ଏସ୍‌ଏଚ୍‌ଜିରୁ ଏସ୍‌ଏମ୍‌ଇ ଲକ୍ଷ୍ୟ

ସୁନ୍ଦରଗଡ,୧୬।୧୧(ଡି.ଏନ.ଏ.): ମିଶନ ଶକ୍ତି ଅଧୀନରେ ପରିଚାଳିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଅଭିନବ ଦକ୍ଷତା ପ୍ରଦର୍ଶନ କରିଛନ୍ତି ା ସେମାନଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ଆଗାମୀ ଦିନରେ ‘ଏସଏଚଜି’ରୁ ‘ଏସଏମଇ’ ବା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସୃଷ୍ଟି କରିବା ପାଇଁ ମିଶନ ଶକ୍ତିର ମା’ମାନଙ୍କୁ ପ୍ରସ୍ତୁତ କରାଯାଉଛି। ଏହି ଲକ୍ଷ୍ୟ ନେଇ ‘ମେକ ଇନ୍‌ ଓଡିଶା କନକ୍ଲେଭ-୨୦୨୨’ ପୂର୍ବରୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପାଇଁ ଜିଲା ସ୍ତରରେ ସ୍ବତନ୍ତ୍ର ‘ନିବେଶକ ସମ୍ମିଳନୀ’ କରାଯାଉଛି।
ସୋମବାର ଦିନ ସୁନ୍ଦରଗଡ ବିକାଶ ଭବନଠାରେ ମିଶନ ଶକ୍ତି ବିଭାଗ ଏବଂ ଫିକି ଆନୁକୂଲ୍ୟରେ ଏହି ଜିଲାସ୍ତରୀୟ ନିବେଶକ ସମ୍ମିଳନୀ କରାଯାଇଥିଲା। ଏଥିରେ ବିଭାଗୀୟ ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ ଜିଲାର ଏସଏଚଜି ମହିଳାମାନଙ୍କ ଭିତରେ ‘ଉଦ୍ୟୋଗୀ’ ମନୋଭାବ ବଢାଇବା ଲାଗି କ୍ଷେତ୍ର ପ୍ରସ୍ତୁତ କରିବା ଉପରେ ବିଶେଷ ଗୁରୁତ୍ୱ ଦେଇଥିଲେ। ସୁନ୍ଦରଗଡ ଜିଲାର ଏସ ଏସଜି ମା’ମାନେ ବିଭିନ୍ନ କ୍ଷେତ୍ରରେ ଭଲ କାମ କରୁଥିବାରୁ କାର୍ତ୍ତିକେୟନ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲାର ବିଭିନ୍ନ ସ୍ଥାନରୁ ଆସିଥିବା ୮୦ଟି ଏସଏଚଜିର ସଦସ୍ୟାମାନେ ଯୋଗ ଦେଇଥିଲେ।
ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ମେକ ଇନ୍‌ ଓ କନକ୍ଲେଭରେ ମିଶନ ଶକ୍ତିର ମା’ମାନଙ୍କ ପାଇଁ ସ୍ବତନ୍ତ୍ର ଅଧିବେଶନ କରାଯାଉଛି। ଏହା ସହିତ ସେଠାରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଏସଏଚଜିର ଉତ୍ପାଦ ପ୍ରଦର୍ଶନ କରାଯିବ। ତେଣୁ ମେକ ଇନ୍‌ ଓ କାର୍ଯ୍ୟକ୍ରମର ଭୂମିକା ସମ୍ପର୍କରେ ଜିଲାର ଏସଏଚଜି ମହିଳାମାନଙ୍କୁ ଧାରଣା ଦେବା ଥିଲା ଏହି ସମ୍ମିଳନୀର ଅନ୍ୟତମ ଉଦ୍ଦେଶ୍ୟ। ମେକ ଇନ ଓଡ଼ିଶା କନକ୍ଲେଭ ପୂର୍ବରୁ ଅନୁଷ୍ଠିତ ଏହି ନିବେଶକ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଏସଏଚଜି ମହିଳା ଯୋଗ ଦେଇଥିଲେ। ସେମାନେ ସ୍ଥାନୀୟ ଉଦ୍ୟୋଗୀ ତଥା ଶିଳ୍ପ ସଙ୍ଗଠନର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ। ଉଦ୍ୟୋଗ ବିକାଶ କ୍ଷେତ୍ରରେ ଜିଲାର ଏସଏଚଜି ମହିଳାମାନଙ୍କ ପାଇଁ କ’ଣ ସବୁ ସୁଯୋଗ ରହିଛି ସେ ବିଷୟରେ ସେଠାରେ ବ୍ୟାପକ ଆଲୋଚନା କରାଯାଇଥିଲା। ଏହାସହିତ ଏସଏଚଜି ମହିଳାମାନେ ପ୍ରସ୍ତୁତ କରୁଥିବା ବିଭିନ୍ନ ସାମଗ୍ରୀର କିପରି ଉଚିତ ବଜାର ସଂଯୋଗୀକରଣ କରାଯାଇପାରିବ ତା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମ ଜିଲାର ମହିଳା ଉଦ୍ୟୋଗୀମାନଙ୍କୁ ସେମାନଙ୍କ ବ୍ୟବସାୟ ପରିଚାଳନା କ୍ଷେତ୍ରରେ ନୂଆ ଦିଗ ଦେଖାଇପାରିବ ବୋଲି କହିଛନ୍ତି ସୁନ୍ଦରଗଡ ଜିଲାପାଳ ଡା. ପରାଗ ହର୍ଷଦ ଗାଭାଲି।
ଏହି ସମ୍ମିଳନୀରେ ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲାର ପ୍ରମୁଖ ୨୪ଟି କମ୍ପାନୀର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଆଇଏଫଜିଏଲ, ଏନଟିପିସି ଦର୍ଲିପାଲି, ଏନଟିପିସି ଡୁଲୁଙ୍ଗା ଏବଂ ଓସିଏଲ କମ୍ପାନୀ ଏସଏଚଜି ମା’ମାନଙ୍କଠାରୁ ୧ କୋଟି ୧୨ ଲକ୍ଷ ଟଙ୍କାର ବିଭିନ୍ନ ସାମଗ୍ରୀ ଓ ଉତ୍ପାଦ କିଣିବା ପାଇଁ ଘୋଷଣା କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର ଯୁଗ୍ମ ସଚିବ ବିନୋଦ ଜେନା, ଜିଲା ପରିଷଦର ଉପାଧ୍ୟକ୍ଷ କମଲ ଲାକ୍ରା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ, ଦାଶରଥି ସରାବୁ, ଜିଲା ସମାଜ ମଙ୍ଗଳ ଅଧିକାରୀ ପ୍ରବାସିନୀ ଚକ୍ର, ମିଶନ ଶକ୍ତିର ଜିଲା ପ୍ରକଳ୍ପ ସଂଯୋଜକ ଲମ୍ବୋଦର ବାସ୍କେ ଏବଂ ରାଉରକେଲା ଚାମ୍ବର ଅଫ କମର୍ସର ସଭାପତି ସୁବ୍ରତ ପଟ୍ଟନାୟକଙ୍କ ସହିତ ଫିକିର ଅଧିକାରୀମାନେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଅବସରରେ ବିଶ୍ରା ବ୍ଲକର ଦିବ୍ୟଜ୍ୟୋତି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଟାଙ୍ଗରପାଲି ବ୍ଲକର ଧନଲକ୍ଷ୍ମୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସେମାନଙ୍କ ସଫଳ ଏସଏଚଜି ଯାତ୍ରା ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଜିଲାପାଳ ଦିବ୍ୟଜ୍ୟୋତି ଏସଏଚଜିକୁ ବିଶେଷ ସଫଳତା ପାଇଁ ସମ୍ବର୍ଦ୍ଧିତ କରିଥିଲେ। ଉପସ୍ଥିତ ସଦସ୍ୟମାନଙ୍କୁ ଉତ୍ସାହିତ କରିବାକୁ ଯାଇ ରାଜ୍ୟରେ ମିଶନ ଶକ୍ତି ମହିଳାମାନଙ୍କର ସଫଳ ଯାତ୍ରାକୁ ନେଇ ପ୍ରସ୍ତୁତ ସ୍ବତନ୍ତ୍ର ଭିଡିଓ ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri