Posted inଜାତୀୟ

‘ପାଳି ସରକାର କଥା ଉଠୁ ନାହିଁ’

ନୂଆଦିଲ୍ଲୀ,୨୭।୮: “ ପାଳି ସରକାର କଥା ଉଠୁ ନାହିଁ। ମୋ ସପକ୍ଷରେ ଛତିଶଗଡ଼ର କଂଗ୍ରେସ ଇନଚାର୍ଜ ପି ଏଲ ପୁନିଆ ଅଛନ୍ତି। ମୋର ଯାହା କହିବାର ଥିଲା, ତାହା ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ କହିଛି। ଦଳର ସ୍ଥିତି ଦେଖିବା ପାଇଁ ସେ ଛତିଶଗଡ଼ ଗସ୍ତରେ ଆସିବେ। ଆଉ ମୁଁ କୁଆଡ଼େ ଯାଉ ନାହିଁ”। ଦିଲ୍ଲୀରେ ରାହୁଲଙ୍କ ସହ ଦୀର୍ଘ ୩ ଘଣ୍ଟାର ବୈଠକ ପରେ ଏହା କହିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ। ବୈଠକରେ କଂଗ୍ରେସ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ଚଳିତ ସପ୍ତାହରେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷଙ୍କ ସହିତ ଦ୍ୱିତୀୟ ବୈଠକରେ ନିଜ ଶକ୍ତି ପ୍ରଦର୍ଶନ କରିବା ଲାଗି ବାଘେଲ ୫୦ ବିଧାୟକଙ୍କୁ ଦିଲ୍ଲୀ ଆଣି ଆସିଥିଲେ।

ମୁଖ୍ୟମନ୍ତ୍ରୀ ଗାଦି ପାଇଁ ବରିଷ୍ଠ ନେତା ଟି ଏସ୍‌ ସିଂ ଦେଓଙ୍କ ଦାବି ଛତିଶଗଡ଼ କଂଗ୍ରେସରେ ସଙ୍କଟ ସୃଷ୍ଟି କରିଛି। ଗତ ଜୁନରେ ବାଘେଲଙ୍କ କାର୍ଯ୍ୟାକାଳର ଅଧା ଶେଷ ହୋଇଛି। ଏବେ ଅନ୍ୟତମ ବରିଷ୍ଠ ନେତା ସିଂ ଦେଓ ମୁଖ୍ୟମନ୍ତ୍ରୀଙ୍କ ଗାଦିରେ ବସିବାକୁ ଚାହୁଁଛନ୍ତି। ତାଙ୍କ ଦାବି ହେଲା, ୨୦୧୮ରେ ସରକାର ଗଢ଼ିଲା ବେଳେ ପାଳି କରି ଦୁଇ ଜଣଙ୍କୁ ମୁଖ୍ୟମନ୍ତ୍ରୀ କରାଯିବ ବୋଲି କଂଗ୍ରେସ ପ୍ରତିଶ୍ରୁତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri