ଧୂଳିସାତ୍‌ ନୁହେଁ, ନବୀକରଣ ହେବ ବାରବାଟୀ

କଟକ, ୨୬।୨(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମକୁ ଧୂଳିସାତ୍‌ କରାଯିବ ବୋଲି ଯେଉଁ ପ୍ରଚାର କରାଯାଉଛି ତାହା ସମ୍ପୂର୍ଣ୍ଣ ଭିତ୍ତିହୀନ। ଏଥିରେ କୌଣସି ସତ୍ୟତା ନାହିଁ ବୋଲି ଓଡ଼ିଶା ଅଲିମ୍ପିକ ଏବଂ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ରବିବାର ଓସିଏ ସମ୍ମିଳନୀକକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାରବାଟୀ ଷ୍ଟାଡିୟମର କେବଳ ନବୀକରଣ କରାଯିବ।
୧୯୬୦ ମସିହାରେ ନିର୍ମାଣ କରାଯାଇଥିବା ଏହି ଷ୍ଟାଡିୟମର କେତେକାଂଶ ଦୁର୍ବଳ ହୋଇପଡ଼ିଛି। ତାହା ଭଙ୍ଗାଯାଇ ନବୀକରଣ କରାଯିବ। ୧୯୮୦ ଦଶକରେ ଷ୍ଟାଡିୟମର ୭ ନମ୍ବର ଗ୍ୟାଲେରୀ ସମ୍ପ୍ରସାରଣବେଳେ ତତ୍କାଳୀନ ମନ୍ତ୍ରୀ ସ୍ବର୍ଗତ ବସନ୍ତ ବିଶ୍ୱାଳଙ୍କୁ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଏବେ ସେହି ୭ ନମ୍ବର ଗ୍ୟାଲେରୀ ଅତ୍ୟନ୍ତ ଦୁର୍ବଳ ହୋଇଯାଇଛି। ତେଣୁ ତାହାର ନବୀକରଣ ଆବଶ୍ୟକ । ବାରବାଟୀ ଷ୍ଟାଡିୟମର ବିକାଶ ପାଇଁ ବିଭିନ୍ନ ସମୟରେ ଯେତେବେଳେ କାର୍ଯ୍ୟକ୍ରମମାନ ହାତକୁ ନିଆଯାଇଛି, ସେତେବେଳେ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି।
ବର୍ତ୍ତମାନ ରାଜ୍ୟ ସରକାର, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ), ଓଡ଼ିଶା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ବାରବାଟୀକୁ ଅନ୍ତର୍ଜାତୀୟ ମାନର ଷ୍ଟାଡିୟମ ଭାବେ ଗଢିତୋଳିବା ପାଇଁ ପ୍ରୟାସ ଚାଲିଛି। ହେଲେ ବାରବାଟୀ ଷ୍ଟାଡିୟମର ବିକାଶ ଖବରରେ କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଐତିହ୍ୟ ନାମରେ ଭ୍ରମାତ୍ମକ ମତାମତ ଦେଇ ଗଣମାଧ୍ୟମ ଜରିଆରେ ସାଧାରଣ ଜନତାଙ୍କୁ ବିଭ୍ରାନ୍ତ କରୁଛନ୍ତି, ଯାହା ଆଦୌ ଗ୍ରହଣୀୟ ନୁହେଁ। ରାଜ୍ୟ ସରକାର କ୍ରିକେଟ ଖେଳକୁ ଗୁରୁତ୍ୱ ଦେଉଛନ୍ତି। ତେଣୁ ଅଲିମ୍ପିକ ଆସୋସିଏଶନ, କ୍ରିକେଟ ଆସୋସିଏଶନ ଏହାକୁ ସ୍ବାଗତ କରି ଷ୍ଟାଡିୟମର ବିକାଶ ଧାରାରେ ସାମିଲ ହୋଇଛନ୍ତି। ଆସନ୍ତା ୨୭ ତାରିଖରେ ଐତିହାସିକ ବାରବାଟୀ ଷ୍ଟାଡିୟମର ପୂର୍ଣ୍ଣାଙ୍ଗ ବିକାଶ ପାଇଁ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ ଓ ନବୀକରଣ କାର୍ଯ୍ୟର ଶୁଭାରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ନବୀକରଣର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଏବଂ ଓଡ଼ିଶା କ୍ରିକେଟ ଆସୋସିଏଶନର କର୍ମକର୍ତ୍ତାମାନଙ୍କ ନିକଟରେ କୃତଜ୍ଞ ବୋଲି ସଂଘର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri