ଫେରିବା ପରେ ବି ଗ୍ରହଣ କରାଗଲାନି

ପୁରୀ ଅଫିସ, ୫।୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶରେ ଲାଗିଥିବା ଚନ୍ଦ୍ର- ସୂର୍ଯ୍ୟ କେହି ନେଇଯାଇଥିବା ଅଭିଯୋଗ ହୋଇଥିଲା। ନାଗାର୍ଜୁନ ବେଶ ପରଦିନ ଅର୍ଥାତ୍‌ ଗତ ୨୮ ତାରିଖରେ ଏହି ଘଟଣା ସାମ୍ନାକୁ ଆସିଥିଲା। ଏ ନେଇ ହଟଚମଟ ସୃଷ୍ଟି ହୋଇଥିଲା। ଏହାପରେ ଶ୍ରୀମନ୍ଦିର ପ୍ରଶାସକ ଡ. କ୍ରିଷନ କୁମାରଙ୍କ ନିର୍ଦ୍ଦେଶ କ୍ରମେ ନୀତି ପ୍ରଶାସକ ଏହାର ତଦନ୍ତ ଆରମ୍ଭ କରିଥିଲେ। ଶୁକ୍ରବାର ଏହି ଘଟଣା ରୋଚକ ମୋଡ଼କୁ ଆସିଛି। ନୀତି ପ୍ରଶାସକଙ୍କ କାର୍ଯ୍ୟାଳୟରେ ନାଗାର୍ଜୁନ ବେଶର ଜଣେ କାରିଗର ପହଞ୍ଚି ଏହି ଚନ୍ଦ୍ର, ସୂର୍ଯ୍ୟ ଫେରାଇବାକୁ ଚାହିଁଥିଲେ। ଜଣେ ବରିଷ୍ଠ ସେବାୟତ ଏହା ତାଙ୍କୁ ଦେଇଥିବା ସେ କହିଥିଲେ। ମାତ୍ର ତଦନ୍ତ ଚାଲିଥିବା କହି ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏହାକୁ ଗ୍ରହଣ କରିନାହାନ୍ତି।
ଏ ନେଇ ଶିଳ୍ପୀ ବସନ୍ତ ମହାରଣା କହିଛନ୍ତି ଯେ, ନାଗାର୍ଜୁନ ବେଶରେ ଲାଗିଥିବା ଚନ୍ଦ୍ର, ସୂର୍ଯ୍ୟ ଶ୍ରୀମନ୍ଦିରକୁ ଫେରିଛି। ବାହାରକୁ ଯାଇଥିବା ଚନ୍ଦ୍ର, ସୂର୍ଯ୍ୟ କେବଳ ପ୍ରତିକୃତି ଥିଲା। ମାତ୍ର ଶ୍ରୀଜୀଉଙ୍କ ନାଗାର୍ଜୁନ ବେଶ ହେବାବେଳେ ସୁନା ଅଳଙ୍କାର ଲାଗିଥିଲା। ତେବେ ଗାରଦରୁ ଚନ୍ଦ୍ର ଓ ସୂର୍ଯ୍ୟ ଜଣେ ବରିଷ୍ଠ ସେବାୟତଙ୍କ ଘରକୁ ଯାଇଥିଲା। ଏହାକୁ ଏବେ କାଗଜପତ୍ର କରି ରଖାଯିବାର ବ୍ୟବସ୍ଥା ହେବ। ଅନ୍ୟପକ୍ଷରେ ଶ୍ରୀମନ୍ଦିର ନୀତି ପ୍ରଶାସକ ସାହୁ କହିଛନ୍ତି, ଏହି ଘଟଣା ବର୍ତ୍ତମାନ ତଦନ୍ତ ପରିସରଭୁକ୍ତ ଥିବାରୁ ସମ୍ପୃକ୍ତ ଚନ୍ଦ୍ର-ସୂର୍ଯ୍ୟକୁ ଗ୍ରହଣ କରାଯାଇନାହିଁ। ଆଗକୁ କ’ଣ କରାଯିବ ସେନେଇ ଆଲୋଚନା ପରେ ପଦକ୍ଷେପ ନିଆଯିବ।
ସୂଚନାଯୋଗ୍ୟ, ଗତ ୨୭ ତାରିଖରେ ଶ୍ରୀମନ୍ଦିର ରତ୍ନସିଂହାସନରେ ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଥିଲା। ୧୬ଟି ଆୟୁଧ ସହ ବିଭିନ୍ନ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇଥିଲେ ବିଶ୍ୱନିୟନ୍ତା। ବେଶ ଓଲାଗି ପରେ ଏହାକୁ ଶ୍ରୀମନ୍ଦିର ପ୍ରଶାସନ ହେପାଜତରେ ରଖିଥିଲା। ଛତିଶା ନିଯୋଗ ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ବେଶକୁ ଭକ୍ତଙ୍କ ପାଇଁ ସଂରକ୍ଷିତ କରି ରଖାଯିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ହୋଇଥିଲା। ଏହାକୁ ସଂଗ୍ରହାଳୟରେ ରଖାଯିବ ଓ ଭକ୍ତମାନେ ଏହାକୁ ଦେଖିପାରିବେ ବୋଲି କୁହାଯାଇଥିଲା। ମାତ୍ର ବେଶ ପରଦିନ ଅର୍ଥାତ ୨୮ ତାରିଖ ସକାଳେ ଶ୍ରୀନ୍ଦିରର ଜଣେ କର୍ମଚାରୀ ଉକ୍ତ ଚନ୍ଦ୍ର, ସୂର୍ଯ୍ୟକୁ ନେଇଯାଉଥିବା ଦେଖିବାକୁ ମିଳିଥିଲା। ସିଂହଦ୍ୱାର ନିକଟରେ ତାଙ୍କୁ ଗଣମାଧ୍ୟମ ପ୍ରତିନିଧି ଘେରିଯାଇ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ଶ୍ରୀମନ୍ଦିର ଗାରଦରୁ ଜଣେ କର୍ମଚାରୀଙ୍କ କହିବା ମୁତାବକ ସେ ଏହାକୁ ଜଣେ ବରିଷ୍ଠ ସେବାୟତଙ୍କ ଘରକୁ ନେଇଯାଉଥିଲେ ବୋଲି ସଫେଇ ଦେଇଥିଲେ। ତେବେ ଗାରଦରେ ଥିବା ଚନ୍ଦ୍ର, ସୂର୍ଯ୍ୟ କିପରି ବାହାରକୁ ଆସିଲା ତାହାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ଅନ୍ୟପକ୍ଷେ ଏହି ବେଶର ସ୍ବତ୍ୱାଧିକାରୀ ଚକ୍ରକୋଟ ବଳରାମ ଖୁଣ୍ଟିଆ କୌଣସି ଅଂଶ ନେଇ ନ ଥିବା ଜଣାପଡ଼ିଥିଲା। ତେଣୁ ଏହି ଘଟଣା ରହସ୍ୟ ଘେରକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ରାଗିଗଲେ ଆଉଟସୋର୍ସିଂ କର୍ମଚାରୀ, ଦେଲେ ଆନ୍ଦୋଳନ ଧମକ

ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri