Posted inଖେଳ

ଦିବାରାତ୍ର ଟେଷ୍ଟ ପୂର୍ବରୁ ଏମିତି କହିଲେ କୋହଲି

ଅହମ୍ମଦାବଦ୍‌, ୨୩।୨ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ଯୋଗ୍ୟତା ହାସଲ କରିବା ହେଲେ ଭାରତୀୟ ଦଳକୁ ଚଳିତ ଇଂଲଣ୍ଡ ବିପକ୍ଷ ସିରିଜ୍‌ର ବଳକା ଦୁଇଟି ଟେଷ୍ଟରୁ ଗୋଟିଏ ମ୍ୟାଚ୍‌ ଜିତିବାକୁ ପଡ଼ିବ। ଅନ୍ୟ ମ୍ୟାଚ୍‌କୁ ଅତିକମ୍‌ରେ ଡ୍ର’ ରଖିବା ଦରକାର। କିନ୍ତୁ ଅଧିନାୟକ ବିରାଟ କୋହଲି ଉଭୟ ମ୍ୟାଚ୍‌କୁ ଜିତିବାକୁ ଚାହାନ୍ତି। ଆଉ ବର୍ତ୍ତମାନ ଡବ୍ଲ୍ୟୁଟିସି ପଏଣ୍ଟ ଟେବୁଲ ଲାଗି ଚିନ୍ତିତ ନ ଥିବା ଭର୍ଚୁଆଲ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି।

ଗୋଟିଏ ମ୍ୟାଚ୍‌ ଜିତିବା ଓ ଅନ୍ୟଟିକୁ ଡ୍ର’ ରଖିବାକୁ ଆମେ ଲକ୍ଷ୍ୟ ରଖିନାହୁଁ। ଉଭୟ ଟେଷ୍ଟ ଜିତିବାକୁ ଚେଷ୍ଟା କରିବୁ। ଆମ ପାଇଁ ଏହା ଦୁଇଟି କ୍ରିକେଟ ମ୍ୟାଚ୍‌ ଏବଂ ଏହାକୁ ଆମେ ଗୁରୁତ୍ୱ ଦେଉଛୁ। ଆଗାମୀ ୫ ଦିନିଆ ମ୍ୟାଚ୍‌ ଜିତିବାକୁ ଯାହା ଦରକାର ପଡ଼ିବ, ତାହା କରିବାକୁ ଆମେ ପ୍ରସ୍ତୁତ। ପରେ ଆମେ ପରବର୍ତ୍ତୀ ମ୍ୟାଚ୍‌ ସମ୍ପର୍କରେ ଚିନ୍ତା କରିବୁ ବୋଲି କୋହଲି କହିଛନ୍ତି। ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଏବେ ୧-୧ର ବରାବର ସ୍ଥିତିରେ ଅଛି। ଉଭୟ ଦଳ ମଧ୍ୟରେ ବୁଧବାରଠାରୁ ମୋଟେରା ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି ତୃତୀୟ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri