‘ହତ୍ୟା ନୁହଁ, ଶ୍ୱାସରୁଦ୍ଧରୁ ମୃତ୍ୟୁ’

ରାଉରକେଲା,୨୨।୧୦(ସଙ୍ଗୀତା ଜେନା)ରାଉରକେଲା ଉଦିତନଗର ଥାନା ଏଏସ୍‌ଆଇ ଆଲିଶ ନାରମି ଲୁଗୁନଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରୁ ପରଦା ଉଠିଛି। ଆଲିଶଙ୍କୁ ହତ୍ୟା ନୁହେଁ, ବରଂ ତାଙ୍କ ଆଡ୍ରିନାଲରେ ଅଧିକ ହରମୋନ କ୍ଷରଣ ଯୋଗୁ ଶ୍ୱାସରୁଦ୍ଧ ହେବାରୁ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ଶନିବାର ପୋଲିସ ମୁଖ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାଉରକେଲା ଏସ୍‌ପି ମିତ୍ରଭାନୁ ମହାପାତ୍ର ସୂଚନା ଦେଇଛନ୍ତି। ଏସ୍‌ପି ମହାପାତ୍ର କହିଥିଲେ, ଏଏସ୍‌ଆଇ ଲୁଗୁନଙ୍କ ମୃତ୍ୟୁ ଘଟଣାରେ ପରିବାର ଲୋକଙ୍କ ଦାବି ଅନୁସାରେ ଏକ ହତ୍ୟା ମାମଲା ରୁଜୁ ହୋଇଥିଲା। ତଦନ୍ତ ବେଳେ ପୋଷ୍ଟମର୍ଟମ ରିପୋର୍ଟ ଯାଞ୍ଚ କରାଯାଇଥିଲା। ଇତିମଧ୍ୟରେ ଭୁବନେଶ୍ୱରସ୍ଥିତ ଏମ୍ସର ବିଶେଷଜ୍ଞ ଡାକ୍ତରମାନଙ୍କ ଦ୍ୱାରା ଯାଞ୍ଚ ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ସେଥିରେ ଏଏସ୍‌ଆଇ ମୃତ୍ୟୁ ମାମଲାର ସମ୍ପୂର୍ଣ୍ଣ ସତ୍ୟ ପଦାକୁ ଆସିଛି। ଏଏସ୍‌ଆଇ ଲୁଗୁନ ଏକ୍ସସାଇଡ ଡେଲିରିଅମ ରୋଗରେ ପୀଡ଼ିତ ଥିଲେ। ଏହି ରୋଗରେ ଅଧିକ ଉତ୍ତେଜିତ ହେଲେ ଆଡ୍ରିନାଲ ହରମୋନ କ୍ଷରଣ ହୋଇଥାଏ। ଏହି କ୍ରମରେ ଲୁଗୁନ ଅସୁସ୍ଥ ହୋଇପଡିଥିଲେ। ତାଙ୍କ ହୃଦ୍‌ଯନ୍ତ୍ର ଉପରେ ଅଧିକ ଚାପ ପଡିବା ଦ୍ୱାରା ଶ୍ୱାସକ୍ରିୟା ବାଧାପ୍ରାପ୍ତ ହୋଇଥିଲା। ଏହି କାରଣରୁ ଲୁଗୁନଙ୍କ ମୃତ୍ୟୁ ହୋଇଛି ବୋଲି ଏସ୍‌ପି ମହାପାତ୍ର କହିଥିଲେ। ତେବେ ପରିବାର ଲୋକେ ଲୁଗୁନଙ୍କୁ ମାଡ଼ ସହ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଥିଲେ। ରିପୋର୍ଟରେ ହତ୍ୟା ପ୍ରମାଣ ମିଳିନାହିଁ। ଅନ୍ୟପକ୍ଷେ ଗଣ୍ଡଗୋଳ ସମୟରେ କର୍ତ୍ତବ୍ୟ କରୁଥିବା ବେଳେ ପୋଲିସକୁ ବାଧା ଦେବା ମାମଲା ଚାଲିବ ବୋଲି ଏସ୍‌ପି କହିଥିଲେ। ଲୁଗୁନ ଡ୍ୟୁଟିରେ ଥିବାବେଳେ କେତେଜଣ ଲୋକ ତାଙ୍କ ସହ ବଚସା କରିଥିଲେ। ଏହି ମାମଲାରେ ୨ଜଣଙ୍କୁ ଗିରଫ କରାଯାଇଥିଲା। ସେ ନେଇ ତଦନ୍ତ କରି ଆବଶ୍ୟକ ହେଲେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ। ଯେର୍ଉମାନେ ଫେରାର ଅଛନ୍ତି, ସେମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ପି କହିଥିଲେ।

ସୂଚନାଯୋଗ୍ୟ, ଗତ ୧ ତାରିଖରେ ଉଦିତନଗର ଥାନା ଅଧୀନ ବିରଜାପାଲିରେ ଏକ ଘରୋଇ ବସ୍‌ ଓ କାର୍‌ ମଧ୍ୟରେ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବାରୁ ଥାନାର ପିସିଆର୍‌ ଦାୟିତ୍ୱରେ ଥିବା ଏଏସ୍‌ଆଇ ଲୁଗୁନ ହୋମଗାର୍ଡ ମନୋଜ ପରିଡା ଓ ଦୀପକ ସାହୁଙ୍କୁ ଧରି ଘଟଣାସ୍ଥଳକୁ ଯାଇଥିଲେ। ସେଠାରୁ କେତେଜଣ ଲୋକଙ୍କୁ ଥାନାକୁ ଆଣିବା ପରେ ସେ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ପ୍ରଥମେ ଆର୍‌ଜିଏଚ୍‌ ଓ ପରେ ହାଇଟେକ୍‌ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାରେ ଲୁଗୁନଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିବାରୁ ୨ଜଣ ହୋମଗାର୍ଡଙ୍କୁ ନିଲମ୍ବନ କରାଯିବା ସହ ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। ଅନ୍ୟପକ୍ଷେ ଏଏସ୍‌ଆଇ ଲୁଗୁନଙ୍କ ସନ୍ଦେହଜନକ ମୃତ୍ୟୁର ସିବିଆଇ ତଦନ୍ତ ଦାବି କରି ବିଭିନ୍ନ ସଙ୍ଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏପରିକି ଆସାମର କୋକ୍ରାଝର ଲୋକସଭା ସଦସ୍ୟ ନବ କୁମାର ସାରଣିଆ ଘଟଣାର ସିବିଆଇ ତଦନ୍ତ ଦାବି କରି ରାଷ୍ଟ୍ରପତିଙ୍କୁ ଚିଠି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri