ମିଳିଲାନି ଟିକେଟ: ବିଜେଡି ଛାଡ଼ିଲେ ପର୍ଶୁରାମ, ଦେବେନ୍ଦ୍ର

ସୋର/ଫୁଲବାଣୀ, ୪।୪(ଜନ୍ମେଜୟ ମିଶ୍ର/ ରାକେଶ କୁମାର ରାଉତ)ବିଜେଡି ବୁଧବାର ୨୭ ବିଧାନସଭା ଆସନ ଲାଗି ତା’ର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ଟିକେଟ ନ ମିଳିବାରୁ ସୋର ବିଧାୟକ ପର୍ଶୁରାମ ଧଡ଼ା ଓ ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ବିଜେଡିରୁ ଇସ୍ତଫା ଦେଇଛନ୍ତି। ବାଲେଶ୍ୱର ଜିଲା ସୋର ବିଧାନସଭା ଆସନ ପାଇଁ ବିଜେଡି ସୋର ମ୍ୟୁନିସିପାଲିଟି ଅଧ୍ୟକ୍ଷ ମାଧବ ଧଡ଼ାଙ୍କୁ ଟିକେଟ ଦେଇଛି। ତେଣୁ ପର୍ଶୁରାମ ତାଙ୍କର ଇସ୍ତଫାପତ୍ରକୁ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦଳକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି। କ୍ରମାଗତ ଦୁଇଥର ଏଠାରୁ ବିଜେଡି ଟିକେଟରେ ବିଧାୟକ ହୋଇଥିବା ପର୍ଶୁରାମ କହିଛନ୍ତି, ମୋତେ ସୁଯୋଗ ଦେଇଥିବାରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଉଛି। ଆଉ ସୋରବାସୀଙ୍କ ପାଖରେ ମଧ୍ୟ ମୁଁ କୃତଜ୍ଞ। ସୋରକୁ ମୁଁ ବିଜେଡିର ଦୁର୍ଗରେ ପରିଣତ କରିଛି। କିନ୍ତୁ ବର୍ଷେ ହେବ ବିରୋଧୀ ଗୋଷ୍ଠୀ ମାତିଛନ୍ତି। ଏଠାରେ କେମିତି ଦଳକୁ ଖଣ୍ଡଖଣ୍ଡ କରାଯାଇପାରିବ ସେଇ ଉଦ୍ୟମ ସେମାନେ ଆରମ୍ଭ କରିଥିଲେ। ଆଜି ସଫଳ ହୋଇଛନ୍ତି। ତେବେ ମୋତେ ଟିକେଟ ନ ମିଳିବାରୁ ମୁଁ ବିଜେଡିରୁ ଇସ୍ତଫା ଦେଇଛି। ମୋର ଶୁଭେଚ୍ଛଙ୍କ ସହ ଆଲୋଚନା ପରେ ଆଗାମୀ ପଦକ୍ଷେପ ସମ୍ପର୍କରେ ନିଷ୍ପତ୍ତି ନେବି। ଆଉ ମୁଁ ନିଶ୍ଚିତ ନିର୍ବାଚନ ଲଢିବି। ଅନ୍ୟପକ୍ଷରେ ମାଧବ ଧଡ଼ାଙ୍କୁ ଟିକେଟ ଘୋଷଣା ପରେ ବିଧାୟକଙ୍କ ବିରୋଧୀ ଗୋଷ୍ଠୀ ବାଣ ଫୁଟାଇ ସ୍ବାଗତ କରିଛନ୍ତି।
କନ୍ଧମାଳ ଜିଲା ଫୁଲବାଣୀ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି ା ଦୀର୍ଘ ୧୫ ବର୍ଷ ବିଜେଡିରେ ରହି ଦଳ ପାଇଁ କାମ କରି ଆସିଛି। ସେଥିପାଇଁ ଦଳର ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି। ଦେବେନ୍ଦ୍ର ୨୦୦୯ ସାଧାରଣ ନିର୍ବାଚନରେ ବିଜେଡିରୁ ଟିକେଟ ପାଇ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ ା ୨୦୧୪ରେ ଦଳ ତାଙ୍କୁ ଟିକେଟ ଦେଇ ନ ଥିଲା। କିନ୍ତୁ ଏଥର ସେ ଟିକେଟ ଆଶାୟୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri