ଥଇଥାନ କେନ୍ଦ୍ରରେ ବୃଦ୍ଧାଙ୍କୁ ମିଳୁନି ସକାଳ ଖାଦ୍ୟ

ମହାକାଳପଡ଼ା,୧୯ା୮(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ମହାନଦୀ, ଲୁଣା ଓ ପାଇକା ନଦୀରେ ପ୍ରଖର ବନ୍ୟାଜଳ ପ୍ରବାହିତ ହେଉଥିଲେ ମଧ୍ୟ ଗୁରୁବାର ସକାଳଠାରୁ ଦୁଇ ଫୁଟ ଜଳସ୍ତର ହ୍ରାସ ପାଇଛି। ସେହିପରି ବ୍ଲକର ବରକନ୍ଧା ପଞ୍ଚାୟତର ସ୍ଥାନୀୟ ଗୋଖାଖଟି ଗ୍ରାମର ୫୦ରୁ ଅଧିକ ବନ୍ୟା ପ୍ରଭାବିତ ପରିବାରଙ୍କୁ ନିକଟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଥଇଥାନ କରାଯାଇଥିଲା। ତେବେ ଥଇଥାନ କେନ୍ଦ୍ରରେ ମହିଳାମାନଙ୍କୁ ଗୁରୁବାର ସକାଳ ଖାଦ୍ୟ ଯୋଗାଇ ଦିଆଯାଇ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ମଧ୍ୟାହ୍ନ ୧୨ଟା ସୁଦ୍ଧା ଖାଦ୍ୟ ମିଳି ନ ଥିଲା। ଥଇଥାନ କେନ୍ଦ୍ରରେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଦେଖା ମିଳି ନ ଥିଲା। କେତେ ଜଣ ବୃଦ୍ଧାଙ୍କ କହିବା କଥା, ସକାଳୁ ଆସି ୧୨ଟା ବେଳ ହେଲାଣି, ଆମ୍ଭମାନଙ୍କୁ କିଛି ଖାଇବାକୁ ଦିଆଯାଇନି। ତେବେ ଏଠାରେ ପ୍ରଶ୍ନ ଉଠେ, ଥଇଥାନ କେନ୍ଦ୍ରରେ କେଉଁ ଅଧିକାରୀ ଦାୟିତ୍ୱରେ ଅଛନ୍ତି ତଦନ୍ତ କରାଗଲେ ଜଣାପଡ଼ିବ ବୋଲି କୁହାଯାଇଛି। ଏହି ବିଦ୍ୟାଳୟର ପ୍ରଧାନଶିକ୍ଷକ ଉପସ୍ଥିତ ନ ଥିବା ଦେଖିବାକୁ ମିଳିଥିଲା।
ଏ ସମ୍ପର୍କରେ ଏହି ପଞ୍ଚାୟତ ଦାୟିତ୍ୱରେ ଥିବା ବ୍ଲକ କନିଷ୍ଠ ଯନ୍ତ୍ରୀ ମନୋଜ କୁମାର ଜେନାଙ୍କୁ ପଚାରିବାରୁ ସନ୍ତୋଷଜନକ ଉତ୍ତର ଦେଇ ପାରି ନ ଥିଲେ। ଏହାର ତଦନ୍ତ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri