ରାସ୍ତା ମଝିରୁ ବିଦ୍ୟୁତ୍‌ ଖୁଣ୍ଟ ହଟୁନି, ଚାଲୁଛି କାମ

ଚଣ୍ଡିଖୋଲ,୨୯ା୧୨(ଡି.ଏନ୍‌.ଏ.): ଚୌଦ୍ୱାର ଚାରବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅନ୍ତର୍ଗତ ବଡ଼ଚଣା ଉପଖଣ୍ଡ ଅଧୀନରେ ରହିଛି ବାଲିଚନ୍ଦ୍ରପୁର-କଳାଶ୍ରୀ ରାସ୍ତା। ୫ କିଲୋମିଟର ୫ ଶହ ମିଟର ଏହି ରାସ୍ତା ନିର୍ମାଣ ପାଇଁ ବିଭାଗ ତରଫରୁ ୭କୋଟି ୫୦ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି। ଏହି ରାସ୍ତା ପ୍ରଶସ୍ତୀକରଣ କରାଯାଇ ଏହାର ଚଉଡ଼ା ୨୪ ଫୁଟ କରାଯିବ ବୋଲି ବିଭାଗ ତରଫରୁ କୁହାଯାଇଥିଲା। ରାସ୍ତାରୁ ଥିବା ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉଠିବା ପାଇଁ ବିଭାଗ ତରଫରୁ ଜଙ୍ଗଲ ବିଭାଗ ଓ ବିଦ୍ୟୁତ୍‌ ବିଭାଗକୁ ଚିଠି ମଧ୍ୟ କରାଯାଇଥିଲା। ଏବେ ରାସ୍ତା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ ଥିବାବେଳେ ରାସ୍ତାରୁ ଗୋଟିଏ ବି ବିଦ୍ୟୁତ୍‌ ଖୁଣ୍ଟ କିମ୍ବା ଗଛ ମଧ୍ୟ ହଟିଲା ନାହିଁ। ଏପରି କି ବାଲିଚନ୍ଦ୍ରପୁର ବଜାରର ରାସ୍ତା ଆରମ୍ଭଠାରେ ଏକ ବିଦ୍ୟୁତ୍‌ ଖୁଣ୍ଟ ରାସ୍ତା ମଝିରେ ଥିଲାବେଳେ ଏହାକୁ ବିଭାଗୀୟ କର୍ତ୍ତୃପକ୍ଷ କିମ୍ବା ଠିକା ସଂସ୍ଥା ନ ହଟାଇ ରାସ୍ତା କାମ କରିବାକୁ ଚେଷ୍ଟା କରୁଛନ୍ତି, ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଦେଇଛି। ଲୋକଙ୍କ ଅଭିଯୋଗ ଅନୁଯାୟୀ, ଠିକା ସଂସ୍ଥା ଯେତିକି ଆବଶ୍ୟକ ଚଉଡ଼ା କରିବା କଥା ତାହା ନ କରି କମ ଚଉଡ଼ାରେ କାମ କରୁଛି, ଯଦ୍ଦ୍ବାରା ଠିକାଦାର ବ୍ୟାପକ ମୁନାଫା ହାସଲ କରିବେ। ପୂର୍ତ୍ତ ବିଭାଗ ଅଧିକାରୀମାନେ ଘଟଣାସ୍ଥଳକୁ ଆସିଥିଲେ ମଧ୍ୟ ରାସ୍ତାର ମାପ ନ କରି ସେହିପରି ଭାବରେ ପଳାଇ ଯାଉଛନ୍ତି। ସେଥିପାଇଁ ଠିକା ସଂସ୍ଥା ରାସ୍ତା ମଝିରେ ଖୁଣ୍ଟ ରହିଥିଲେ ମଧ୍ୟ ତାହାକୁ ନ ହଟାଇ କାମ କରି ଚାଲିଯିବାକୁ ଉଦ୍ୟମ କରିଛି। ଏ ସମ୍ପର୍କରେ ବିଭାଗୀୟ ସହକାରୀ ଯନ୍ତ୍ରୀ ପ୍ରଫୁଲ୍ଲ ବେହେରାଙ୍କୁ ପଚାରିବାରେ ସେ କୁହନ୍ତି, ଆମେ ବିଦ୍ୟୁତ୍‌ ବିଭାଗକୁ ଖୁଣ୍ଟ ଉଠାଇବାକୁ କହିଥିଲେ ମଧ୍ୟ ସେ ଉଠାଉ ନାହାନ୍ତି। ଆମେ ବିଦ୍ୟୁତ୍‌ ବିଭାଗର ଠିକାଦାରଙ୍କୁ ଧରି ଖୁଣ୍ଟ ଉଠାଇବାକୁ ଚେଷ୍ଟା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri