ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ ପ୍ରାର୍ଥୀମାନେ ନିଜ ନିଜ ସମର୍ଥକମାନଙ୍କୁ ଧରି ଧୀରେ ଧୀରେ ରାଜନୈତିକ ଦଳର ପ୍ରଚାର ଆରମ୍ଭ କଲେଣି। ଦିନ ବେଳେ ଭୀଷଣ ଗ୍ରୀଷ୍ମ ପ୍ରବାହ ରହୁଥିବାରୁ ଲୋକଙ୍କ ହିତ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଦିନ ୧୦ଟାରୁ ଦିନ ୩ ଟା ପର୍ଯ୍ୟନ୍ତ ଘରୁ ନ ବାହାରିବା ପାଇଁ ଅନୁରୋଧ କରିଛନ୍ତି। ଏହାକୁ ନଜରରେ ରଖି ବାଲିଗୁଡା କଂଗ୍ରେସ ପ୍ରାର୍ଥୀ ଉପେନ୍ଦ୍ର ପ୍ରଧାନ ସନ୍ଧ୍ୟା ହେଲେ ନିଜ ନିଜ ସମର୍ଥକ ମାନଙ୍କୁ ଧରି ଗାଁ ଗାଁ ବୁଲି ଖୋଲା ସ୍ଥାନରେ ପାଲ ପକାଇ ଲୋକଙ୍କୁ ଏକତ୍ରିତ କରି ନିର୍ବାଚନ ପ୍ରଚାର କରୁଥିବା ଦେଖିବାକୁ ମିଳୁଛି। ସନ୍ଧ୍ୟା ୫ ଟାରୁ ପ୍ରଚାର ଆରମ୍ଭ କରି ରାତି ୧୦ଟା ୧୧ଟା ପର୍ଯ୍ୟନ୍ତ ପ୍ରଚାର କରୁଛନ୍ତି।
କନ୍ଧମାଳ ଜିଲା ଆଦିବାସୀ ବହୁଳ ଜିଲା ହୋଇଥିବାରୁ ଏଠାକାର ବୃଦ୍ଧା ବୃଦ୍ଧ ଆଜି ବି ଓଡିଆ ଠିକ ଭାବେ ବୁଝିପାରନ୍ତି ନାହିଁ। ଏଣୁ କୁଇ ଓ ଓଡିଆ ଭାଷାରେ ଲୋକଙ୍କୁ ବୁଝାଉଛନ୍ତି ଉପେନ୍ଦ୍ର। ଚଳିତ ନିର୍ବାଚନରେ ଗାଁକୁ ରାସ୍ତା ଓ ଉଚିତ ସ୍ବାସ୍ଥ୍ୟ ସେବା, ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ, ବିଦ୍ୟାଳୟରେ ଶିକ୍ଷକ ସମସ୍ୟା ଦୂର,ମୋବାଇଲ ସେବା ଉପଲବ୍ଧ ସହ ମହିଳାସ୍‌ମାନଙ୍କୁ ସ୍ବାବଲମ୍ବୀ କରିବା ମୁଖ୍ୟ ଦାବୀ ରହିଥିବା ବିଷୟ କଂଗ୍ରେସର ରାତ୍ରକାଳୀନ ପ୍ରଚାର ସଭାରେ ଦେଖିବାକୁ ମିଳିଛି। ତେବେ ବାଲିଗୁଡା ନିର୍ବାଚନ ମଣ୍ଡଳୀରେ ତ୍ରିମୁଖୀ ପ୍ରତିଦ୍ୱନ୍ଦିତା ହେବ ବୋଲି ଜଣାପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri