ଖାଲି ଧାନ ନୁହେଁ, ପନିପରିବା ଚାଷ ବି ହୋଇଛି କ୍ଷତି : ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩୦।୧୨: ଗ୍ରାଉଣ୍ଡ ଜିରୋରୁ ଅଦିନିଆ ବର୍ଷାରେ ନଷ୍ଟ ହୋଇଥିବା ଧାନ ଫସଲର କ୍ଷୟକ୍ଷତି ଅନୁଧ୍ୟାନ ପରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇ ଧାନ ବ୍ୟତିତ ପନିପରିବା, କପା ଓ ଚିନାବାଦାମ ଚାଷ ମଧ୍ୟ କ୍ଷତି ହୋଇଥିବା କହିଛନ୍ତି। ଏପରିକି ୨ ଲକ୍ଷ ଚାଷୀ ବୀମା କମ୍ପାନୀ ନିକଟରେ ଅଭିଯୋଗ କରିଥିବା ମନ୍ତ୍ରୀ କହିଛନ୍ତି।

ବର୍ଷାରେ ନଷ୍ଟ ହୋଇଥିବା ଧାନ ଫସଲର କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର ମୁଖ୍ୟମନ୍ତ୍ରୀ ମାଝୀ ପ୍ରଥମେ ନୟାଗଡ଼ ଜିଲା ରଣପୁର ବ୍ଲକ ଗସ୍ତ କରିଥିଲେ। କ୍ଷେତ୍ର ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି ତଥା ରଣପୁର ବିଧାୟକ ସୁରମା ପାଢ଼ୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ରଣପୁର ବ୍ଲକର କାଣ୍ଡପଡ଼ାର ମୁଖ୍ୟମନ୍ତ୍ରୀ ରଣପୁର ବ୍ଲକର କାଣ୍ଡପଡ଼ାର ଚାଷଜମିକୁ ଯାଇ ଧାନ ଫସଲର କ୍ଷୟକ୍ଷତି ବୁଲି ଦେଖିଥିଲେ। ଏହି ଅବସରରେ କାଣ୍ଡପଡ଼ା ହାଇସ୍କୁଲ ପଡ଼ିଆରେ ଏକ ଚାଷୀ ସମାବେଶ ହୋଇଥିଲା। ସେଥିରେ ୫ହଜାରରୁ ଊର୍ଦ୍ଧ୍ୱ ଚାଷୀ ଗଜା ଓ ପଚିଥିବା ପାଚିଲା ଧାନ ଫସଲକୁ ମୁଖ୍ୟମନ୍ତ୍ରୀଙ୍କୁ ଦେଖାଇ ନିଜର ଦୁଃଖ ଜଣାଇଥିଲେ। ମଝିଆଖଣ୍ଡ ପଞ୍ଚାୟତର ଡିମରିଆ କଲେଜ ରାସ୍ତାରେ ଠିଆ ହୋଇ କେତେଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କୁ ପଚିଯାଇଥିବା ଧାନ ଦେଖାଇଥିଲେ। ମୁଖ୍ୟମନ୍ତ୍ରୀ ଗାଡ଼ି ଅଟକାଇ ଚାଷୀମାନଙ୍କୁ ସମବେଦନା ଜଣାଇବା ପାଇଁ କ୍ଷତିପୂରଣ ଯୋଗାଇବାର ପ୍ରତିଶ୍ରୁତି ଦେଇଥିଲେ।

ଏପରିକି ମୁଖ୍ୟମନ୍ତ୍ରୀ ଗଜପତି ଜିଲା ଗସ୍ତକରି ଗୋସାଣି ବ୍ଲକ ଗୁରାଣ୍ଡି ଗ୍ରାମକୁ ଯାଇଥିଲେ। ସେଠାରେ ଚାଷଜମିରେ ଚାଷୀଙ୍କ ସହ ସିଧାସଳଖ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲା ଗସ୍ତ କରି ବ୍ରହ୍ମପୁର ଉପକଣ୍ଠରେ ଥିବା କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଥିଲେ। ଏଥିସହ କ୍ଷତିଗ୍ରସ୍ତ ଚାଷୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ଏହିି ସମୟରେ ଚାଷୀମାନେ ନଷ୍ଟ ହୋଇଯାଇଥିବା ଗଜାଧାନ ଗଛକୁ ମୁଖ୍ୟମନ୍ତ୍ରୀଙ୍କୁ ଦେଖାଇଥିଲେ। ଚାଷୀଙ୍କୁ ଇନ୍ସ୍ୟୁରାନ୍ସ କ୍ଲେମ କରିବାକୁ ମୁଖ୍ୟମନ୍ତ୍ରୀ କହିବା ସହ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri