ସ୍ବାସ୍ଥ୍ୟସେବାରେ ଆସୁନି ସୁଧାର

ବଇଣ୍ଡା,୨୨ା୫ (ଡି.ଏନ.ଏ.): ସ୍ବାସ୍ଥ୍ୟସେବାରେ ସରକାର ଦେଉଛନ୍ତି ଅନେକ ସୁବିଧା। ଏହାର ସୁଯୋଗ ନେବାକୁ ସରକାରୀ ମେଡିକାଲ ଆସୁଛନ୍ତି ରୋଗୀ। ହେଲେ କେଉଁଠି ଦୀର୍ଘବର୍ଷ ହେଲା ଡାକ୍ତର ନାହାନ୍ତି ତ ଆଉ କେଉଁଠି ଆବଶ୍ୟକ ସଂଖ୍ୟକ କର୍ମଚାରୀ ଅଭାବରୁ ମିଳିପାରୁନି ଚିକିତ୍ସା। ଫଳରେ ନିରାଶ ହୋଇ ରୋଗୀ ବେସରକାରୀ ହସ୍ପିଟାଲମୁହଁା ହୋଇ ଅଯଥା ଖର୍ଚ୍ଚାନ୍ତର ଶିକାର ହେଉଛନ୍ତି। ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଙ୍ଗପଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏହାର ଏକ ଉଦାହରଣ। ଦୀର୍ଘ ୪ ବର୍ଷ ହେଲା ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ପଦବୀ ଖାଲି ପଡ଼ିଥିବାରୁ ସାଧାରଣ ରୋଗୀଙ୍କ ଠାରୁ ଆରମ୍ଭ କରି ଗର୍ଭବତୀଙ୍କ ଯାଏ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ଅଞ୍ଚଳବାସୀଙ୍କ ପକ୍ଷରୁ ବହୁବାର ଅଭିଯୋଗ କରାଯିବା ସତ୍ତ୍ୱେ କୌଣସି ସୁଫଳ ମିଳୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି।
ଅନୁଗୋଳ ଜିଲା ଅଙ୍ଗପଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହୋଇଥିବା ଜଣେ ଏମ୍‌ବିବିଏସ୍‌ ଡାକ୍ତରଙ୍କୁ ୨୦୧୯ ମସିହାରୁ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଡେପୁଟେଶନରେ ପଠାଯାଇଥିଲା। ପରବର୍ତ୍ତୀ ସମୟରେ ତାଙ୍କୁ ସେଠାରୁ ଅନ୍ୟତ୍ର ବଦଳି କରିଦିଆଗଲା। ହେଲେ ଅଙ୍ଗପଡ଼ା ମେଡିକାଲରେ ଆଉ କୌଣସି ଡାକ୍ତରଙ୍କୁ ନିଯୁକ୍ତି ଦିଆଗଲା ନାହିଁ। ଫଳରେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ଅଙ୍ଗପଡା, ଧଡରପାଳ, ଝରାବେରେଣୀ, ସଞ୍ଜାମୁରା, ନାକିଚି, ଠେଲକନାଳି, ଉରୁକୁଳା, ହିମିତିରା ପଞ୍ଚାୟତର ୩୫ ହଜାର ଲୋକ ସେବେଠାରୁ ଚିକିତ୍ସାସେବା ପାଇଁ ହଇରାଣ ହେଉଛନ୍ତି। ବିଶେଷକରି ଏଠାକାର ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳବାସୀ ସାମାନ୍ୟ ଜ୍ୱର ହେଲେ ମଧ୍ୟ ଏହି ମେଡିକାଲରୁ ଆବଶ୍ୟକ ଚିକିତ୍ସା ପାଇପାରୁ ନାହାନ୍ତି। ମେଡିକାଲରେ ଜଣେ ଆୟୁଷ ଡାକ୍ତର ଥିବାବେଳେ ୩୦ ଜୁନ ୨୦୨୨ରୁ କମ୍ପାଉଣ୍ଡର ଅବସର ଗ୍ରହଣ କରିସାରିଛନ୍ତି। ସେହିପରି ସୁଇପର, ଷ୍ଟାଫନର୍ସ ପଦବୀ ମଧ୍ୟ ଏଠାରେ ଖାଲି ପଡିଛି। ତେଣୁ ଠିକ୍‌ ସମୟରେ ରୋଗୀଙ୍କୁ ଚିକିତ୍ସା ମିଳିପାରୁ ନ ଥିବା କ୍ଷେତି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଷ୍ଟାଫ ନର୍ସ ନ ଥିବା ଯୋଗୁ ଗ୍ରାମାଞ୍ଚଳରୁ ଆସୁଥିବା ଗର୍ଭବତୀ ମହିଳାମାନେ ପ୍ରସବ କରିବା ପାଇଁ ସୁରକ୍ଷିତ ନ ମଣି କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ନଚେତ ଘରୋଇ ମେଡିକାଲକୁ ଚାଲିଯାଉଛନ୍ତି। ସେହିପରି ସରକାରଙ୍କ ପକ୍ଷରୁ ଆସୁଥିବା ନିଃଶୁଳ୍କ ଔଷଧ ଠିକ୍‌ ଭାବରେ ମିଳୁ ନ ଥିବା କେନ୍ଦୁନାଳି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ସ୍ଥାୟୀ ଡାକ୍ତର ନିଯୁକ୍ତ ପାଇଁ ୧୦ ଡିସେମ୍ବର ୨୦୧୯, ୫ ମାର୍ଚ୍ଚ ୨୦୨୦, ୨୯ ମେ ୨୦୨୧ ଓ ୨୦ ଜାନୁୟାରୀ ୨୦୨୩ରେ ଧଡରପାଳ ପଞ୍ଚାୟତବାସୀ ଜିଲା ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସମସ୍ୟାକୁ ଦୃଷ୍ଟି ଦେଉ ନ ଥିବା ଯୋଗୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri