ପିଏମ୍‌ ଆବାସ ନୁହେଁ, ଦେଶକୁ ଆବଶ୍ୟକ ନିଶ୍ୱାସର ଜୀବନ ଧାରା: ରାହୁଲ…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ଏପରିସ୍ଥଳେ ସେଣ୍ଟ୍ରାଲ ଭିଷ୍ଟା ପରିଯୋଜନା ନେଇ ବିବାଦ ଆରମ୍ଭ ହୋଇ ଯାଇଛି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି ଯେ, ଦେଶକୁ ପ୍ରଧାନମନ୍ତ୍ରୀ(ପିଏମ୍‌) ଆବାସର ଆବଶ୍ୟକତା ନାହିଁ। ବିଭିନ୍ନ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ସହିତ ଅନ୍ୟ ରୋଗୀ ଅକ୍ସିଜେନ୍‌ ପାଇଁ ଜୀବନ ସଂଗ୍ରାମ ଜାରି ରଖିଛନ୍ତି। ଏହି ସଙ୍କଟ ସମୟରେ ଦେଶକୁ ନିଶ୍ୱାସର ଜୀବନ ଧାରା ଆବଶ୍ୟକ ବୋଲି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ସେଣ୍ଟ୍ରାଲ ଭିଷ୍ଟା ପରିଯୋଜନା କାର୍ଯ୍ୟ ଜାରି ରହିଛି। ତେବେ କରୋନା ମହାମାରୀ ଯୋଗୁ ଏହାକୁ ରୋକିବା ଦାବି ଜୋର୍‌ଦାର ହେବାରେ ଲାଗିଛି। ଏନେଇ ଶୁକ୍ରବାର ରେ ହୋଇଥିବା ଏକ ଆବେଦନର ଶୁଣାଣି ହୋଇଛି। ଆବେଦନକାରୀ ସେଣ୍ଟ୍ରାଲ ଭିଷ୍ଟା ପରିଯୋଜନାକୁ ସାମ୍ପ୍ରତିକ ସ୍ଥିତିରେ ବନ୍ଦ କରିବା ନେଇ ଆବେଦନରେ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ରାଜପଥ ଉପରେ ୨.୫ କିଲୋମିଟର ରାସ୍ତାକୁ ସେଣ୍ଟ୍ରାଲ ଭିଷ୍ଟା କୁହାଯାଉଛି। ଇଣ୍ଡିଆ ଗେଟ୍‌ଠାରୁ ଆରମ୍ଭ କରି ରାଷ୍ଟ୍ରପତି ଭବନ ମଧ୍ୟରେ ଏହି ମାର୍ଗରେ ୪୪ଟି ଗୁରୁତ୍ୱପୂର୍ଣ୍ଣ ବିଲ୍ଡିଂ ରହିଛି। ସେଥିରେ ସଂସଦ ଭବନ, ନର୍ଥ ବ୍ଲକ୍‌, ସାଉଥ୍‌ ବ୍ଲକ୍‌ ମଧ୍ୟ ରହିଛି। ଏହି ଜୋନ୍‌ର ରି-ପ୍ଲାନ୍‌ କରାଯାଉଛି। ଏହାକୁ ସେଣ୍ଟ୍ରାଲ ଭିଷ୍ଟା ପରିଯୋଜନା କୁହାଯାଉଛି। ଏଥିରେ ପ୍ରାୟ ୨୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri