HMPV ନୁହେଁ ଚାଇନାରେ ମାଡିଗଲାଣି ଆଉ ଏକ ଭାଇରସ, ଫୁସଫୁସରେ ହେଉଛି…ଭାରତରେ ହାଇ ଆଲର୍ଟ!

ନୂଆଦିଲ୍ଲୀ,୬।୧: ଚାଇନାରେ ହ୍ୟୁମାନ ମେଟାପ୍ନୁମୋଭାଇରସ ମାମଲା ରିପୋର୍ଟ ହୋଇଛି। ଏହି ଭାଇରସ ଶ୍ୱାସକ୍ରିୟା ଦ୍ୱାରା ସଂକ୍ରମିତ ହୋଇ ବ୍ୟାପିବାରେ ଲାଗିଛି। ଏଯାଏ ୨ଟି ଶିଶୁ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଛନ୍ତି। କହିରଖୁଛୁ କି, ବିଶେଷତଃ ୩ମାସ ଓ ୮ମାସର ପିଲାମାନଙ୍କଠାରେ ଏହି ଜୀବାଣୁ ଚିହ୍ନଟ ହୋଇଛି। ଅନେକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ ଚାଇନାରେ ମାନବ ମେଟାପ୍ନୁମୋଭାଇରସ କାରଣରୁ ବହୁ ସଂଖ୍ୟକ ଶିଶୁ ସଂକ୍ରମିତ ହେଉଛନ୍ତି। ଯଦିଓ ଚୀନ ଏହି ରିପୋର୍ଟଗୁଡିକୁ ନିଶ୍ଚିତ କରିନାହିଁ, କିନ୍ତୁ ଭାଇରସ ସଂକ୍ରମଣର ଇତିହାସକୁ ଅନୁଧ୍ୟାନ କଲେ ଚାଇନା ଠାରୁ ଏସବୁ ବ୍ୟାପୁଛି ବୋଲି ଆଶଙ୍କା କରାଯାଉଛି। ଏହି ସମୟରେ, ଏହା ମଧ୍ୟ କୁହାଯାଉଛି ଯେ ଚାଇନାରେ କେବଳ ମାନବ ମେଟାପ୍ନୁମୋଭାଇରସ ନୁହେଁ, ଅନ୍ୟାନ୍ୟ ଅନେକ ରୋଗ ମଧ୍ୟ ଦେଖାଯାଇଛି।

ଚାଇନାରେ ଏହି ଭାଇରସ ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ଭାରତର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଧ୍ୟ ଏହି ରୋଗ ସମ୍ପର୍କରେ ସତର୍କ କରାଇଛି। ଏହି ଜୀବାଣୁ ଉପରେ ନଜର ରଖିବାକୁ ମନ୍ତ୍ରଣାଳୟ ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ରକୁ କହିଛି। ଏହାରି ଭିତରେ, WHO ସହିତ ଜଡିତ ଏକ ଏଜେନ୍ସିରୁ ଏସୂଚନା ମିଳିଛି ଯେ ୧୬-୨୨ ଡିସେମ୍ବରରେ ଚାଇନାରେ ହ୍ୟୁମାନ ମେଟାପ୍ନୁମୋଭାଇରସ ମାମଲା ବଢିଛି। କିନ୍ତୁ ଏହାରି ଭିତରେ ରାଇନୋଭାଇରସ ଏବଂ ରେସ୍ପଟୋରି ସିନ୍ସିଟିଆଲ ଭାଇରସ (RSV) ମଧ୍ୟ ରେକର୍ଡ କରାଯାଇଛି। ଏହି ସମସ୍ତ ଭାଇରସ ଶ୍ୱାସକ୍ରିୟାକୁ ଆକ୍ରାନ୍ତ କରିବା ସହ ଅଧିକ ପିଲାମାନଙ୍କଠାରେ ଦେଖାଯାଉଛି।

ରେସ୍ପଟୋରି ସିନ୍ସିଟିଆଲ ଭାଇରସ ଏହା ଏମିତି ପ୍ରକାର ଭାଇରସ ଯାହା ଶ୍ୱାସ ସମ୍ବନ୍ଧୀୟ ରୋଗ କରାଇଥାଏ। ଏହି ଜୀବାଣୁ ଥଣ୍ଡା ଏବଂ କାଶ କରିବା ସହ ଗୁରୁତରବସ୍ଥାରେ ଫୁସଫୁସକୁ ସଂକ୍ରମିତ କରାଏ। ଶୀତଦିନେ ଏହି ଜୀବାଣୁ ଅଧିକ ବ୍ୟାପିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri