କୁତ୍ରା,୧୫ା୭(ଦେବାଶିଷ ସାହୁ)ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ କନ୍ଧେଇମୁଣ୍ଡା ପଞ୍ଚାୟତ କୁରୁଙ୍ଗା ଗ୍ରାମରେ ନିମ୍ନ ମାନର ସୋକ୍ପିଟ ନିର୍ମାଣ ହୋଇଥିବା ନେଇ ଖବର ପ୍ରକାଶିତ ପରେ ବିଡିଓ ରବୀନ୍ଦ୍ର କୁମାର ସେଠୀ ପ୍ରତିକ୍ରିୟାଶୀଳ ହୋଇଛନ୍ତି। ସେ କହିଛନ୍ତି, ଏହା ଧସିନାହିଁ, ଏହାକୁ ସ୍ଥାନୀୟ ଲୋକେ ଜାଣିଶୁଣି ଉଦ୍ଦେଶ୍ୟମୂଳକଭାବେ ଧସେଇ ଦେଇଛନ୍ତି। ସେ ନିଜେ ଘଟଣା ସ୍ଥଳକୁ ଯାଇ ତଦାରଖ କରିବା ସହିତ ୩/୪ଜଣ ଇଞ୍ଜିନିୟର ପଠେଇ ତଦାରଖ କରିଥିବା କହିଛନ୍ତି। ତେବେ ଏହାକୁ କିଏ ଓ କାହିଁକି ଧସେଇଲା ତାହା ତଦନ୍ତ କରାଯାଉ ବୋଲି ଗ୍ରାମବାସୀ ଦାବି କରିବା ସହ ଉପଯୁକ୍ତ ତଦନ୍ତ କଲେ ଏହାର ସତ୍ୟାସତ୍ୟ ପଦାକୁ ଆସିବ ବୋଲି କହିଛନ୍ତି। ତେବେ ବର୍ତ୍ତମାନ ପ୍ରଶ୍ନ ଉଠୁଛି ଏହାକୁ ସତରେ କିଏ ଧସେଇ ଦେଇଛି ନା ଦୁର୍ନୀତି ଲୁଚାଇବାକୁ ଧସେଇ ଦେଇଥିବା ପ୍ରଶାସନ ବାହାନା କରୁଛି ତାହା ତଦନ୍ତ ସାପେକ୍ଷ। ଏ ସମ୍ପର୍କରେ ସ୍ଥାନୀୟ ଗ୍ରାମବାସୀ, ପୂର୍ବତନ ଜିଲା ପରିଷଦ ସଭ୍ୟ ଶରତ ଚନ୍ଦ୍ର ସା, ରଞ୍ଜନ ସା, ଯୁଗେଶ୍ବର ସା କହିଛନ୍ତି, ଏହାକୁ କେହି ଧସେଇ ନାହାନ୍ତି। ଏହା ଆପେ ଧସିଛି। ଏଦିଗରେ ଜିଲା ପ୍ରଶାସନ ଦୃଷ୍ଟିଦେଇ ତୁରନ୍ତ ଘଟଣାର ତଦନ୍ତ କରିବା ପାଇଁ ସେମାନେ ଦାବି କରିଛନ୍ତି। ପ୍ରକାଶଥାଉ କି, ବର୍ତ୍ତମାନ ଏଭଳି ଦୁର୍ନୀତି ଖବର ହେଉ କି ସତ୍ୟ ଘଟଣା ଗଣମାଧ୍ୟମରେ ପ୍ରକାଶିତ ହେଲେ କିଛି ନିର୍ଦ୍ଦିଷ୍ଟ ଗୋଷ୍ଠୀ ଗଣମାଧ୍ୟମର କଣ୍ଠରୋଧ କରିବା ସହିତ ପ୍ରଶାସନ ସହିତ ମିଶି ଦୁର୍ନୀତିକୁ ପ୍ରୋତ୍ସାହନ ଦେଉଛନ୍ତି।
Posted inHome, Home Left, ଆମ ଜିଲା ଖବର, ସୁନ୍ଦରଗଡ଼ View All
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
Archives


