ଦରଦାମ୍‌ ବୃଦ୍ଧି ପାଇଁ କେବଳ କେନ୍ଦ୍ର ନୁହେଁ ରାଜ୍ୟ ବି ଦାୟୀ: ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ, ୮।୯ : ଦରଦାମ୍‌ ବୃଦ୍ଧି ସମ୍ପର୍କରେ ତାଙ୍କ ବିବୃତ୍ତି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସମ୍ପ୍ରତି ଚର୍ଚ୍ଚାରେ ରହିଛନ୍ତି। ଦରଦାମ୍‌ ବଢ଼ିବା ନେଇ ଅର୍ଥମନ୍ତ୍ରୀ ପୁଣି ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଅର୍ଥମନ୍ତ୍ରୀ କହିଛନ୍ତି ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ହ୍ରାସ କରିବାର ଦାୟିତ୍ୱ କେବଳ କେନ୍ଦ୍ର ସରକାରଙ୍କ ନୁହେଁ। ଏକ୍ଷେତ୍ରରେ ରାଜ୍ୟ ସରକାରଙ୍କର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।

ଦରଦାମ୍‌ ବୃଦ୍ଧିର ନିୟନ୍ତ୍ରଣ ପାଇଁ ମିଳିତ ପ୍ରୟାସ ହେବା ଉଚିତ। ଏହା ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କର ଦାୟିତ୍ୱ। ପେଟ୍ରୋଲ-ଡିଜେଲର ମୂଲ୍ୟ ସମ୍ପର୍କରେ ଅର୍ଥମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ର ସରକାର ପେଟ୍ରୋଲ ଡିଜେଲ ଉପରେ ଏକ୍ସାଇଜ ଶୁଳ୍କ ଦୁଇଥର ହ୍ରାସ କରିଛନ୍ତି। ବର୍ତ୍ତମାନ ଏହା ରାଜ୍ୟମାନଙ୍କର ଦାୟିତ୍ୱ। ସେମାନେ ଭାଟ ହ୍ରାସ କରିବା ଆବଶ୍ୟକ। କେତେକ ରାଜ୍ୟରେ ଦରଦାମ୍‌ ବୃଦ୍ଧି ହାର ଜାତୀୟ ସ୍ତରଠାରୁ ମଧ୍ୟ ଅଧିକ ରହିଛି। ଯାହା ଚିନ୍ତାର କାରଣ ପାଲଟିଛି। ଏହି ରାଜ୍ୟଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲ ଉପରେ ଭ୍ୟାଟ ହ୍ରାସ ନହେବା କାରଣରୁ ଦରାଦାମ୍‌ ବୃଦ୍ଧି ହାର ଅଧିକ ରହିଛି ।

ଆଇସିଆରଆଇଇଆର ଦ୍ୱାରା ଆୟୋଜିତ ମୁଦ୍ରାସ୍ଫୀତି ସମ୍ମିଳନୀକୁ ସମ୍ବୋଧିତ କରି ଅର୍ଥମନ୍ତ୍ରୀ କହିଛନ୍ତି ଯେ ସାଧାରଣ ଲୋକଙ୍କୁ ମୁଦ୍ରାସ୍ଫୀତିରୁ ମୁକ୍ତି ଦେବା ପାଇଁ କେନ୍ଦ୍ର ସରକାର ଅନେକ ପଦକ୍ଷେପ ନେଇଛନ୍ତି। ଇସ୍ପାତ ଉପରେ ସରକାର ରପ୍ତାନି ଶୁଳ୍କ ଲାଗୁ କରିଛନ୍ତି ଯାହା ଦ୍ୱାରା ଘରୋଇ ମୂଲ୍ୟ ଏବଂ ଉତ୍ପାଦକଙ୍କ ସ୍ବାର୍ଥ ମଧ୍ୟରେ ସନ୍ତୁଳନ ରହିବ। ଅର୍ଥମନ୍ତ୍ରୀ କହିଛନ୍ତି ଯେ ଜଗତୀକରଣ ଯୋଗୁ ମୁଦ୍ରାସ୍ଫୀତି ବୃଦ୍ଧି ପାଇଛି ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ରୀୟ ବ୍ୟାଙ୍କ ଉଦ୍ୟମ କରୁଛି।

ବୁଧବାର ମଧ୍ୟ ଅର୍ଥମନ୍ତ୍ରୀ କହିଥିଲେ ଯେ ମୁଦ୍ରାସ୍ଫୀତି ସରକାରଙ୍କ ଆଗରେ ଆଉ ବଡ ଚ୍ୟାଲେଞ୍ଜ ନୁହେଁ। ବରଂ ଅଧିକରୁ ଅଧିକ ଚାକିରି ସୃଷ୍ଟି କରିବା ଏବଂ ଅର୍ଥନୈତିକ ସମାନତାର ଲକ୍ଷ୍ୟ ହାସଲ କରିବା ହେଉଛି ସରକାରଙ୍କ ସବୁଠାରୁ ବଡ ପ୍ରାଥମିକତା। ଗତ କିଛି ମାସ ମଧ୍ୟରେ ସରକାର ମୁଦ୍ରାସ୍ଫୀତି ନିୟନ୍ତ୍ରଣ କରିବାରେ ସଫଳତା ହାସଲ କରିଥିବା ମଧ୍ୟ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?