Posted inଖେଳ

ବୁମ୍‌ରା ନ ଖେଳିବା ମୁମ୍ବାଇ ପାଇଁ ବଡ଼ ସମସ୍ୟା: ରୋହିତ

ବେଙ୍ଗାଲୁରୁ,୩।୪: ବେଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଆଇପିଏଲ୍‌ର ପଞ୍ଚମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ପରାଜୟ ପରେ ପ୍ରତିକ୍ରିୟା ରଖିଛନ୍ତି ଅଧିନାୟକ ରୋହିତ ଶର୍ମା। ଆଇପିଏଲ୍‌ରେ ଜଶପ୍ରୀତ୍‌ ବୁମ୍‌ରାଙ୍କ ଅନୁପସ୍ଥିତି ମୁମ୍ବାଇ ପାଇଁ ସମସ୍ୟା ସୃଷ୍ଟି କରିଛି ବୋଲି ରୋହିତ କହିଛନ୍ତି। ଏପରିକି ଗତ ୮ ମାସ ହେଲା ବୁମ୍‌ରାଙ୍କ ବିନା ଖେଳିବାକୁ ପଢୁଛି। ଆଇପିଏଲ୍‌ ଏକ ଭିନ୍ନ ସେଟ୍‌ ଅପ୍‌। ଏଣୁ ବୁମ୍‌ରାଙ୍କୁ ଅନୁପସ୍ଥିତିକୁ ଦଳ ଅଣଦେଖା କରିପାରିବ ନାହିଁ। ଆଘାତ ପାଇବା ଖେଳାଳିଙ୍କ ନିୟନ୍ତ୍ରଣରେ ନ ଥାଏ। ସେହି ବିଷୟରେ ଅଧିକ କିଛି କହି ହେବ ନାହିଁ। ମୁମ୍ବାଇର ବହୁ ପ୍ରତିଭାଶାଳୀ ଖେଳାଳି ଅଛନ୍ତି। ଏଣୁ ତାଙ୍କୁ ଉତ୍ତମ ଖେଳ ପ୍ରଦର୍ଶନ କରିବାକୁ ପଡ଼ିବ ବୋଲି ରୋହିତ ମତପ୍ରକାଶ କରିଛନ୍ତି।
ଆଇପିଏଲ୍‌ର ପଞ୍ଚମ ମ୍ୟାଚରେ ଆର୍‌ସିବି ମୁମ୍ବାଇ ଇଣ୍ଡିଆନ୍ସକୁ ୮ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ମୁମ୍ବାଇ ପ୍ରଥମେ ବ୍ୟାଟିଂକରି ୧୭୧ ରନ୍‌ ସଂଗ୍ରହ କରିଥିଲା। ଏହାର ଜବାବରେ ବାଙ୍ଗାଲୋର ୧୬.୩ ଓଭରରେ ମ୍ୟାଚ ଜିତିନେଇଥିଲା। ଦଳ ପାଇଁ ବିରାଟ କୋହଲି ଏବଂ ଫାଫ୍‌ ଡୁ ପ୍ଲେସିଙ୍କ ମଧ୍ୟରେ ଏକ ରେକର୍ଡ ଭାଗୀଦାରି ହୋଇଥିଲା। ଦୁହେଁ ୮୯ ବଲ୍‌ର ସମ୍ମୁଖୀନ ହୋଇ ୧୪୮ ରନ୍‌ର ଭାଗୀଦାରି କରିଥିଲେ। ଆର୍‌ସିବିଠାରୁ ପରାଜୟ ପରେ ମୁମ୍ବାଇ ଅଧିନାୟକ ରୋହିତ ଶର୍ମା ଦଳର ଷ୍ଟାର୍‌ ଏବଂ ଫାଷ୍ଟ ବୋଲରଙ୍କ ଆହତ କାରଣରୁ ଦଳ ବାହାରେ ଥିବା ବୁମ୍‌ରାଙ୍କୁ ଦଳ ମିସ୍‌ କରୁଛି। ଗତ ୬ରୁ ୮ ମାସ ହେଲେ ବୁମ୍‌ରାଙ୍କ ବିନା ଖେଳିବା ଅଭ୍ୟସ୍ତ କରାଯାଉଛି ବୋଲି ରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri