କାର୍ଯ୍ୟ ସରୁନି କି କାମରେ ଲାଗୁନି

ନବରଙ୍ଗପୁର,୨୦।୨(ବି.ପ୍ର.): ପୌରସଂସ୍ଥା ଜନସାଧାରଣଙ୍କୁ ମୌଳିକ ସୁବିଧା ସୁଯୋଗ ତଥା ସେବା ଯୋଗାଇବାରେ ବିଫଳ ହୋଇଛି। ରାସ୍ତାଘାଟ ଡ୍ରେନ ଆଦି ସଫା ହେଉନି ଓ ରାସ୍ତା କଡରେ ଥିବା ଅବର୍ଜନା ନିୟମିତ ଭାବେ ଉଠୁନାହିଁ । ସରକାରଙ୍କ ମୁକ୍ତା ଯୋଜନାରେ ଲୁ ନାମରେ ଶୌଚାଳୟ ଗୁଡିକ ତିଆରି କାର୍ଯ୍ୟ ଆରମ୍ଭ ହୋଇଛି। ନବରଙ୍ଗପୁର ସହରରେ ପଥିକଙ୍କ ଉଦ୍ଦେଶ୍ୟରେ ୧୦ଟି ଲୁ ତିଆରି ଆରମ୍ଭ ହୋଇଥିଲେ ସୁଦ୍ଧା ୮ ମାସ ହେବ ତାହା ଶେଷ ହୋଇପାରୁ ନାହିଁ। କାମ କରୁଥିବା ଠିକାଦାର ମଧ୍ୟ ଅଧାରୁ ଛାଡି ଚାଲିଯାଇଛନ୍ତି। ନବରଙ୍ଗପୁର ବସଷ୍ଟାଣ୍ଡ, ଶୁଭ କଲ୍ୟାଣ ମଣ୍ଡପ ନିକଟରେ ଅର୍ଦ୍ଧନିର୍ମିତ ଭାବେ ଲୁ(ଶୌଚାଳୟ) ଅଧା କାର୍ଯ୍ୟରେ ଅଟକି ଯାଇଛି। ରାସ୍ତାଘାଟ ପାଥିକଙ୍କୁ ସୁବିଧା ସରକାର ମୁକ୍ତା ଯୋଜନାରେ ଲୁ ନିର୍ମାଣ କରୁଥିବାବେଳେ ଏଥିପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଛି। ତଥାପି କାର୍ଯ୍ୟରେ ଲାଗୁନାହିଁ। ସେହିଭଳି ନବରଙ୍ଗପୁର ତହସିଲ କାର୍ଯ୍ୟାଳୟ ନିକଟ, ଭାଟିଶାଳଗୁଡା ଓ କୃଷକ ବଜାର ନିକଟରେ ୨ ବର୍ଷ ହେବ ଗୋଷ୍ଠୀ ଶୌଚାଳୟ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ମଧ୍ୟ ତାଲା ପଡି ରହିଛି। ଅନ୍ୟ ପକ୍ଷରେ କୃଷକ ବଜାର ନିକଟରେ ଥିବା ଗୋଷ୍ଠୀ ଶୌଚାଳୟରେ ବିଭିନ୍ନ ଉପକରଣ ମଧ୍ୟ ଆଉ ଦେଖିବାକୁ ମିଳୁ ନାହିଁ। ପୌର ଅଧିକାରୀ କୁନୁ ନାୟକଙ୍କୁ ପଚାରିବାରୁ ୨ ମାସ ମଧ୍ୟରେ ସମସ୍ତ କାର୍ଯ୍ୟ ଶେଷ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?