ଧୂଳିସାତ୍‌ ନୁହେଁ, ନବୀକରଣ ହେବ ବାରବାଟୀ

କଟକ, ୨୬।୨(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମକୁ ଧୂଳିସାତ୍‌ କରାଯିବ ବୋଲି ଯେଉଁ ପ୍ରଚାର କରାଯାଉଛି ତାହା ସମ୍ପୂର୍ଣ୍ଣ ଭିତ୍ତିହୀନ। ଏଥିରେ କୌଣସି ସତ୍ୟତା ନାହିଁ ବୋଲି ଓଡ଼ିଶା ଅଲିମ୍ପିକ ଏବଂ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ରବିବାର ଓସିଏ ସମ୍ମିଳନୀକକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାରବାଟୀ ଷ୍ଟାଡିୟମର କେବଳ ନବୀକରଣ କରାଯିବ।
୧୯୬୦ ମସିହାରେ ନିର୍ମାଣ କରାଯାଇଥିବା ଏହି ଷ୍ଟାଡିୟମର କେତେକାଂଶ ଦୁର୍ବଳ ହୋଇପଡ଼ିଛି। ତାହା ଭଙ୍ଗାଯାଇ ନବୀକରଣ କରାଯିବ। ୧୯୮୦ ଦଶକରେ ଷ୍ଟାଡିୟମର ୭ ନମ୍ବର ଗ୍ୟାଲେରୀ ସମ୍ପ୍ରସାରଣବେଳେ ତତ୍କାଳୀନ ମନ୍ତ୍ରୀ ସ୍ବର୍ଗତ ବସନ୍ତ ବିଶ୍ୱାଳଙ୍କୁ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଏବେ ସେହି ୭ ନମ୍ବର ଗ୍ୟାଲେରୀ ଅତ୍ୟନ୍ତ ଦୁର୍ବଳ ହୋଇଯାଇଛି। ତେଣୁ ତାହାର ନବୀକରଣ ଆବଶ୍ୟକ । ବାରବାଟୀ ଷ୍ଟାଡିୟମର ବିକାଶ ପାଇଁ ବିଭିନ୍ନ ସମୟରେ ଯେତେବେଳେ କାର୍ଯ୍ୟକ୍ରମମାନ ହାତକୁ ନିଆଯାଇଛି, ସେତେବେଳେ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି।
ବର୍ତ୍ତମାନ ରାଜ୍ୟ ସରକାର, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ), ଓଡ଼ିଶା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ବାରବାଟୀକୁ ଅନ୍ତର୍ଜାତୀୟ ମାନର ଷ୍ଟାଡିୟମ ଭାବେ ଗଢିତୋଳିବା ପାଇଁ ପ୍ରୟାସ ଚାଲିଛି। ହେଲେ ବାରବାଟୀ ଷ୍ଟାଡିୟମର ବିକାଶ ଖବରରେ କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଐତିହ୍ୟ ନାମରେ ଭ୍ରମାତ୍ମକ ମତାମତ ଦେଇ ଗଣମାଧ୍ୟମ ଜରିଆରେ ସାଧାରଣ ଜନତାଙ୍କୁ ବିଭ୍ରାନ୍ତ କରୁଛନ୍ତି, ଯାହା ଆଦୌ ଗ୍ରହଣୀୟ ନୁହେଁ। ରାଜ୍ୟ ସରକାର କ୍ରିକେଟ ଖେଳକୁ ଗୁରୁତ୍ୱ ଦେଉଛନ୍ତି। ତେଣୁ ଅଲିମ୍ପିକ ଆସୋସିଏଶନ, କ୍ରିକେଟ ଆସୋସିଏଶନ ଏହାକୁ ସ୍ବାଗତ କରି ଷ୍ଟାଡିୟମର ବିକାଶ ଧାରାରେ ସାମିଲ ହୋଇଛନ୍ତି। ଆସନ୍ତା ୨୭ ତାରିଖରେ ଐତିହାସିକ ବାରବାଟୀ ଷ୍ଟାଡିୟମର ପୂର୍ଣ୍ଣାଙ୍ଗ ବିକାଶ ପାଇଁ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ ଓ ନବୀକରଣ କାର୍ଯ୍ୟର ଶୁଭାରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ନବୀକରଣର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଏବଂ ଓଡ଼ିଶା କ୍ରିକେଟ ଆସୋସିଏଶନର କର୍ମକର୍ତ୍ତାମାନଙ୍କ ନିକଟରେ କୃତଜ୍ଞ ବୋଲି ସଂଘର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri