Posted inଜାତୀୟ

ହେମନ୍ତ ସୋରେନଙ୍କ ପରେ ଇଡି ନଜରରେ ଅଛନ୍ତି ଏହି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ୨।୨: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ତାଙ୍କୁ ଇଡି ଗିରଫ କରିଛି। ଟଙ୍କା ହେରଫେର ମାମଲାରେ ସୋରେନଙ୍କୁ ଗିରଫ କରାଯାଇଛି। ସେ ବିରୋଧୀ ଇଣ୍ଡିଆ ମେଣ୍ଟରର ଅନ୍ୟତମ ସହଯୋଗୀ ଥିଲେ। ତେବେ ସେ ଏକମାତ୍ର ମୁଖ୍ୟମନ୍ତ୍ରୀ ନୁହଁନ୍ତି ଯିଏକି ଇଡିର କବଜାରେ ଅଛନ୍ତି। ହେମନ୍ତ ସୋରେନଙ୍କ ବ୍ୟତୀତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି, ଯାହାଙ୍କ ବିରୋଧରେ କେନ୍ଦ୍ରୀୟ ଏଜେନ୍ସି ଅନୁସନ୍ଧାନ କରୁଛନ୍ତି। ଏଥିରୁ ଦିଲ୍ଲୀରୁ କେରଳ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ନାମ ରହିଛି।

କେନ୍ଦ୍ରୀୟ ଏଜେନ୍ସି ଇଡି ଦ୍ୱାରା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ତଦନ୍ତ ଚାଲିଛି। ଅନୁସନ୍ଧାନ ସମ୍ପର୍କରେ ପଚରାଉଚରା ପାଇଁ ଇଡି ତାଙ୍କୁ ଏ ପର୍ଯ୍ୟନ୍ତ ୫ଟି ସମନ ଯେଉଁଥିରେ ସେ ହାଜର ହୋଇନାହାଁନ୍ତି। ବାସ୍ତବରେ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଇଡି ତଦନ୍ତ କରୁଛି। ସେହିପରି କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବିରୋଧରେ ମଧ୍ୟ ଇଡି ମନି ଲଣ୍ଡରିଂ ମାମଲାରେ ଯାଞ୍ଚ କରୁଛି।

ସିପିଏମ ନେତାଙ୍କ ବିରୋଧରେ ୧୯୯୫ରେ ହୋଇଥିବା ମାମଲାରେ ଇଡି ପ୍ରିଭେନସନ ଅଫ ମନି ଲଣ୍ଡରିଂ ଆକ୍ଟ (ପିଏମ୍‌ଏଲଏ) ଅନୁଯାୟୀ ଅନୁସନ୍ଧାନ ହେଉଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ ଏସ ଜଗନମୋହନ ରେଡ୍ଡୀ ମଧ୍ୟ ଇଡି ସ୍କାନରରେ ଅଛନ୍ତି। ଭାରତ ସିମେଣ୍ଟର ଆର୍ଥିକ ପ୍ରସଙ୍ଗରେ ତାଙ୍କ ବିରୋଧରେ ଇଡି ତଦନ୍ତ ଚାଲିଛି।

ନିକଟରେ ତେଲଙ୍ଗାନାରେ କଂଗ୍ରେସ ପାର୍ଟି ସରକାର ଗଠନ ହୋଇଛି ଏବଂ ରେବନ୍ତ ରେଡ୍ଡୀ ପ୍ରଥମ ଥର ପାଇଁ ରାଜ୍ୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ମନି ଲଣ୍ଡରିଂ ମାମଲାରେ ମଧ୍ୟ ସେ ଇଡିରେ ଯାଞ୍ଚରେ ଅଛନ୍ତି। ତଅର୍ଥ ହେରଫେର ମାମଲାରେ କଂଗ୍ରେସର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ବିରୋଧରେ ମଧ୍ୟ ଇଡି ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?