ବନ୍ଧ ପୋଖରୀ କିସମ ପାଇଁ ମିଳୁନି ପଟ୍ଟା

ନିରାକାରପୁର,୮।୧୦(ମାନସ ଚନ୍ଦ୍ର ପଟ୍ଟନାୟକ)ବିଦ୍ୟାଳୟ ଓ ଶିକ୍ଷାର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କରିବା ସହ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଖାଦ୍ୟ, ପୋଷାକ, ସାଇକେଲ, ବହି ଯୋଗାଇଦେବା ସହ ଭିତ୍ତିଭୂମି ଉପରେ ଗୁରୁତ୍ୱ ଦେଉଛନ୍ତି। ହେଲେ ଏବେବି ବହୁ ବିଦ୍ୟାଳୟରେ ଭିତ୍ତିଭୂମି ଅଭାବରୁ ଛାତ୍ରୀଛାତ୍ରମାନେ ହଇରାଣ ହେଉଛନ୍ତି। ଏଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ୍‌ ଅନ୍ତର୍ଗତ କାଶୀପୁର ଗ୍ରାମରେ ଥିବା କାଶୀପୁର ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟ ୧୯୦୪ ମସିହାରେ ସ୍ଥାପିତ ହୋଇଥିଲା। ଏଠାରେ ପ୍ରଥମରୁ ପଞ୍ଚମ ପ୍ରର୍ଯ୍ୟନ୍ତ ଶ୍ରେଣୀ ରହିଥିବା ବେଳେ ମୋଟ୍‌ ୧୧୯ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ତେବେ ଏହି ବିଦ୍ୟାଳୟ ରହିଥିବା ଜମିର କିସମ ବନ୍ଧପୋଖରୀ ହୋଇଥିବାରୁ ପଟ୍ଟା ମିଳିପାରୁନାହିଁ। ଫଳରେ ବିଦ୍ୟାଳୟରେ କୌଣସି ଉନ୍ନତ୍ତିମୂଳକ କାର୍ଯ୍ୟ ହୋଇପାରୁ ନାହିଁ। ସାମାନ୍ୟ ବର୍ଷା ହେଲେ ସ୍କୁଲ ପରିସରରେ ପାଣି ଜମି ରହୁଛି। ଏଥିସହ ସୁରକ୍ଷା ପାଚେରି ନ ଥିବାରୁ ବିଦ୍ୟାଳୟ ପରିସର ଗୋରୁଙ୍କ ଚରାଭୁଇଁ ପାଲଟିଛି। ସ୍କୁଲ ପରିସରରେ ପାଣି ଜମିରହିବାରୁ ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ପିଲାମାନେ ପାଠ ପଢୁଥିବା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମାଧବଶ୍ୱର ପାଇକରାୟ କହିଛନ୍ତି, ବନ୍ଧ ପୋଖରୀ କିସମ ହୋଇଥିବାରୁ ବିଦ୍ୟାଳୟର ବିକାଶମୂଳକ କାର୍ଯ୍ୟ ହୋଇପାରୁ ନାହିଁ ବୋଲି ବିଭାଗୀୟ ଅଧିକାରୀମାନେ ଜାଣିଛନ୍ତି। ଏହା ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଉ ନାହିଁ। ସେହିପରି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ପ୍ରଧାନ କହିଛନ୍ତି, ଏହି ସମସ୍ୟା ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବା ପରେ ସେମାନେ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ବାରମ୍ବାର ସ୍କୁଲର ପଟ୍ଟା ପାଇଁ ଆବେଦନ କରୁଥିଲେ ମଧ୍ୟ ବନ୍ଧପୋଖରୀ କିସମ ଯୋଗୁ ହୋଇପାରୁନାହିଁ। ଏନେଇ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ସାବିତ୍ରୀ ସାହୁ କହିଛନ୍ତି, ଏହି ବ୍ଲକରେ ଥିବା ବହୁ ବିଦ୍ୟାଳୟର ଜମି କାର୍ଯ୍ୟ ସରିଗଲାଣି। ଏହି ବିଦ୍ୟାଳୟର ସମସ୍ୟା ଦୁଇ ମାସ ମଧ୍ୟରେ ସମାଧାନ ହୋଇଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri