୨୦ କୋଟି ଦେଲେନି, ୧୦୦ କୋଟି ଦେବେ

ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ଅଧିକାରୀମାନଙ୍କର ବେପରୁଆ ମନୋଭାବ ଏବଂ ତ୍ରୁଟି ଯୋଗୁ ରାଜ୍ୟ ସରକାର ଏଲ୍‌ଆଣ୍ଡଟି କମ୍ପାନୀକୁ ୨୦ କୋଟି ବଦଳରେ ରାଜକୋଷରୁ ୧୦୦.୦୬ କୋଟି ଟଙ୍କା ଗଣିବେ। ଶୁକ୍ରବାର ରାଜ୍ୟ କ୍ୟାବିନେଟ ଏହାକୁ ମଞ୍ଜୁରୀ ଦେଇଛି। ୨୦୦୨ରେ ଏଲ୍‌ଆଣ୍ଡଟିର ୨୦କୋଟି ଟଙ୍କା ବକେୟା ରାଶିକୁ ନ ଦେଇ ପକାଇ ରଖିବା ଓ ଏହି ମାମଲାକୁ ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ଲଢ଼ି ହାରିବା ପରେ ସରକାରଙ୍କ ଚେତା ପଶି ନ ଥିଲା। ଗତ ଜୁଲାଇରେ କର୍ମସିଆଲ କୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତିକୁ ଏଲ୍‌ଆଣ୍ଡଟି ନିଜ ଦଖଲକୁ ନେଇଥିଲା। ଆଉ ସେହି ଭୁଲ ପାଇଁ ରାଜ୍ୟବାସୀଙ୍କ କଷ୍ଟଲବ୍ଧ ଟିକସ ଅର୍ଥରୁ ୧୦୦କୋଟି ଟଙ୍କାର ତଣ୍ଡ ଏକ ଘରୋଇ କମ୍ପାନୀକୁ ଦେବାକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ୨୦ବର୍ଷ ମଧ୍ୟରେ ଉକ୍ତ ମାମଲାରେ ତ୍ରୁଟି କାହାର ଥିଲା, ତା’ର ଖୋଳତାଡ଼ ହେଲାନି କିମ୍ବା କାହାରିକୁ ସରକାରୀ ଭାବେ ଦାୟୀ କରାଯାଇ ନ ଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ଏସିଆନ୍‌ ଡେଭଲପମେଣ୍ଟ ବ୍ୟାଙ୍କ ସହାୟତାରେ ଏଲ୍‌ଆଣ୍ଡଟି କମ୍ପାନୀ ୧୯୯୭ ମସିହାରେ ୧୬୩ କିମି ବିଶିଷ୍ଟ ସମ୍ବଲପୁର-ରାଉରକେଲା ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ କରିଥିଲା। ତେବେ ରାଜ୍ୟ ସରକାର ଚୁକ୍ତିନାମା ଖିଲାପ କରି ୨୦କୋଟି ଟଙ୍କା ବିଲ୍‌ ନ ଦେବାରୁ ଏଲ୍‌ଆଣ୍ଡଟି କମ୍ପାନୀ ସେତେବେଳେ ଆର୍ବିଟ୍ରେଶନ୍‌ ଟ୍ରିବ୍ୟୁନାଲଙ୍କ ଦ୍ୱାରସ୍ଥ ହୋଇଥିଲା। ୨୦୦୨ ଜାନୁୟାରୀ ୧୭ରେ ଟ୍ରିବ୍ୟୁନାଲ ନିର୍ଦ୍ଦେଶନାମା ଜାରି କରି କମ୍ପାନୀକୁ ତା’ର ବକେୟାକୁ ୧୮% ସୁଧ ସହ ଦେବାକୁ ନିର୍ଦ୍ଦେଶ ଦେଇଥିଲେ, ଯାହାକୁ ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟ ସରକାର ହାଇକୋର୍ଟ ଓ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରି ବିଫଳ ହୋଇଥିଲେ। ବକେୟା ଅର୍ଥ ନ ଦେବାରୁ ସିଭିଲ କୋର୍ଟ(କର୍ମସିଆଲ)ଙ୍କ ନିର୍ଦ୍ଦେଶରେ ଏଲ୍‌ଆଣ୍ଡଟି କମ୍ପାନୀ ୨୦୨୨ ଜୁଲାଇରେ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟ ‘ନିର୍ମାଣ ସୌଧ’ରେ ଥିବା ସରକାରୀ ସମ୍ପତ୍ତିକୁ ଜବତ କରିଥିଲା। ଏହାକୁ ନେଇ ସେତେବେଳେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହେବା ସହ ରାଜ୍ୟ ସରକାରଙ୍କ ପାଇଁ ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଲ୍‌ଆଣ୍ଡଟି କମ୍ପାନୀକୁ ତା’ର ବକେୟା ମୂଳଧନ ଉପରେ ୧୮% ସୁଧ ହାରରେ ମୋଟ ୧୦୦କୋଟି ୬ଲକ୍ଷ ୪୨ହଜାର ୪୬୬ଟଙ୍କା ପ୍ରଦାନ କରିବାକୁ ରାଜ୍ୟ କ୍ୟାବିନେଟ ଶୁକ୍ରବାର ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri