ଏସ୍‌ଏଚ୍‌ଜିରୁ ଏସ୍‌ଏମ୍‌ଇ ଲକ୍ଷ୍ୟ

ସୁନ୍ଦରଗଡ,୧୬।୧୧(ଡି.ଏନ.ଏ.): ମିଶନ ଶକ୍ତି ଅଧୀନରେ ପରିଚାଳିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଅଭିନବ ଦକ୍ଷତା ପ୍ରଦର୍ଶନ କରିଛନ୍ତି ା ସେମାନଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ଆଗାମୀ ଦିନରେ ‘ଏସଏଚଜି’ରୁ ‘ଏସଏମଇ’ ବା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସୃଷ୍ଟି କରିବା ପାଇଁ ମିଶନ ଶକ୍ତିର ମା’ମାନଙ୍କୁ ପ୍ରସ୍ତୁତ କରାଯାଉଛି। ଏହି ଲକ୍ଷ୍ୟ ନେଇ ‘ମେକ ଇନ୍‌ ଓଡିଶା କନକ୍ଲେଭ-୨୦୨୨’ ପୂର୍ବରୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପାଇଁ ଜିଲା ସ୍ତରରେ ସ୍ବତନ୍ତ୍ର ‘ନିବେଶକ ସମ୍ମିଳନୀ’ କରାଯାଉଛି।
ସୋମବାର ଦିନ ସୁନ୍ଦରଗଡ ବିକାଶ ଭବନଠାରେ ମିଶନ ଶକ୍ତି ବିଭାଗ ଏବଂ ଫିକି ଆନୁକୂଲ୍ୟରେ ଏହି ଜିଲାସ୍ତରୀୟ ନିବେଶକ ସମ୍ମିଳନୀ କରାଯାଇଥିଲା। ଏଥିରେ ବିଭାଗୀୟ ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ଜିଲାର ଏସଏଚଜି ମହିଳାମାନଙ୍କ ଭିତରେ ‘ଉଦ୍ୟୋଗୀ’ ମନୋଭାବ ବଢାଇବା ଲାଗି କ୍ଷେତ୍ର ପ୍ରସ୍ତୁତ କରିବା ଉପରେ ବିଶେଷ ଗୁରୁତ୍ୱ ଦେଇଥିଲେ। ସୁନ୍ଦରଗଡ ଜିଲାର ଏସ ଏସଜି ମା’ମାନେ ବିଭିନ୍ନ କ୍ଷେତ୍ରରେ ଭଲ କାମ କରୁଥିବାରୁ କାର୍ତ୍ତିକେୟନ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ବିଭିନ୍ନ ସ୍ଥାନରୁ ଆସିଥିବା ୮୦ଟି ଏସଏଚଜିର ସଦସ୍ୟାମାନେ ଯୋଗ ଦେଇଥିଲେ।
ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ମେକ ଇନ୍‌ ଓ କନକ୍ଲେଭରେ ମିଶନ ଶକ୍ତିର ମା’ମାନଙ୍କ ପାଇଁ ସ୍ବତନ୍ତ୍ର ଅଧିବେଶନ କରାଯାଉଛି। ଏହା ସହିତ ସେଠାରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଏସଏଚଜିର ଉତ୍ପାଦ ପ୍ରଦର୍ଶନ କରାଯିବ। ତେଣୁ ମେକ ଇନ୍‌ ଓ କାର୍ଯ୍ୟକ୍ରମର ଭୂମିକା ସମ୍ପର୍କରେ ଜିଲାର ଏସଏଚଜି ମହିଳାମାନଙ୍କୁ ଧାରଣା ଦେବା ଥିଲା ଏହି ସମ୍ମିଳନୀର ଅନ୍ୟତମ ଉଦ୍ଦେଶ୍ୟ। ମେକ ଇନ ଓଡ଼ିଶା କନକ୍ଲେଭ ପୂର୍ବରୁ ଅନୁଷ୍ଠିତ ଏହି ନିବେଶକ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଏସଏଚଜି ମହିଳା ଯୋଗ ଦେଇଥିଲେ। ସେମାନେ ସ୍ଥାନୀୟ ଉଦ୍ୟୋଗୀ ତଥା ଶିଳ୍ପ ସଙ୍ଗଠନର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ। ଉଦ୍ୟୋଗ ବିକାଶ କ୍ଷେତ୍ରରେ ଜିଲାର ଏସଏଚଜି ମହିଳାମାନଙ୍କ ପାଇଁ କ’ଣ ସବୁ ସୁଯୋଗ ରହିଛି ସେ ବିଷୟରେ ସେଠାରେ ବ୍ୟାପକ ଆଲୋଚନା କରାଯାଇଥିଲା। ଏହାସହିତ ଏସଏଚଜି ମହିଳାମାନେ ପ୍ରସ୍ତୁତ କରୁଥିବା ବିଭିନ୍ନ ସାମଗ୍ରୀର କିପରି ଉଚିତ ବଜାର ସଂଯୋଗୀକରଣ କରାଯାଇପାରିବ ତା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମ ଜିଲାର ମହିଳା ଉଦ୍ୟୋଗୀମାନଙ୍କୁ ସେମାନଙ୍କ ବ୍ୟବସାୟ ପରିଚାଳନା କ୍ଷେତ୍ରରେ ନୂଆ ଦିଗ ଦେଖାଇପାରିବ ବୋଲି କହିଛନ୍ତି ସୁନ୍ଦରଗଡ ଜିଲାପାଳ ଡା. ପରାଗ ହର୍ଷଦ ଗାଭାଲି।
ଏହି ସମ୍ମିଳନୀରେ ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲାର ପ୍ରମୁଖ ୨୪ଟି କମ୍ପାନୀର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଆଇଏଫଜିଏଲ, ଏନଟିପିସି ଦର୍ଲିପାଲି, ଏନଟିପିସି ଡୁଲୁଙ୍ଗା ଏବଂ ଓସିଏଲ କମ୍ପାନୀ ଏସଏଚଜି ମା’ମାନଙ୍କଠାରୁ ୧ କୋଟି ୧୨ ଲକ୍ଷ ଟଙ୍କାର ବିଭିନ୍ନ ସାମଗ୍ରୀ ଓ ଉତ୍ପାଦ କିଣିବା ପାଇଁ ଘୋଷଣା କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର ଯୁଗ୍ମ ସଚିବ ବିନୋଦ ଜେନା, ଜିଲା ପରିଷଦର ଉପାଧ୍ୟକ୍ଷ କମଲ ଲାକ୍ରା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ, ଦାଶରଥି ସରାବୁ, ଜିଲା ସମାଜ ମଙ୍ଗଳ ଅଧିକାରୀ ପ୍ରବାସିନୀ ଚକ୍ର, ମିଶନ ଶକ୍ତିର ଜିଲା ପ୍ରକଳ୍ପ ସଂଯୋଜକ ଲମ୍ବୋଦର ବାସ୍କେ ଏବଂ ରାଉରକେଲା ଚାମ୍ବର ଅଫ କମର୍ସର ସଭାପତି ସୁବ୍ରତ ପଟ୍ଟନାୟକଙ୍କ ସହିତ ଫିକିର ଅଧିକାରୀମାନେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଅବସରରେ ବିଶ୍ରା ବ୍ଲକର ଦିବ୍ୟଜ୍ୟୋତି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଟାଙ୍ଗରପାଲି ବ୍ଲକର ଧନଲକ୍ଷ୍ମୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସେମାନଙ୍କ ସଫଳ ଏସଏଚଜି ଯାତ୍ରା ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଜିଲାପାଳ ଦିବ୍ୟଜ୍ୟୋତି ଏସଏଚଜିକୁ ବିଶେଷ ସଫଳତା ପାଇଁ ସମ୍ବର୍ଦ୍ଧିତ କରିଥିଲେ। ଉପସ୍ଥିତ ସଦସ୍ୟମାନଙ୍କୁ ଉତ୍ସାହିତ କରିବାକୁ ଯାଇ ରାଜ୍ୟରେ ମିଶନ ଶକ୍ତି ମହିଳାମାନଙ୍କର ସଫଳ ଯାତ୍ରାକୁ ନେଇ ପ୍ରସ୍ତୁତ ସ୍ବତନ୍ତ୍ର ଭିଡିଓ ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri