିଶନ ଶକ୍ତିର ଆଭିମୁଖ୍ୟ ଓ ସଫଳତା ପଛରେ ଏସ୍‌ଏସ୍‌ଜି ସଦସ୍ୟଙ୍କ ଅଗ୍ରଣୀ ଭୂମିକା ରହିଛି। ଉଭୟ ସରକାର ଓ ବିଭାଗର ସହଯୋଗରେ ମହିଳାମାନେ ଅନେକ ସଫଳତା ପାଇଛନ୍ତି ବୋଲି ସୁଜାତା କହିଥିଲେ। ସେହିପରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ, ସରକାର ଓ ସମାଜ ମଧ୍ୟରେ ଏସ୍‌ଏସ୍‌ଜି ମହିଳାଙ୍କ ଯୋଗଦାନ ଓ ଯୋଗସୂତ୍ର ସବୁ ସ୍ତରରେ ରହିଛି। ଯେତେବେଳ ପର୍ଯ୍ୟନ୍ତ ମହିଳାମାନେ ଘରୁ ଗୋଡ଼ କାଢ଼ି ସମାଜ ସହ ସାମିଲ ହୋଇନାହାନ୍ତି ସେତେବେଳେ ପର୍ଯ୍ୟନ୍ତ ସେ ରାଜ୍ୟରେ ବିକାଶ ହୋଇପାରିବ ନାହିଁ, ଯାହା ଆମ ରାଜ୍ୟର ମହିଳାମାନେ କରି ଦେଖାଇଛନ୍ତି ତାହା ଅନ୍ୟ ରାଜ୍ୟର ମହିଳାଙ୍କ ପାଇଁ ଉଦାହରଣ ପାଲଟିଛି। ସେହିପରି ବିଭାଗୀୟ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଥିଲେ, ମିଶନ ଶକ୍ତି ହେଉଛି ମୁଖ୍ୟମନ୍ତ୍ରୀଙ୍କ ମାନସ ସନ୍ତାନ, ଆଜି ଆମ ରାଜ୍ୟର ମହିଳା ଘର ସହ ଦେଶ ମଧ୍ୟ ଚଳାଉଛନ୍ତି। ଆମ ରାଜ୍ୟର ମହିଳାମାନେ ଦେଶ ବିଦେଶରେ ସେମାନଙ୍କ ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରୁଛନ୍ତି। ଏହାପଛରେ ସରକାର ଓ ବିଭାଗର ଯେତିକି ହାତ ରହିଛି ତା’ଠାରୁ ବେଶି ହାତ ଏସ୍‌ଏସ୍‌ଜି ମହିଳାଙ୍କ ଉତ୍ସାହ ଓ ଆତ୍ମବିଶ୍ୱାସ ଯୋଗୁ ହୋଇପାରିଛି ବୋଲି ହେମ୍ବ୍ରମ୍‌ କହିଥିଲେ। ଏହି ଅଧିବେଶନରେ ୧୫୦୦ରୁ ଊର୍ଦ୍ଧ୍ୱ ଏସ୍‌ଏଚ୍‌ଜି ମହିଳା ଓ ବିଭିନ୍ନ ମହାସଂଘର କର୍ମକର୍ତ୍ତା ଯୋଗ ଦେଇଥିଲେ। ଶେଷରେ ବିଭାଗୀୟ ନିର୍ଦ୍ଦେଶିକା ମାନସୀ ନିମ୍ଭାଲ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?