ମିଳିନି ପୂର୍ଣ୍ଣ ସରକାରୀ ମାନ୍ୟତା

ସୋନପୁର,୨୯।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ ସୋନପୁର କଲେଜ। ୧୯୬୪ ମସିହାରେ ମହାନଦୀ କୂଳରେ ସ୍ଥାପିତ ହୋଇଥିଲା ଏହି କଲେଜ । କଲେଜ ପ୍ରତିଷ୍ଠା ହେବାର ଇତିମଧ୍ୟରେ ୫୯ ବର୍ଷ ବିତିଯାଇଛି। ହେଲେ ପଶ୍ଚିମ ଓଡିଶାର ଏହି ପୁରାତନ କଲେଜକୁ ପୂର୍ଣ୍ଣ ସରକାରୀ ମାନ୍ୟତା ମିଳିନାହିଁ ା ଏପଟେ ସ୍ବୟଂଶାସିତ କଲେଜ ମାନ୍ୟତା ପାଇଁ ଜିଲାବାସୀଙ୍କ ପକ୍ଷରୁ ବାରମ୍ବାର ଦାବି ହେଉଥିଲେ ମଧ୍ୟ ରାଜ୍ୟ ସରକାର ଅଣଦେଖା କରି ଆସୁଛନ୍ତି। ଶିକ୍ଷାଦାନ କ୍ଷେତ୍ରରେ ସମଗ୍ର ପଶ୍ଚିମ ଓଡିଶରେ ଏହି ପୁରାତନ କଲେଜର ସ୍ବତନ୍ତ୍ର ନାଁ ରହିଛି। କଲେଜର ଆବଶ୍ୟକ ଜମି ଓ ଭିତ୍ତିଭୂମି ରହିଛି। କଲେଜରେ ଯୁକ୍ତ ଦୁଇ ଓ ଯୁକ୍ତ ତିନି କଳା, ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗ ରହିଛି। ୨ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏଠାରେ ଅଧ୍ୟୟନ କରୁଛନ୍ତି। ତେବେ ପୂର୍ଣ୍ଣ ସରକାରୀ ତଥା ସ୍ବୟଂଶାସିତ ମାନ୍ୟତା ପାଇ ନ ଥିବାରୁ କଲେଜର ଆବଶ୍ୟକ ଅଧ୍ୟାପିକା ଅଧ୍ୟାପକ ଓ କର୍ମଚାରୀ ପଦ ପୂରଣ ହୋଇପାରୁନି। ସବୁ ଦୃଷ୍ଟିରୁ ସୋନପୁର କଲେଜ ପୂର୍ଣ୍ଣ ସରକାରୀ ତଥା ସ୍ବୟଂଶାସିତ ମାନ୍ୟତା ପାଇବାକୁ ଯୋଗ୍ୟ। ଇତିମଧ୍ୟରେ ବିଶ୍ୱବ୍ୟାଙ୍କ ସହାୟତାରେ ୪ କୋଟି ଟଙ୍କା ବ୍ୟୟରେ ନୂତନ ଏକାଡେମିକ ବ୍ଲକ ନିର୍ମାଣ ହୋଇଛି। ଏହି କୋଠା କଲେଜକୁ ହସ୍ତାନ୍ତର ହୋଇଥିବା ବେଳେ ଆନୁସଙ୍ଗିକ ବ୍ୟବସ୍ଥାର ଉନ୍ନତି ପାଇଁ କଲେଜକୁ ପୁଣି ୧ କୋଟି ଟଙ୍କା ମିଳିଛି। ଅନ୍ୟପକ୍ଷେ ଜିଲାର ଏହି ପୁରାତନ କଲେଜରେ ଏ ପର୍ଯ୍ୟନ୍ତ କୌଣସି ବିଷୟରେ ସ୍ନାତକୋତ୍ତର ପାଠ୍ୟକ୍ରମ ଖୋଲିପାରିନି। କଲେଜକୁ ସରକାର ଅଣଦେଖା କରି ଆସୁଥିବା ବୁଦ୍ଧିଜୀବୀ ଅଭିଯୋଗ କରିଛନ୍ତି । ତେଣୁ ସରକାର ଜିଲାର ସ୍ବାର୍ଥ ଦୃଷ୍ଟିରୁ ସୋନପୁର କଲେଜକୁ ଯଥାଶିଘ୍ର ପୂର୍ଣ୍ଣ ସରକାରୀ ମାନ୍ୟତା ତଥା ସ୍ବୟଂଶାସିତ କଲେଜର ମାନ୍ୟତା ପ୍ରଦାନ ପାଇଁ ସାଧାରଣରେ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?