Posted inଜାତୀୟ

ମୁଖ୍ୟମନ୍ତ୍ରୀ ହେବାକୁ ନୁହେଁ ତତ୍ପର: ତେଜସ୍ବୀ…

ପାଟନା, ୧।୧୦ : ବିହାରରେ ୨୦୨୩ରେ କିଏ ମୁଖ୍ୟମନ୍ତ୍ରୀ ହେବ ନେଇ ଚାଲିଥିବା ଆଲୋଚନା ମଧ୍ୟରେ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି ଯେ ଶୀଘ୍ର ମୁଖ୍ୟମନ୍ତ୍ରୀ ହେବାକୁ ସେ ତତ୍ପର ନୁହଁନ୍ତି। ଆମର ଏକମାତ୍ର ଲକ୍ଷ୍ୟ ଥିଲା କିପରି ଭାଜପା ଏବଂ ଆରଏସଏସକୁ ସିଂହାସନରୁ ହଟାଇ ଦିଆଯିବ। ଆମେ ସେମାନଙ୍କୁ ବିହାରରୁ ହଟାଇଛୁ ଏବଂ ବର୍ତ୍ତମାନ ସେମାନଙ୍କୁ କେନ୍ଦ୍ରରୁ ହଟାଇବାକୁ ପଡିବ। ଆରଜେଡି ରାଜ୍ୟ ସଭାପତି ଜଗଦାନନ୍ଦ ସିଂଙ୍କ ବିବୃତ୍ତିକୁ ନେଇ ଯାଦବ ଏହା କହିଛନ୍ତି।

ସେ ଏହା ମଧ୍ୟ କହିଛନ୍ତି ଯେ ନୀତୀଶ କୁମାରଙ୍କ ନେତୃତ୍ୱରେ ଆମ ସରକାର ଭଲରେ ଚାଲିଛି। ସମର୍ଥକମାନେ ବେଳେବେଳେ ଏପରି ବିବୃତ୍ତି ଜାରି ରଖନ୍ତି । ଏହା ନୂଆ କଥା ନୁହେଁ। ଇତି ମଧ୍ୟରେ ନୀତୀଶ କୁମାର ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ହେବାକୁ ତାଙ୍କର କୌଣସି ଇଚ୍ଛା ନାହିଁ। ଏହି ସବୁ ବିଷୟ ଏବେ ଆଲୋଚନା କରିବାର ସମୟ ନୁହେଁ। ଏହାପୂର୍ବରୁ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି ନୀତୀଶ କୁମାରଙ୍କୁ ଟାର୍ଗେଟ କରିଥିଲେ। ସେ କହିଥିଲେ ଯେ ଲାଲ ଯାଦବ, ଭାଜପା, ଜିତନକୁମାର ମାଝିଂଙ୍କ ପ୍ରତି ବିଶ୍ୱାସଘାତକତା କରିଥିବା ନୀତୀଶ ବିହାରରେ ତେଜସ୍ବୀଙ୍କୁ କୌଣସି ମୂଲ୍ୟରେ କ୍ଷମତା ହସ୍ତାନ୍ତର କରିବେ ନାହିଁ। ସେ ଲାଲୁଙ୍କ ପ୍ରତି ପୁଣି ଥରେ ବିଶ୍ୱାସଘାତକତା କରିବେ।

ବିହାର ଆରଜେଡିର ରାଜ୍ୟ ସଭାପତି ଜଗଦାନନ୍ଦ ସିଂଙ୍କ ଦିଲ୍ଲୀରେ ଦେଇଥିବା ବିବୃତ୍ତି ଉପରେ ତେଜସ୍ବୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସିଂ କହିଥିଲେ ଯେ ଆସନ୍ତା ବର୍ଷ ସୁଦ୍ଧା ଯୁବ ନେତା ମୁଖ୍ୟମନ୍ତ୍ରୀ ହେବେ। ଏହି ବିବୃତ୍ତି ନେଇ ନୀତୀଶ କୁମାରଙ୍କ ଦଳର କିଛି ନେତା ଅସନ୍ତୋଷ ହୋଇଛନ୍ତି। ଜଗଦାନନ୍ଦ କହିଥିଲେ ଯେ ନୀତୀଶ କୁମାର ୨୦୨୩ ସୁଦ୍ଧା ନିଜକୁ ଜାତୀୟ ରାଜନୀତିରେ ଉତ୍ସର୍ଗ କରିବେ। ସେତେବେଳେ ତେଜସ୍ବୀ ତାଙ୍କ ଉତ୍ତରାଧିକାରୀ ଭାବରେ ଦାୟିତ୍ୱ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?