Posted inଜାତୀୟ

ଇନ୍ଦିରା, ସୋନିଆ ବି ହରାଇଥିଲେ ସଦସ୍ୟତା

ନୂଆଦିଲ୍ଲୀ,୨୫ା୩: କେବଳ ରାହୁଲ ଗାନ୍ଧୀ ନୁହନ୍ତି, ଅତୀତରେ ଅନେକ ଆଇନପ୍ରଣେତା ଗୃହରେ ଅଯୋଗ୍ୟ ଘୋଷିତ ହୋଇଥିଲେ। ୧୯୭୭ର ଜରୁରିକାଳୀନ ପରିସ୍ଥିତି ପରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ରାହୁଲଙ୍କ ଜେଜେ ମା’ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଶୋଚନୀୟ ପରାଜୟର ମୁହଁ ଦେଖିବାକୁ ପଡ଼ିଥିଲା। ୧୯୭୮ରେ କର୍ନାଟକର ଚିକ୍‌ମାଗଲୁର ଉପନିର୍ବାଚନରେ ଇନ୍ଦିରା ବିଜୟୀ ହୋଇ ଲୋକ ସଭାକୁ ଯାଇଥିଲେ। ନଭେମ୍ବର ୧୮ରେ ସେ ଲୋକ ସଭାରେ ପହଞ୍ଚତ୍ବା ପରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମୋରାରଜୀ ଦେଶାଇ ଇନ୍ଦିରାଙ୍କ ବିରୋଧରେ କ୍ଷମତାର ଦୁରୁପଯୋଗ ଓ ସରକାରୀ ଅଧିକାରୀମାନଙ୍କୁ ଅପମାନିତ କରିବା ଅଭିଯୋଗ ଆଣିଥିଲେ। ଉକ୍ତ ପ୍ରସ୍ତାବ ପାରିତ ହୋଇଥିଲା। ୭ ଦିନ ଧରି ବିତର୍କ ଚାଲିବା ପରେ ଇନ୍ଦିରାଙ୍କ ବିରୋଧରେ ସ୍ବାଧିକାର କମିଟି ଗଠନ କରାଯାଇଥିଲା। ଉକ୍ତ କମିଟି ଇନ୍ଦିରାଙ୍କ ବିରୋଧରେ ତଦନ୍ତ କରି ମାସକ ଭିତରେ ରିପୋର୍ଟ ପ୍ରଦାନ କରିଥିଲା। ଫଳରେ ଇନ୍ଦିରାଙ୍କୁ ପାର୍ଲମେଣ୍ଟରୁ ବହିଷ୍କାର ସହ ଗିରଫ କରି ତିହାର ଜେଲକୁ ପଠାଇ ଦିଆଯାଇଥିଲା। ୧୯୮୦ରେ ଅନୁଷ୍ଠିତ ନିର୍ବାଚନରେ ଇନ୍ଦିରା ବିଜୟୀ ହୋଇ ପ୍ରଧାନମନ୍ତ୍ରୀ ହୋଇଥିଲେ।

୨୦୦୬ରେ ରାହୁଲଙ୍କ ମା’ ସୋନିଆ ଗାନ୍ଧୀଙ୍କ ବିରୋଧରେ ପାର୍ଲାମେଣ୍ଟରେ ଲାଭଜନକ ପଦବୀ (ଅଫିସ୍‌ ଅଫ୍‌ ପ୍ରଫିଟ୍‌) ପ୍ରସଙ୍ଗ ଉଠିଥିଲା। ସେତେବେଳେ କେନ୍ଦ୍ରରେ କଂଗ୍ରେସ ନେତୃତ୍ୱାଧୀନ ଉପା ସରକାର ଚାଲିଥିଲା। ସୋନିଆ କଂଗ୍ରେସ ଅଧ୍ୟକ୍ଷା ଏବଂ ରାଏବରେଲି ଏମ୍‌ପି ଥିଲେ। ଏଥିସହ ଉପା ସରକାର ଗଢ଼ିଥିବା ନ୍ୟାଶନାଲ ଆଡ୍‌ଭାଇଜରି କାଉନ୍‌ସିଲର ମଧ୍ୟ ସେ ଅଧ୍ୟକ୍ଷା ଥିଲେ। ଏହାକୁ ଅଫିସ୍‌ ଅଫ୍‌ ପ୍ରଫିଟ୍‌ ଆଖ୍ୟାଦେଇ ସୋନିଆଙ୍କୁ ଟାର୍ଗେଟ କରାଯାଇଥିଲା। ଶେଷରେ ସେ ବାଧ୍ୟହୋଇ ଲୋକ ସଭାରୁ ଇସ୍ତଫା ଦେଇଥିଲେ। ପରେ ସୋନିଆ ରାଏବରେଲିରୁ ପୁନଃ ନିର୍ବାଚିତ ହୋଇ ଲୋକ ସଭାରେ ପ୍ରତିନିଧିତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri