ଭୁବନେଶ୍ବର,୨୫ା୧(ବ୍ୟୁରୋ): ବିଜେଡି ଏବଂ ଭାଜପା ମଧ୍ୟରେ ଆବାସ ତାଲିକା ପ୍ରସ୍ତୁତି ଏବଂ ଘର ବଣ୍ଟନକୁ ନେଇ ମୁହାଁମୁହିଁ ପରିସ୍ଥିତି ଜାରି ରହିଛି। ମଙ୍ଗଳବାର ରାଜ୍ୟର କେତୋଟି ବ୍ଲକରେ ଭାଜପା ଆନ୍ଦୋଳନ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କ ଜରିଆରେ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ବିଜେଡି ଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ୍ଦେଇ ଦଳୀୟ ଆଧାରରେ ଆବାସ ବଣ୍ଟନ କରୁଥିବା ଭାଜପା ଅଭିଯୋଗ କରୁଛି। ଏହାସହ ଲକ୍ଷାଧିକ ଅଭିଯୋଗ ଆସି ପହଞ୍ଚିଥିବା ମଧ୍ୟ ସେମାନେ କହିଛନ୍ତି। ତେବେ ମଙ୍ଗଳବାର ଆବାସ ଘର ଦୁର୍ନୀତି ନେଇ ଅଭିଯୋଗ ଦାଖଲର ସମୟସୀମା ଶେଷ ହୋଇଛି। ଆସନ୍ତା ୨୬ ଏବଂ ୩୦ ତାରିଖରେ ଗ୍ରାମସଭା ହେବ। ଏହାପରେ ଯାଇ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ତେବେ ଭାଜପା ବୁଧବାର ରାଜ୍ୟର ସବୁ ବ୍ଲକରେ ଆନ୍ଦୋଳନ କରିବାକୁ ଥିବାବେଳେ ଆସନ୍ତା ୭ ଦିନ ମଧ୍ୟରେ ଅଭିଯୋଗର ତର୍ଜମାକରି ଚୂଡ଼ାନ୍ତ ତାଲିକା ପ୍ରକାଶ କରିବାକୁ ଦାବି କରିଛି। ଯଦି ୭ ଦିନରେ ସରକାର ଏହି କାମ ନ ସାରନ୍ତି ଭାଜପା ଆନ୍ଦୋଳନକୁ ଆହୁରି ତୀବ୍ର କରିବା ସହ ଆଗକୁ ବିଧାନସଭା ଘେରାଉ କରିବ ବୋଲି ଚେତାବନୀ ଦେଇଛି। କିନ୍ତୁ ଭାଜପା ପାଖରେ ଦୁର୍ନୀତି ନେଇ କି ପ୍ରକାର ଅଭିଯୋଗ ରହିଛି ତାହା ଦେଖାଉ ବୋଲି ବିଜେଡି କହିଛି।
ଏମ୍ପି ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ଆବାସ ଯୋଜନାରେ ଯେଉଁମାନେ ଯୋଗ୍ୟ କେବଳ ସେମାନଙ୍କୁ ଘର ଦିଆଯାଉ। ସମସ୍ତେ ଏହା ଉପରେ ନଜର ରଖିଛନ୍ତି। ଚୂଡ଼ାନ୍ତ ତାଲିକା ପ୍ରକାଶ ପୂର୍ବରୁ ଭଲ ଭାବେ ରାଜ୍ୟ ସରକାର ସମୀକ୍ଷା କରନ୍ତୁ। ଯେଉଁ ତାଲିକା ପ୍ରକାଶ ପାଇବ ତାହା ଅଣ୍ଡର ଟେବୁଲ ନ ହେଉ ବୋଲି ଅପରାଜିତା କହିଛନ୍ତି।
ବିଧାୟକ ଦେବୀପ୍ରସାଦ ମିଶ୍ର କହିଛନ୍ତି, ଯେତିକି ଘର ଦେବା ଲାଗି ମନ୍ତ୍ରଣାଳୟ ରାଜି ହୋଇଥିଲା ଆସିବା ବେଳକୁ ସେଥିରୁ ୨୦ ପ୍ରତିଶତ କମିଗଲାଣି। ଯେଉଁମାନେ ଅଭିଯୋଗ କରୁଛନ୍ତି ସେମାନେ ତଥ୍ୟ ଓ ପ୍ରମାଣ ରଖି କଥା କୁହନ୍ତୁ। ସେଥିଲାଗି ଅଭିଯୋଗ କରିବା ପାଇଁ ସମୟ ଦିଆଯାଇଛି। ଅଯୋଗ୍ୟ ହିତାଧିକାରୀଙ୍କ ଏକ ତାଲିକା ଜାରି କରୁ ବୋଲି ଦେବୀ କହିଛନ୍ତି।
ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି, ଅଭିଯୋଗ କରିବା ଲାଗି ୧୬ରୁ ୨୪ ତାରିଖ ପର୍ଯ୍ୟନ୍ତ ସମୟ ଦିଆଗଲା। ଏଥିଲାଗି ବାକ୍ସରେ ଚିଠି ପକାଇବାଠାରୁ ଆରମ୍ଭକରି ଇ-ମେଲ୍, ଫୋନ୍ ଏବଂ ମେସେଜ ମାଧ୍ୟମରେ ଅଭିଯୋଗ କରିବା ଲାଗି ବ୍ୟବସ୍ଥା କରାଯାଇଥିଲା। ଆଉ ଏଥିପାଇଁ ଅନେକ ସମୟ ମଧ୍ୟ ଦିଆଯାଇଛି। ତେଣୁ ଆଗକୁ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବା ପରେ ଯାହା କିଛି କରାଯିବ ବୋଲି ସେ କହିଛନ୍ତି।
ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…
ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…
ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…
ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…
ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ
ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍ୟୁସ୍ଥିତ ଇନ୍ଷ୍ଟିଚ୍ୟୁଟ ଅଫ…
IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…
ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…
ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ
ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…
ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି
ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…
ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ
ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…
CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ
ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

