Posted inଜାତୀୟ

‘ବାସହୀନଙ୍କୁ ସବୁ ମାଗଣା ଦେଇହେବ ନାହିଁ’

ମୁମ୍ବାଇ, ୪।୭: ବାସହୀନ ଲୋକଙ୍କୁ ସବୁକିଛି ମାଗଣାରେ ସରକାର ଯୋଗାଇ ପାରିବେ ନାହିଁ। ସେମାନଙ୍କୁ ଦେଶ ପାଇଁ କିଛି କରିବା ସହ ନିଜର ଆବଶ୍ୟକତା ପୂରଣ କରିବାର ଅଛି। ବମ୍ବେ ହାଇକୋର୍ଟ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମୁମ୍ବାଇ ବ୍ରିହାନ ଅଞ୍ଚଳରେ ରହୁଥିବା ବାସହୀନ ଲୋକଙ୍କୁ ଦୈନିକ ପୁଷ୍ଟିକର ଖାଦ୍ୟ ଏବଂ ପାନୀୟ ଜଳ ଏପରିକି ଶୌଚାଳୟ ବ୍ୟବସ୍ଥା ଯୋଗାଇଦେବାକୁ ରାଜ୍ୟ ସରକାର ଏବଂ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ମୁଖ୍ୟବିଚାରପତି ଦୀପଙ୍କର ଦତ୍ତ ଏବଂ ବିଚାରପତି ଜି.ଏସ୍‌. କୁଲ୍‌କର୍ନୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରି ଯଦି କୌଣସି କାମ ନ କରି ବାସହୀନ ଲୋକଙ୍କୁ ସବୁ କିଛି ଯୋଗାଇ ଦିଆଯିବ ତେବେ ସେମାନଙ୍କ ସଂଖ୍ୟା ସମାଜରେ ବୃଦ୍ଧି ପାଇଯିବ ବୋଲି କହିଛନ୍ତି।
ଆଇନଜୀବୀ ବ୍ରଜେଶ ଆର୍ଯ୍ୟଙ୍କ ଆବେଦନର ଶୁଣାଣି କରି ଖଣ୍ଡପୀଠ କହିଛନ୍ତି, ସହରରେ କିଏ ବାସହୀନ, ସେମାନଙ୍କ ସଂଖ୍ୟା କେତେ, ସେମାନଙ୍କୁ କ’ଣ ସବୁ ସୁବିଧା ଦିଆଯିବା କଥା ଏବଂ କ’ଣ ଦିଆଯାଉ ନାହିଁ, ସେନେଇ ବିସ୍ତୃତ ବିବରଣୀ ଆବେଦନରେ ଉଲ୍ଲେଖ କରାଯାଇ ନାହିଁ। ଅପରପକ୍ଷରେ ସରକାର, ମହାନଗରନିଗମ କର୍ତ୍ତୃପକ୍ଷ ଏବଂ ଏନ୍‌ଜିଓ ମିଳିମିଶି ବାସହୀନ ଏବଂ ଗରିବଙ୍କୁ ଖାଦ୍ୟପୁଡ଼ିଆ, ମହିଳାଙ୍କୁ ସାନିଟାରି ନାପ୍‌କିନ ବଣ୍ଟନ କରୁଥିବା ଖଣ୍ଡପୀଠଙ୍କ ନିକଟରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କୋଭିଡ୍‌ ମହାମାରୀ ସମୟରେ ଲୋକଙ୍କୁ ସରକାରଙ୍କ ପକ୍ଷରୁ ନିଆଯାଇଥିବା ଏଭଳି ପଦକ୍ଷେପକୁ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri