Posted inଖେଳ

ଧୋନୀଙ୍କ ସ୍ତ୍ରୀ ଉପରେ ଭାଜପାର ନଜର, ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଗତ ଅଗଷ୍ଟ ୧୫ରେ କ୍ରିକେଟରୁ ଅବସର ନେଇଛନ୍ତି। ଏହାପରେ ତାଙ୍କ ଆଗାମୀ କାର୍ଯ୍ୟପନ୍ଥାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଧୋନୀ ରାଜନୀତିରେ ସାମିଲ ହୁଅନ୍ତୁ ବୋଲି ଭାରତୀୟ ଜନତା ପାର୍ଟିି(ଭାଜପା)ଚାହୁଁଛି। ପୂର୍ବରୁ ଦଳର ଅନେକ ନେତା ମଧ୍ୟ ଏନେଇ ମତ ପ୍ରକାଶ କରିଛନ୍ତି। କେବଳ ଧୋନୀ ନୁହେଁ ତାଙ୍କ ସ୍ତ୍ରୀ ସାକ୍ଷୀଙ୍କୁ ମଧ୍ୟ ଦଳୀୟ ଟିକେଟ ଦେଇ ରାଞ୍ଚିରୁ ୨୦୨୪ ନିର୍ବାଚନ ଲଢିବାକୁ ଦଳ ଚାହୁଁଛି ବୋଲି ଜଣାପଡିଛି। ୨୦୧୯ ନିର୍ବାଚନରେ ଭାଜପା ଧୋନୀଙ୍କୁ ନିର୍ବାଚନ ପ୍ରଚାରରେ ସାମିଲ କରିବାକୁ ଚାହୁଁଥିଲା। କିନ୍ତୁ ଧୋନୀ ମନା କରିଦେଇଥିଲେ। ଅବସର ପରେ ସେ ରାଜନୀତିକୁ ଆସିବେ ବୋଲି ଚର୍ଚ୍ଚା ହେଉଛି। କିନ୍ତୁ ତାଙ୍କ ବିଜନେସ୍‌ ପାର୍ଟନର୍‌ ଅରୁଣ ପାଣ୍ଡେ କହିଛନ୍ତି ଧୋନୀ ଆଗକୁ ସେନାରେ ସକ୍ରିୟ ରହିବେ। ଧୋନୀ ମୂଳତଃ ଉତ୍ତରାଖଣ୍ଡର। କିନ୍ତୁ ସେ ଝାଡଖଣ୍ଡରେ ଘର କରି ରହିସାରିଛନ୍ତି। ଝାଡଖଣ୍ଡର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଦେଶ ମହତୋଙ୍କ ସହ ତାଙ୍କ ସମ୍ପର୍କ ଭଲ ବୋଲି ଜଣାପଡିଛି। ସାକ୍ଷୀ ମଧ୍ୟ ରାଞ୍ଚିରେ ବେଶ୍‌ ଲୋକପ୍ରିୟ। ସେ ଯେବେ ବି ଏଠାକୁ ଆସନ୍ତି ତାଙ୍କୁ ଦେଖିବା ପାଇଁ ଲୋକଙ୍କ ଭିଡ ଜମେ। ଲକ୍‌ଡାଉନରେ ସେ ରାଞ୍ଚିରେ ଥିଲେ। ନିଜ ଫଟୋ ସବୁ ସୋସିଆଲ ମିଡିଆରେ ଶେୟାର ମଧ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri