ଥଇଥାନ କେନ୍ଦ୍ରରେ ବୃଦ୍ଧାଙ୍କୁ ମିଳୁନି ସକାଳ ଖାଦ୍ୟ

ମହାକାଳପଡ଼ା,୧୯ା୮(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ମହାନଦୀ, ଲୁଣା ଓ ପାଇକା ନଦୀରେ ପ୍ରଖର ବନ୍ୟାଜଳ ପ୍ରବାହିତ ହେଉଥିଲେ ମଧ୍ୟ ଗୁରୁବାର ସକାଳଠାରୁ ଦୁଇ ଫୁଟ ଜଳସ୍ତର ହ୍ରାସ ପାଇଛି। ସେହିପରି ବ୍ଲକର ବରକନ୍ଧା ପଞ୍ଚାୟତର ସ୍ଥାନୀୟ ଗୋଖାଖଟି ଗ୍ରାମର ୫୦ରୁ ଅଧିକ ବନ୍ୟା ପ୍ରଭାବିତ ପରିବାରଙ୍କୁ ନିକଟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଥଇଥାନ କରାଯାଇଥିଲା। ତେବେ ଥଇଥାନ କେନ୍ଦ୍ରରେ ମହିଳାମାନଙ୍କୁ ଗୁରୁବାର ସକାଳ ଖାଦ୍ୟ ଯୋଗାଇ ଦିଆଯାଇ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ମଧ୍ୟାହ୍ନ ୧୨ଟା ସୁଦ୍ଧା ଖାଦ୍ୟ ମିଳି ନ ଥିଲା। ଥଇଥାନ କେନ୍ଦ୍ରରେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଦେଖା ମିଳି ନ ଥିଲା। କେତେ ଜଣ ବୃଦ୍ଧାଙ୍କ କହିବା କଥା, ସକାଳୁ ଆସି ୧୨ଟା ବେଳ ହେଲାଣି, ଆମ୍ଭମାନଙ୍କୁ କିଛି ଖାଇବାକୁ ଦିଆଯାଇନି। ତେବେ ଏଠାରେ ପ୍ରଶ୍ନ ଉଠେ, ଥଇଥାନ କେନ୍ଦ୍ରରେ କେଉଁ ଅଧିକାରୀ ଦାୟିତ୍ୱରେ ଅଛନ୍ତି ତଦନ୍ତ କରାଗଲେ ଜଣାପଡ଼ିବ ବୋଲି କୁହାଯାଇଛି। ଏହି ବିଦ୍ୟାଳୟର ପ୍ରଧାନଶିକ୍ଷକ ଉପସ୍ଥିତ ନ ଥିବା ଦେଖିବାକୁ ମିଳିଥିଲା।
ଏ ସମ୍ପର୍କରେ ଏହି ପଞ୍ଚାୟତ ଦାୟିତ୍ୱରେ ଥିବା ବ୍ଲକ କନିଷ୍ଠ ଯନ୍ତ୍ରୀ ମନୋଜ କୁମାର ଜେନାଙ୍କୁ ପଚାରିବାରୁ ସନ୍ତୋଷଜନକ ଉତ୍ତର ଦେଇ ପାରି ନ ଥିଲେ। ଏହାର ତଦନ୍ତ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri