Posted inରାଜ୍ୟ

ଡେଙ୍ଗୁ ସଂକ୍ରମଣରେ ଲାଗୁନି ରୋକ

ଭୁବନେଶ୍ୱର,୧୪।୮(ଅଭିଜିତ ଦାସ): ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମଶଃ ବଢିଚାଲିଛି। ୧୧ ତାରିଖ ସୁଦ୍ଧା ରାଜ୍ୟରେ ୨୮ ହଜାର ୯୫୩ ନମୁନା ପରୀକ୍ଷା କରାଯାଇଥିବାବେଳେ ୧୬୭୦ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲା ଡେଙ୍ଗୁର ହଟସ୍ପଟ୍‌ ପାଲଟିଥିବାବେଳେ ଅଧିକାଂଶ ଡେଙ୍ଗୁ ରୋଗୀ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରୁ ରହିଛନ୍ତି। ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ହସ୍ପିଟାଲ ଉପରେ ଚାପ ପଡୁଥିବା ମଧ୍ୟ ଦେଖିବାକୁ ମିଳୁଛି। ତେବେ ଗତବର୍ଷ ଅପେକ୍ଷା ଚଳିତବର୍ଷ ଉଭୟ ପରୀକ୍ଷଣ ଓ ନିରାକରଣ କ୍ଷେତ୍ରରେ ଅଧିକ ପଦକ୍ଷେପ ନିଆଯାଇଥିଲେ ମଧ୍ୟ ସଂକ୍ରମଣ ରୋକିବାରେ ଫେଲ୍‌ ମାରୁଛି ସ୍ବାସ୍ଥ୍ୟ ବିଭାଗ।
ବିଭାଗୀୟ ତଥ୍ୟ ଅନୁଯାୟୀ, ରାଜ୍ୟରେ ମୋଟ ଡେଙ୍ଗୁ ସଂକ୍ରମଣରୁ ସର୍ବାଧିକ ୭୦ ପ୍ରତିଶତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହୋଇଥିବାବେଳେ ସେଥିରୁ ୯୦ ପ୍ରତିଶତ ରୋଗୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ରହିଛନ୍ତି। ଗତ ୧୦ଦିନ ମଧ୍ୟରେ ବିଏମ୍‌ସି ଅଞ୍ଚଳରେ ୩୮୧ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ। ଅଧିକାଂଶ ଡେଙ୍ଗୁ ରୋଗୀ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ସହରରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ବର୍ତ୍ତମାନ ହସ୍ପିଟାଲ ଉପରେ ଚାପ ବଢିବାରେ ଲାଗିଛି। ଏପରିକି ଡେଙ୍ଗୁ ରୋଗୀ ବେଡ୍‌ ବଦଳରେ ତଳେ ଶୋଇବାକୁ ପଡୁଥିବା ଦେଖିବାକୁ ମିଳୁଛି। ତେବେ ମୌସୁମୀ ଆରମ୍ଭରୁ ବିଭାଗ ପକ୍ଷରୁ ଡେଙ୍ଗୁ ନିରାକରଣ ନିମନ୍ତେ ରାଜ୍ୟର ୫ ମହାନଗର ନିଗମ ସହିତ ବୈଠକ ଓ ସବୁ ଜିଲାର ସିଡିଏମ୍‌ଓଙ୍କ ସହ ସମୀକ୍ଷା କରାଯାଇ ବ୍ୟାପକ ସଚେତନତା ଓ ପଦକ୍ଷେପ ଗ୍ରହଣ କରାଯାଇଥିଲେ ମଧ୍ୟ ଡେଙ୍ଗୁ ଉପରେ ଅଙ୍କୁଶ ଲାଗିପାରୁନାହିଁ।
ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି, ରାଜ୍ୟରେ ଡେଙ୍ଗୁରେ ଅଧିକ ରୋଗୀ ଆରୋଗ୍ୟ ଲାଭ କରୁଥିବାବେଳେ କାହାର ମୃତ୍ୟୁ ହୋଇନାହିଁ। ଲୋକମାନେ ଅଧିକ ସତର୍କତା ଅବଲମ୍ବନ କରିବା ଆବଶ୍ୟକ। ଜିଲା ଚିକିତ୍ସାଳୟରେ ଅଧିକ ସଂଖ୍ୟକ ଡେଙ୍ଗୁ ବେଡ୍‌ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କ୍ୟାପିଟାଲ ହସ୍ପିଟାଲ ଅଧୀକ୍ଷକ ଡାକ୍ତର ଦିଲୀପ ପଣ୍ଡା କହିଛନ୍ତି, ରାଜଧାନୀରେ ଅଧିକାଂଶ ଡେଙ୍ଗୁ ରୋଗୀ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏହାଦ୍ୱାରା ହସ୍ପଟାଲ ଉପରେ ଚାପ ରହୁଛି। ଅଗଷ୍ଟ ୫ରୁ ୧୧ ମଧ୍ୟରେ ଏହି ହସ୍ପିଟାଲରେ ୨ ହଜାର ୪୦୫ ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ୪୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ହସ୍ପିଟାଲରେ ଦୈନିକ ୧୦ରୁ ୧୨ ଜଣ ଡେଙ୍ଗୁ ରୋଗୀ ଆଡମିଶନ ହେଉଥିବାବେଳେ ଏବେ ୪୨ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି। ଲୋକେ ସଚେତନ ନ ହେଲେ ଆଗକୁ ସଂଖ୍ୟା ବଢିପାରେ ବୋଲି ସେ ସତର୍କ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri