ହେଲାନି ମେଣ୍ଟ, ଆଜି ଆସିପାରେ ଓଡିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ!

ଭୁବନେଶ୍ୱର,୨୩।୩: ଆଜି ଆସିପାରେ ଓଡ଼ିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ । ସଂଧ୍ୟାରେ ହେବାକୁ ଥିବା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ MP ଏବଂ MLA ପ୍ରାର୍ଥୀଙ୍କ ନାଁରେ ବାଜିବ ମୋହର । ଆଉ କିଛି ରାଜ୍ୟର ବି ତାଲିକା ଆସିବ ।

ଆଜି ଘୋଷଣା ହୋଇପାରେ ଓଡ଼ିଶା ଭାଜପା ପ୍ରାର୍ଥୀଙ୍କ ନାଁ। ସଂଧ୍ୟାରେ ଦିଲ୍ଲୀରେ ବସିବାକୁ ଥିବା ଭାଜପାର ତୃତୀୟ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ପ୍ରାର୍ଥୀଙ୍କ ନାଁରେ ଲାଗିବ ମୋହର। ଆଜି ଓଡ଼ିଶା ସମେତ ୯ରୁ ଅଧିକ ରାଜ୍ୟର ଲୋକ ସଭା ଏବଂ ବିଧାନ ସଭା ପ୍ରାର୍ଥୀଙ୍କ ଉପରେ ଆଲୋଚନା ହେବ । ବୈଠକରେ ପଞ୍ଜାବ, ମହାରାଷ୍ଟ୍ର, ହରିୟାଣା ପ୍ରାର୍ଥୀଙ୍କ ନାଁ ଆସିବ। ସେହିପରି ଉତ୍ତର ପ୍ରଦେଶ, କର୍ନାଟକ, ପଶ୍ଚିମବଙ୍ଗ, ବିହାରର ପ୍ରାର୍ଥୀଙ୍କ ନାଁ ଉପରେ ମଧ୍ୟ ମୋହର ବାଜିବ। ତୃତୀୟ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ଓ ଭାଜପା ସଭାପତି ଜେ.ପି.ନଡ୍ଡାଙ୍କ ଭଳି ଶୀର୍ଷ ନେତା ଯୋଗଦେବେ । ତେବେ ମେଣ୍ଟ ବୁଝାମଣା ତୁଟି ନ ଥିବାବେଳେ ଭାଜପା ନିଜର ତୃତୀୟ ତାଲିକାରେ ମଧ୍ୟ ଓଡିଶାରେ ପ୍ରାର୍ଥୀ ଘୋଷଣା କରି ନ ଥିଲା। କିନ୍ତୁ ଗତକାଲି ଠାରୁ ଏନେଇ ପୂର୍ଣ୍ଣଚ୍ଛେଦ ପଡିବା ପରେ ଓଡିଶା ପାଇଁ ଭାଜପା ପ୍ରାର୍ଥୀଙ୍କ ନାଁ ଆସିବା ପକ୍କା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?