Posted inଖେଳ

କୋହଲି-ରୋହିତ ନୁହେଁ, ଚଳିତବର୍ଷ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ କରିଛନ୍ତି ସର୍ବାଧିକ ରନ୍‌: ଟପ୍‌ ୩ରେ ଅଛନ୍ତି…

ନୂଆଦିଲ୍ଲୀ,୨୩।୯: ଚେନ୍ନାଇ ଟେଷ୍ଟରେ ବାଂଲାଦେଶ ବିପକ୍ଷ ପ୍ରଥମ ଇନିଂସରେ ଯଶସ୍ବୀ ଜୟସ୍ବାଲ ୫୬ ରନ ସ୍କୋର କରିଥିଲେ। ଦ୍ୱିତୀୟ ଇନିଂସରେ ସେ ୧୦ ରନ ସ୍କୋର କରି ଆଉଟ୍‌ ହୋଇଥିଲେ। ଚଳିତ ବର୍ଷ ଭାରତ ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସର୍ବାଧିକ ସ୍କୋର କରିଛନ୍ତି ଜଶସ୍ବୀ ଜୟସ୍ବାଲ। ଚଳିତ ବର୍ଷ ଏପର୍ଯ୍ୟନ୍ତ ଜଶସ୍ବୀ ଭାରତ ପାଇଁ ୨୧ଟି ଇନିଂସରେ ୧୦୯୯ ରନ ସଂଗ୍ରହ କରିଛନ୍ତି।

ଏଥି ସହିତ ଜଶସ୍ବୀଙ୍କ ପରେ ଭାରତୀୟ ଟେଷ୍ଟ ଅଧିନାୟକ ରୋହିତ ଶର୍ମା ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରୋହିତ ଶର୍ମା ୨୭ ଇନିଂସରେ ୧୦୦୧ ରନ ସଂଗ୍ରହ କରିଛନ୍ତି। ଜଶସ୍ବୀ ଏବଂ ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲ ତୃତୀୟ ସ୍ଥାନରେ ଅଛନ୍ତି। ଚଳିତ ବର୍ଷ ଏପର୍ଯ୍ୟନ୍ତ ଶୁଭମନ ଗିଲ ଭାରତ ପାଇଁ ୨୪ଟି ଇନିଂସରେ ୯୪୦ ରନ ସଂଗ୍ରହ କରିଛନ୍ତି। ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଜଶସ୍ବୀ ବହୁତ ରନ ସଂଗ୍ରହ କରିଥିଲେ। ଏହି ସିରିଜରେ ଜଶସ୍ବୀ ଏକ ରେକର୍ଡ ୭୧୨ ରନ କରିଥିଲେ। ଏଥିରେ ଦ୍ୱିଶତକ ଅତିକ୍ରମ କରିଥିଲେ।

୧୦ଟି ଟେଷ୍ଟ ମ୍ୟାଚ ବ୍ୟତୀତ ୨୩ ଟି-୨୦ ମ୍ୟାଚରେ ଜଶସ୍ବୀ ଭାରତର ପ୍ରତିନିଧିତ୍ୱ କରିଛନ୍ତି। ଟେଷ୍ଟ ଫର୍ମାଟରେ ସେ ହାରାହାରି ୬୪.୩୫ରେ ୧୦୯୪ ରନ ସଂଗ୍ରହ କରିଛନ୍ତି। ଟି-୨୦ ଫର୍ମାଟରେ ୧୬୪.୩୨ ଷ୍ଟ୍ରାଇକ ରେଟ୍‌ ଏବଂ ହାରାହାରି ୩୬.୧୫ରେ ୭୨୩ ରନ ସ୍କୋର କରିଛନ୍ତି। ତେବେ ଚଳିତ ବର୍ଷ ଭାରତ ପାଇଁ ଅନ୍ତର୍ଜାତୀୟ ମ୍ୟାଚରେ ସର୍ବାଧିକ ରନ ସଂଗ୍ରହ କରିଥିବା ବ୍ୟାଟ୍ସମ୍ୟାନ ତାଲିକାରେ ଜଶସ୍ବୀ ଶୀର୍ଷରେ ଅଛନ୍ତି, କିନ୍ତୁ ରୋହିତ ଶର୍ମା ମାତ୍ର ୯୮ ରନ ପଛରେ ଅଛନ୍ତି। ତେଣୁ ରୋହିତ ଶର୍ମା କାନପୁର ଟେଷ୍ଟରେ ଜଶସ୍ବୀଙ୍କୁ ପଛରେ ପକାଇବାର ସୁଯୋଗ ପାଇବେ। ଏଥି ସହିତ ଶୁଭମନ ଗିଲ ରୋହିତ ଶର୍ମାଙ୍କୁ କାନପୁର ଟେଷ୍ଟରେ ମଧ୍ୟ ପଛରେ ପକାଇ ପାରିବେ। ରୋହିତ ଶର୍ମାଙ୍କଠାରୁ ଗିଲ ମାତ୍ର ୬୧ ରନ ପଛରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri