ହଟାଯାଉନି ବ୍ୟାନର, ହୋର୍ଡିଂ

ଖୋର୍ଦ୍ଧା ଅଫିସ,୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୌଣସି ଜନକଲ୍ୟାଣ ଯୋଜନା ସମ୍ପର୍କରେ ପ୍ରଚାର କରାଯାଇପାରିବ ନାହିଁ। ବିଭିନ୍ନ ସ୍ଥାନରେ ଲାଗିଥିବା ଦଳୀୟ ନେତା, ମନ୍ତ୍ରୀଙ୍କ ପୋଷ୍ଟର, ବ୍ୟାନର ହଟାଇବାକୁ ନିର୍ଦ୍ଦେଶ ରହିଛି। ୱାର୍ଡମେମ୍ବର, ସମିତି ସଭ୍ୟ, ସରପଞ୍ଚ ପ୍ରାର୍ଥୀମାନେ ଦଳୀୟ ଚିହ୍ନ ବ୍ୟବହାର କରିପାରିବେ ନାହିଁ। ତେବେ ଖୋର୍ଦ୍ଧା ଜିଲାରେ ଆଦର୍ଶ ଆଚରଣ ବିଧିର ଉଲ୍ଲଂଘନ ହେଉଛି। ସହରଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ସବୁଠି ଦଳୀୟ ନେତା, ବିଧାୟକଙ୍କ ହୋର୍ଡିଂ, ପୋଷ୍ଟର, ବ୍ୟାନର ଛାଇଯାଇଛି। ଅନେକ ସ୍ଥାନରେ ସରକାରୀ କାର୍ଯ୍ୟାଳୟ ଆଗରେ ରାଜନୈତିକ ଦଳଗୁଡ଼ିକର ହୋର୍ଡିଂ ଲାଗିଛି। ଖୋର୍ଦ୍ଧା ପୌରାଞ୍ଚଳ ଟ୍ରାଫିକ ଛକଠାରୁ ନୂଆବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଲାଗିଥିବା ପୋଷ୍ଟର ହଟାଇ ଦିଆଯାଇଛି। ମାତ୍ର ବିଭିନ୍ନ ଛକ ଓ ଜନଗହଳି ସ୍ଥାନରେ ଏବେ ବି ହୋର୍ଡିଂ ଲାଗିଛି। ବ୍ଲକ କାର୍ଯ୍ୟାଳୟ ଆଗରେ ଏକ ନିର୍ଦ୍ଦିଷ୍ଟ ଦଳର ନେତାଙ୍କ ହୋର୍ଡିଂ ଲାଗିଥିଲା। ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚାଲିଥିବାବେଳେ ଖୋର୍ଦ୍ଧା ବିଡିଓଙ୍କ କାର୍ଯ୍ୟାଳୟ ନିକଟରେ ହୋର୍ଡିଂ ଲାଗିଥିବା ନେଇ ଅଭିଯୋଗ ଆସିବା ପରେ ତରବରିଆ ଭାବେ ଏହାକୁ ହଟାଯାଇଛି। ଆଦର୍ଶ ଆଚରଣ ବିଧି କାହା ସ୍ବାର୍ଥରେ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଖୋର୍ଦ୍ଧା ଉପଜିଲାପାଳ ଆଇ. ଗୌରବ ଶିବାଜୀ କହିଛନ୍ତି, ସବୁ ସ୍ଥାନରୁ ନେତା, ମନ୍ତ୍ରୀଙ୍କ ହୋର୍ଡିଂ, ବ୍ୟାନର ଓ ପୋଷ୍ଟର ହଟାଯିବା ପ୍ରକ୍ରିୟା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri