୨୦ କୋଟି ଦେଲେନି, ୧୦୦ କୋଟି ଦେବେ

ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ଅଧିକାରୀମାନଙ୍କର ବେପରୁଆ ମନୋଭାବ ଏବଂ ତ୍ରୁଟି ଯୋଗୁ ରାଜ୍ୟ ସରକାର ଏଲ୍‌ଆଣ୍ଡଟି କମ୍ପାନୀକୁ ୨୦ କୋଟି ବଦଳରେ ରାଜକୋଷରୁ ୧୦୦.୦୬ କୋଟି ଟଙ୍କା ଗଣିବେ। ଶୁକ୍ରବାର ରାଜ୍ୟ କ୍ୟାବିନେଟ ଏହାକୁ ମଞ୍ଜୁରୀ ଦେଇଛି। ୨୦୦୨ରେ ଏଲ୍‌ଆଣ୍ଡଟିର ୨୦କୋଟି ଟଙ୍କା ବକେୟା ରାଶିକୁ ନ ଦେଇ ପକାଇ ରଖିବା ଓ ଏହି ମାମଲାକୁ ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ଲଢ଼ି ହାରିବା ପରେ ସରକାରଙ୍କ ଚେତା ପଶି ନ ଥିଲା। ଗତ ଜୁଲାଇରେ କର୍ମସିଆଲ କୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତିକୁ ଏଲ୍‌ଆଣ୍ଡଟି ନିଜ ଦଖଲକୁ ନେଇଥିଲା। ଆଉ ସେହି ଭୁଲ ପାଇଁ ରାଜ୍ୟବାସୀଙ୍କ କଷ୍ଟଲବ୍ଧ ଟିକସ ଅର୍ଥରୁ ୧୦୦କୋଟି ଟଙ୍କାର ତଣ୍ଡ ଏକ ଘରୋଇ କମ୍ପାନୀକୁ ଦେବାକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ୨୦ବର୍ଷ ମଧ୍ୟରେ ଉକ୍ତ ମାମଲାରେ ତ୍ରୁଟି କାହାର ଥିଲା, ତା’ର ଖୋଳତାଡ଼ ହେଲାନି କିମ୍ବା କାହାରିକୁ ସରକାରୀ ଭାବେ ଦାୟୀ କରାଯାଇ ନ ଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ଏସିଆନ୍‌ ଡେଭଲପମେଣ୍ଟ ବ୍ୟାଙ୍କ ସହାୟତାରେ ଏଲ୍‌ଆଣ୍ଡଟି କମ୍ପାନୀ ୧୯୯୭ ମସିହାରେ ୧୬୩ କିମି ବିଶିଷ୍ଟ ସମ୍ବଲପୁର-ରାଉରକେଲା ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ କରିଥିଲା। ତେବେ ରାଜ୍ୟ ସରକାର ଚୁକ୍ତିନାମା ଖିଲାପ କରି ୨୦କୋଟି ଟଙ୍କା ବିଲ୍‌ ନ ଦେବାରୁ ଏଲ୍‌ଆଣ୍ଡଟି କମ୍ପାନୀ ସେତେବେଳେ ଆର୍ବିଟ୍ରେଶନ୍‌ ଟ୍ରିବ୍ୟୁନାଲଙ୍କ ଦ୍ୱାରସ୍ଥ ହୋଇଥିଲା। ୨୦୦୨ ଜାନୁୟାରୀ ୧୭ରେ ଟ୍ରିବ୍ୟୁନାଲ ନିର୍ଦ୍ଦେଶନାମା ଜାରି କରି କମ୍ପାନୀକୁ ତା’ର ବକେୟାକୁ ୧୮% ସୁଧ ସହ ଦେବାକୁ ନିର୍ଦ୍ଦେଶ ଦେଇଥିଲେ, ଯାହାକୁ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟ ସରକାର ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରି ବିଫଳ ହୋଇଥିଲେ। ବକେୟା ଅର୍ଥ ନ ଦେବାରୁ ସିଭିଲ କୋର୍ଟ(କର୍ମସିଆଲ)ଙ୍କ ନିର୍ଦ୍ଦେଶରେ ଏଲ୍‌ଆଣ୍ଡଟି କମ୍ପାନୀ ୨୦୨୨ ଜୁଲାଇରେ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟ ‘ନିର୍ମାଣ ସୌଧ’ରେ ଥିବା ସରକାରୀ ସମ୍ପତ୍ତିକୁ ଜବତ କରିଥିଲା। ଏହାକୁ ନେଇ ସେତେବେଳେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହେବା ସହ ରାଜ୍ୟ ସରକାରଙ୍କ ପାଇଁ ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଲ୍‌ଆଣ୍ଡଟି କମ୍ପାନୀକୁ ତା’ର ବକେୟା ମୂଳଧନ ଉପରେ ୧୮% ସୁଧ ହାରରେ ମୋଟ ୧୦୦କୋଟି ୬ଲକ୍ଷ ୪୨ହଜାର ୪୬୬ଟଙ୍କା ପ୍ରଦାନ କରିବାକୁ ରାଜ୍ୟ କ୍ୟାବିନେଟ ଶୁକ୍ରବାର ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri