‘ସଂରକ୍ଷିତ ଶିକ୍ଷକ ପଦବୀ ପାଇଁ ମିଳୁ ନାହାନ୍ତି ଯୋଗ୍ୟ ପ୍ରାର୍ଥୀ’

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ଶିକ୍ଷକ ପଦବୀ ପୂରଣ କରିବା ପାଇଁ ଯୋଗ୍ୟ ପ୍ରାର୍ଥୀ ମିଳୁ ନାହାନ୍ତି। ବିଶେଷ କରି ସଂରକ୍ଷିତ ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀ ମିଳୁ ନ ଥିବା ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଚଳିତ ଡିସେମ୍ବର ମାସରେ ୧୬ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବା ପାଇଁ ଯୋଜନା ରହିଥିଲା। ଏନେଇ ପ୍ରଥମ ପର୍ଯ୍ୟାୟରେ ୧୧,୪୦୦ଟି ପଦ ପାଇଁ ବିଜ୍ଞପ୍ତି ବାହାରିଥିଲା। ସେଥିମଧ୍ୟରୁ ୭ ହଜାର ପଦ ପାଇଁ ଚୟନ ଶେଷ ହୋଇଛି। ଅବଶିଷ୍ଟ ୪,୪୦୦ଟି ପଦ ପାଇଁ ଯୋଗ୍ୟ ପ୍ରାର୍ଥୀ ମିଳିନାହାନ୍ତି। ବିଶେଷ କରି ସଂରକ୍ଷିତ ସ୍ଥାନ ପାଇଁ ଯୋଗ୍ୟ ପ୍ରାର୍ଥୀ ମିଳି ନାହାନ୍ତି। ଶିକ୍ଷକମାନଙ୍କ ନିଯୁକ୍ତି ପାଇଁ କଟ୍‌ଅଫ୍‌ ମାର୍କ ରଖାଯାଇଥିଲା। ସେହି କଟ୍‌ ଅଫ୍‌ ମାର୍କରେ ବାକି ୪,୪୦୦ଟି ପଦ ପାଇଁ କେହି ପ୍ରାର୍ଥୀ କ୍ୱାଲିଫାଏ କରି ନାହାଁନ୍ତି। ସେଥିପାଇଁ ସପ୍ତାହେ ମଧ୍ୟରେ ଆଉ ଥରେ ବିଜ୍ଞପ୍ତି ପ୍ରକାଶ କରିବୁ। ଯେହେତୁ ସଂରକ୍ଷିତ ବର୍ଗରେ ଆମକୁ ଉପଯୁକ୍ତ ପ୍ରାର୍ଥୀ ମିଳି ନାହାନ୍ତି, ତେଣୁ କ’ଣ କୋହଳ କରାଯାଇପାରିବ, ସେ ନେଇ ବିଶେଷଜ୍ଞମାନଙ୍କ ସହିତ ବିଚାରବିମର୍ଶ କରାଯାଉଛି। ନବ ନିଯୁକ୍ତ ଶିକ୍ଷକମାନଙ୍କ ପାଇଁ କଳିଙ୍ଗଷ୍ଟାଡିମରେ ଓରିଏଣ୍ଟେସନ କାର୍ଯ୍ୟକ୍ରମ ରଖାଯାଇଛି। ୧୬ ତାରିଖରେ ଏହି କାର୍ଯ୍ୟକ୍ରମ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେବେ ଓ ନିଯୁକ୍ତି ପତ୍ର ପ୍ରଦାନ କରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ପ୍ରାଥମିକ ଭାବେ ୫ଟି ରୂପରାନ୍ତରୀଣ ସ୍କୁଲଗୁଡ଼ିକରେ ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ଟାର୍ଗେଟ ରଖିଛନ୍ତି। କେବଳ ସ୍କୁଲ କୋଠା ନବୀକରଣ ନୁହେଁ, ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ହେଉଛି ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri