‘ସଂରକ୍ଷିତ ଶିକ୍ଷକ ପଦବୀ ପାଇଁ ମିଳୁ ନାହାନ୍ତି ଯୋଗ୍ୟ ପ୍ରାର୍ଥୀ’

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ଶିକ୍ଷକ ପଦବୀ ପୂରଣ କରିବା ପାଇଁ ଯୋଗ୍ୟ ପ୍ରାର୍ଥୀ ମିଳୁ ନାହାନ୍ତି। ବିଶେଷ କରି ସଂରକ୍ଷିତ ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀ ମିଳୁ ନ ଥିବା ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଚଳିତ ଡିସେମ୍ବର ମାସରେ ୧୬ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବା ପାଇଁ ଯୋଜନା ରହିଥିଲା। ଏନେଇ ପ୍ରଥମ ପର୍ଯ୍ୟାୟରେ ୧୧,୪୦୦ଟି ପଦ ପାଇଁ ବିଜ୍ଞପ୍ତି ବାହାରିଥିଲା। ସେଥିମଧ୍ୟରୁ ୭ ହଜାର ପଦ ପାଇଁ ଚୟନ ଶେଷ ହୋଇଛି। ଅବଶିଷ୍ଟ ୪,୪୦୦ଟି ପଦ ପାଇଁ ଯୋଗ୍ୟ ପ୍ରାର୍ଥୀ ମିଳିନାହାନ୍ତି। ବିଶେଷ କରି ସଂରକ୍ଷିତ ସ୍ଥାନ ପାଇଁ ଯୋଗ୍ୟ ପ୍ରାର୍ଥୀ ମିଳି ନାହାନ୍ତି। ଶିକ୍ଷକମାନଙ୍କ ନିଯୁକ୍ତି ପାଇଁ କଟ୍‌ଅଫ୍‌ ମାର୍କ ରଖାଯାଇଥିଲା। ସେହି କଟ୍‌ ଅଫ୍‌ ମାର୍କରେ ବାକି ୪,୪୦୦ଟି ପଦ ପାଇଁ କେହି ପ୍ରାର୍ଥୀ କ୍ୱାଲିଫାଏ କରି ନାହାଁନ୍ତି। ସେଥିପାଇଁ ସପ୍ତାହେ ମଧ୍ୟରେ ଆଉ ଥରେ ବିଜ୍ଞପ୍ତି ପ୍ରକାଶ କରିବୁ। ଯେହେତୁ ସଂରକ୍ଷିତ ବର୍ଗରେ ଆମକୁ ଉପଯୁକ୍ତ ପ୍ରାର୍ଥୀ ମିଳି ନାହାନ୍ତି, ତେଣୁ କ’ଣ କୋହଳ କରାଯାଇପାରିବ, ସେ ନେଇ ବିଶେଷଜ୍ଞମାନଙ୍କ ସହିତ ବିଚାରବିମର୍ଶ କରାଯାଉଛି। ନବ ନିଯୁକ୍ତ ଶିକ୍ଷକମାନଙ୍କ ପାଇଁ କଳିଙ୍ଗଷ୍ଟାଡିମରେ ଓରିଏଣ୍ଟେସନ କାର୍ଯ୍ୟକ୍ରମ ରଖାଯାଇଛି। ୧୬ ତାରିଖରେ ଏହି କାର୍ଯ୍ୟକ୍ରମ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେବେ ଓ ନିଯୁକ୍ତି ପତ୍ର ପ୍ରଦାନ କରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ପ୍ରାଥମିକ ଭାବେ ୫ଟି ରୂପରାନ୍ତରୀଣ ସ୍କୁଲଗୁଡ଼ିକରେ ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ଟାର୍ଗେଟ ରଖିଛନ୍ତି। କେବଳ ସ୍କୁଲ କୋଠା ନବୀକରଣ ନୁହେଁ, ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ହେଉଛି ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?