୨ ମାସ ହେଲା ଭତ୍ତା ପାଇ ନାହାନ୍ତି ବୃଦ୍ଧାବୃଦ୍ଧ, ଭିନ୍ନକ୍ଷମ

ସିନାପାଲି,୨୬।୯(ଡି.ଏନ.ଏ.): ନୂଆପଡା ଜିଲା ସିନାପାଲି ବ୍ଲକର ବିଭିନ୍ନ ପଞ୍ଚାୟତରେ କିଛି ମାସ ହେବ ବ୍ୟାଙ୍କ ଜମାଖାତା ଜରିଆରେ ବୃଦ୍ଧାବୃଦ୍ଧ ଓ ଭିନ୍ନକ୍ଷମମାନଙ୍କୁ ଭତ୍ତା ପ୍ରଦାନ କରାଯାଉଛି। ଫଳରେ ଏହି ଅଞ୍ଚଳର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ ଓ ଭିନ୍ନକ୍ଷମମାନେ ଭତ୍ତା ପାଇବାକୁ ଅନେକ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏଭଳିସ୍ଥିତିରେ ଝାରବନ୍ଦ ଗ୍ରାମପଞ୍ଚାୟତ ତିଲେଇମାଲ ଗ୍ରାମର ମାଲତି ଚଣ୍ତି, ଦିପତେଜି, ପଦ ହଂସ, ରୁକମଣି ଚିନ୍ଦା, ବିଜମନ ଚିନ୍ଦା, ତିଲେ ଚିନ୍ଦା, ପୁସ୍ତମ ଚିନ୍ଦା, ହିରାନି ତେଜି, ଭଜନ୍ତି ନାଗ ୨ ମାସ ହେଲା ଭତ୍ତା ପାଇ ନ ଥିବା ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ ଯେ, ସିନାପାଲି ବ୍ଲକର ୨୭ଟି ପଞ୍ଚାୟତ ଅନେକ ଗ୍ରାମ ଅଛି ଯେଉଁ ଗ୍ରାମରେ ବ୍ୟାଙ୍କ ସୁବିଧା ନ ଥିବା ବେଳେ ଯାତାୟାତ ତଥା ଲୋକଙ୍କ ବିଭିନ୍ନ ଅସୁବିଧା ରହିଛି। ଅନେକ ପଞ୍ଚାୟତରେ ଗ୍ରାହକ ସେବା ଥିଲେ ମଧ୍ୟ ଲୋକ ସବୁ ସମୟରେ ସେବା ପାଇପାରୁ ନାହାନ୍ତି। ଏଭଳି ସ୍ଥିତିରେ ବାର୍ଦ୍ଧକ୍ୟ ଓ ଭିନ୍ନକ୍ଷମ ଭତ୍ତା ବ୍ୟାଙ୍କ ଯୋଗେ ପ୍ରଦାନ କରାଯାଉଥିବା ଯୋଗୁ ଅନେକାଂଶରେ ଶଯ୍ୟାଶାୟୀ ତଥା ୮୦ ବର୍ଷ ପର ବୃଦ୍ଧାବୃଦ୍ଧ ଓ ଭିନ୍ନକ୍ଷମମାନେ ଭତ୍ତା ପାଇବାରେ ହନ୍ତସନ୍ତ ହେଉଥିବା ଅଭିଯୋଗ ହେଉଛି। ବ୍ୟାଙ୍କଜନିତ ତ୍ରୁଟି ହେଉ କିମ୍ବା ବିଭାଗୀୟ ତ୍ରୁଟି ହେଉ ଅନେକ ହିତାଧିକାରୀ ଭତ୍ତା ପାଇବାରୁ ବଞ୍ଚିତ ହେଉଥିବା ଅଭିଯୋଗ ହେଉଛି। ଏ ନେଇ ବ୍ଲକ ତଥା ଜିଲା ପ୍ରଶାସନ ଦୁଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?