ଖାଲି ଧାନ ନୁହେଁ, ପନିପରିବା ଚାଷ ବି ହୋଇଛି କ୍ଷତି : ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩୦।୧୨: ଗ୍ରାଉଣ୍ଡ ଜିରୋରୁ ଅଦିନିଆ ବର୍ଷାରେ ନଷ୍ଟ ହୋଇଥିବା ଧାନ ଫସଲର କ୍ଷୟକ୍ଷତି ଅନୁଧ୍ୟାନ ପରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇ ଧାନ ବ୍ୟତିତ ପନିପରିବା, କପା ଓ ଚିନାବାଦାମ ଚାଷ ମଧ୍ୟ କ୍ଷତି ହୋଇଥିବା କହିଛନ୍ତି। ଏପରିକି ୨ ଲକ୍ଷ ଚାଷୀ ବୀମା କମ୍ପାନୀ ନିକଟରେ ଅଭିଯୋଗ କରିଥିବା ମନ୍ତ୍ରୀ କହିଛନ୍ତି।

ବର୍ଷାରେ ନଷ୍ଟ ହୋଇଥିବା ଧାନ ଫସଲର କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର ମୁଖ୍ୟମନ୍ତ୍ରୀ ମାଝୀ ପ୍ରଥମେ ନୟାଗଡ଼ ଜିଲା ରଣପୁର ବ୍ଲକ ଗସ୍ତ କରିଥିଲେ। କ୍ଷେତ୍ର ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି ତଥା ରଣପୁର ବିଧାୟକ ସୁରମା ପାଢ଼ୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ରଣପୁର ବ୍ଲକର କାଣ୍ଡପଡ଼ାର ମୁଖ୍ୟମନ୍ତ୍ରୀ ରଣପୁର ବ୍ଲକର କାଣ୍ଡପଡ଼ାର ଚାଷଜମିକୁ ଯାଇ ଧାନ ଫସଲର କ୍ଷୟକ୍ଷତି ବୁଲି ଦେଖିଥିଲେ। ଏହି ଅବସରରେ କାଣ୍ଡପଡ଼ା ହାଇସ୍କୁଲ ପଡ଼ିଆରେ ଏକ ଚାଷୀ ସମାବେଶ ହୋଇଥିଲା। ସେଥିରେ ୫ହଜାରରୁ ଊର୍ଦ୍ଧ୍ୱ ଚାଷୀ ଗଜା ଓ ପଚିଥିବା ପାଚିଲା ଧାନ ଫସଲକୁ ମୁଖ୍ୟମନ୍ତ୍ରୀଙ୍କୁ ଦେଖାଇ ନିଜର ଦୁଃଖ ଜଣାଇଥିଲେ। ମଝିଆଖଣ୍ଡ ପଞ୍ଚାୟତର ଡିମରିଆ କଲେଜ ରାସ୍ତାରେ ଠିଆ ହୋଇ କେତେଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କୁ ପଚିଯାଇଥିବା ଧାନ ଦେଖାଇଥିଲେ। ମୁଖ୍ୟମନ୍ତ୍ରୀ ଗାଡ଼ି ଅଟକାଇ ଚାଷୀମାନଙ୍କୁ ସମବେଦନା ଜଣାଇବା ପାଇଁ କ୍ଷତିପୂରଣ ଯୋଗାଇବାର ପ୍ରତିଶ୍ରୁତି ଦେଇଥିଲେ।

ଏପରିକି ମୁଖ୍ୟମନ୍ତ୍ରୀ ଗଜପତି ଜିଲା ଗସ୍ତକରି ଗୋସାଣି ବ୍ଲକ ଗୁରାଣ୍ଡି ଗ୍ରାମକୁ ଯାଇଥିଲେ। ସେଠାରେ ଚାଷଜମିରେ ଚାଷୀଙ୍କ ସହ ସିଧାସଳଖ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲା ଗସ୍ତ କରି ବ୍ରହ୍ମପୁର ଉପକଣ୍ଠରେ ଥିବା କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଥିଲେ। ଏଥିସହ କ୍ଷତିଗ୍ରସ୍ତ ଚାଷୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ଏହିି ସମୟରେ ଚାଷୀମାନେ ନଷ୍ଟ ହୋଇଯାଇଥିବା ଗଜାଧାନ ଗଛକୁ ମୁଖ୍ୟମନ୍ତ୍ରୀଙ୍କୁ ଦେଖାଇଥିଲେ। ଚାଷୀଙ୍କୁ ଇନ୍ସ୍ୟୁରାନ୍ସ କ୍ଲେମ କରିବାକୁ ମୁଖ୍ୟମନ୍ତ୍ରୀ କହିବା ସହ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri